Posted inଖେଳ

କୋହଲିଙ୍କ ବିରୋଧରେ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ଅଭିଯୋଗ

ନୂଆଦିଲ୍ଲୀ, ୫ା୭ (ପି.ଟି.)-ଭାରତର କ୍ରିକେଟ ଅଧିନାୟକ ବିରାଟ କୋହଲିଙ୍କ ବିରୋଧରେ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ଅଭିଯୋଗ ଆଣିଛନ୍ତି ମଧ୍ୟପ୍ରଦେଶ କ୍ରିକେଟ ଆସୋସିଏଶନର ଆଜୀବନ ସଦସ୍ୟ ସଞ୍ଜୀବ ଗୁପ୍ତା। ଏହାର ସତ୍ୟତା ନେଇ ଯାଞ୍ଚ ଚାଲିଥିବା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏଥିକ୍ସ ଅଫିସର ଡି.କେ. ଜୈନ ପ୍ରକାଶ କରିଛନ୍ତି। ସଞ୍ଜୀବ ଅତୀତରେ ମଧ୍ୟ ଅନ୍ୟ କେତେଜଣ କ୍ରିକେଟରଙ୍କ ବିରୋଧରେ ସମାନ ଅଭିଯୋଗ ଆଣିଥିଲେ। ସେ ସବୁ ଯୁକ୍ତିହୀନ ଅବା ଅଯଥା ବୋଲି ପ୍ରମାଣିତ ହୋଇଥିଲା। ବିସିସିଆଇର ସମ୍ବିଧାନ ଅନୁସାରେ ଜଣେ ବ୍ୟକ୍ତି ଦୁଇଟି ପଦବୀରେ ରହିପାରିବେ ନାହିଁ। କୋହଲି ଭାରତୀୟ କ୍ରିକେଟ ଦଳର ଅଧିନାୟକ ରହିଛନ୍ତି। ଏହାଛଡ଼ା କର୍ନରଷ୍ଟୋନ୍‌ ଭେଞ୍ଚର ପାର୍ଟନର୍ସ ଏଲ୍‌ଏଲ୍‌ପି ଏବଂ ବିରାଟ କୋହଲି ସ୍ପୋଟର୍‌ସ ଏଲ୍‌ଏଲ୍‌ପି ନାମକ ସଂସ୍ଥାର ଅନ୍ୟତମ ନିର୍ଦ୍ଦେଶକ ରହିଛନ୍ତି। ତାଙ୍କ ସହ ନିର୍ଦ୍ଦେଶକ ଥିବା ଅମିତ୍‌ ଅରୁଣ ସାଜ୍‌ଦେ (ଭାରତୀୟ କ୍ରିକେଟ ସର୍କଲରେ ବଣ୍ଟି ସାଜ୍‌ଦେ ଭାବେ ଜଣାଶୁଣା) ଏବଂ ବିନୟ ଭାରତ ଖିମ୍‌ଜୀ ଟ୍ୟାଲେଣ୍ଟ ମ୍ୟାନେଜମେଣ୍ଟ କମ୍ପାନୀ କର୍ନରଷ୍ଟୋନ୍‌ ସ୍ପୋଟର୍‌ସ ଏବଂ ଏଣ୍ଟରଟେନ୍‌ମେଣ୍ଟ ପ୍ରାଇଭେଟ୍‌ ଲିମିଟେଡ୍‌ ସହିତ ସମ୍ପୃକ୍ତ ଥିବାରୁ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ସୃଷ୍ଟି ହେଉଛି ବୋଲି ଗୁପ୍ତା ଦର୍ଶାଇଛନ୍ତି। କୋହଲିଙ୍କର କିନ୍ତୁ କର୍ନରଷ୍ଟୋନ୍‌ ସ୍ପୋଟର୍‌ସ କିମ୍ବା ଏଣ୍ଟରଟେନମେଣ୍ଟ ପ୍ରାଇଭେଟ୍‌ ଲିମିଟେଡ୍‌ ସହିତ କୌଣସି ସମ୍ପର୍କ ନାହିଁ। କମ୍ପାନୀ ଭାରତୀୟ ଅଧିନାୟକଙ୍କ ବ୍ୟତୀତ କେ.ଏଲ୍‌. ରାହୁଲ, ଋଷଭ ପନ୍ତ୍‌, ରବୀନ୍ଦ୍ର ଜାଡେଜା, ଉମେଶ ଯାଦବ ଏବଂ କୁଲଦୀପ ଯାଦବଙ୍କ ଭଳି କେତେଜଣ କ୍ରିକେଟଙ୍କୁ ବ୍ୟବସାୟିକ ସ୍ବାର୍ଥ ପାଇଁ ବ୍ୟବହାର କରୁଛି। ଜୈନ ଏହା ପୂର୍ବରୁ ରାହୁଲ ଡ୍ରାଭିଡ, ସୌରଭ ଗାଙ୍ଗୁଲି,ଭି.ଭି.ଏସ୍‌ ଲକ୍ଷ୍ମଣ ଏବଂ କପିଳ ଦେବଙ୍କ ଭଳି ମହାନ କ୍ରିକେଟରଙ୍କ ବିରୋଧରେ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ଅଭିଯୋଗ ଆଣିଥିଲେ। ଅଭିଯୋଗର ଯାଞ୍ଚ ପୂର୍ବରୁ ଏହି ସମସ୍ତ କ୍ରିକେଟରଙ୍କୁ ଗୋଟିଏ ପଦବୀ ଇସ୍ତଫା ଦେବାକୁ ପଡ଼ିଥିଲା। ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି କିନ୍ତୁ ପୂର୍ବରୁ କହିସାରିଛନ୍ତି ଯେ, ଲୋଧା କମିଟି ଦ୍ୱାରା ଯେଉଁ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ନିୟମ କରାଯାଇଛି ତାହା ଅବାସ୍ତବ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri