ଦ୍ୱାଦଶ ମୂଲ୍ୟାୟନ ସୂତ୍ରକୁ ମୋହର

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): କରୋନା ଯୋଗୁ ବାତିଲ ହୋଇଯାଇଥିବା କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏବଂ କାଉନ୍‌ସିଲ ଫର୍‌ ଦି ଇଣ୍ଡିଆନ୍‌ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ (ସିଆଇଏସ୍‌ସିଇ) ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାର ମୂଲ୍ୟାୟନ ପ୍ରକ୍ରିୟାରେ ସୁପ୍ରିମକୋର୍ଟ ହସ୍ତକ୍ଷେପ କରିବାକୁ ମଙ୍ଗଳବାର ମନା କରିଦେଇଛନ୍ତି। ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ପକ୍ଷରୁ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାୟନ ନେଇ ଆପତ୍ତିକୁ ମଧ୍ୟ ଖାରଜ କରିଦେଇଛନ୍ତି। ଉଭୟ ସରକାର ଓ ବୋର୍ଡ ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ଥିବାରୁ ପରୀକ୍ଷା ରଦ୍ଦ ନିଷ୍ପତ୍ତି ନିଆଯାଇଥିବା ସର୍ବୋଚ୍ଚ ଅଦାଲତ ସ୍ପଷ୍ଟ କରିଛନ୍ତି।
କୋଭିଡ୍‌ ମହାମାରୀ ଯୋଗୁ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ ହୋଇଥିବା ବେଳେ ସିବିଏସ୍‌ଇ ଏବଂ ସିଆଇଏସ୍‌ସିଇର ଫଳାଫଳ ମୂଲ୍ୟାୟନ ପଦ୍ଧତିକୁ ନେଇ କେତେଜଣ ଛାତ୍ରୀଛାତ୍ର ଓ ଅଭିଭାବକ ଚିନ୍ତା ବ୍ୟକ୍ତ କରି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଦ୍ୱାଦଶ ଶ୍ରେଣୀ ଫଳାଫଳ ମୂଲ୍ୟାୟନ ପାଇଁ ସିବିଏସ୍‌ଇ ଏବଂ ସିଆଇସିଏସ୍‌ଇ ଯୋଜନାରେ ରହିଥିବା ଅଧିକାଂଶ ଅନୁଚ୍ଛେଦ ଏକତରଫା ହୋଇଥିତ୍ବାରୁ ପିଲାଙ୍କ ଭବିଷ୍ୟତ ପାଇଁ କ୍ଷତିକାରକ ହୋଇପାରେ ବୋଲି ସେମାନେ ଅଭିଯୋଗ ଆଣିଥିଲେ। କେତେକ ପିଟିଶନରେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ବାତିଲ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରାଯାଇଥିବାବେଳେ ଅନ୍ୟ ଆବେଦନଗୁଡ଼ିକରେ ଉଭୟ ବୋର୍ଡର ମୂଲ୍ୟାୟନ ସୂତ୍ରକୁ ବିରୋଧ କରାଯାଇଥିଲା। ଜଷ୍ଟିସ୍‌ ଏ.ଏମ୍‌. ଖାନ୍‌ଓ୍ବିଲିକର ଏବଂ ଦୀନେଶ ମାହେଶ୍ୱରୀଙ୍କୁ ନେଇ ଗଠିତ ସ୍ବତନ୍ତ୍ର ଖଣ୍ଡପୀଠ ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ପିଟିଶନ ଉପରେ ସୋମବାର ଶୁଣାଣି କରି ଉଭୟ ସିବିଏସ୍‌ଇ ଏବଂ ସିଆଇଏସ୍‌ସିଇ ବୋର୍ଡକୁ ମଙ୍ଗଳବାର ସୁଦ୍ଧା ଜବାବ ଦାଖଲ ପାଇଁ କହିଥିଲେ। ଏହି ମାମଲାରେ ବିଚାରାଧୀନ ସମସ୍ତ ପିଟିଶନର ଶୁଣାଣି ମଙ୍ଗଳବାର ହୋଇଛି। ଶିକ୍ଷା ବୋର୍ଡର ପ୍ରସ୍ତାବକୁ ଉଚିତ ଓ ଯୁକ୍ତିଯୁକ୍ତ ବୋଲି ଗଠିତ ସ୍ବତନ୍ତ୍ର ଖଣ୍ଡପୀଠ କହିଛନ୍ତି। ସିବିଏସ୍‌ଇ ଏବଂ ସିଆଇସିଏସ୍‌ଇର ମୂଲ୍ୟାୟନ ସୂତ୍ରକୁ ସୁପ୍ରିମକୋର୍ଟ ଅନୁମତି ଦେଇଛନ୍ତି। ଅର୍ଥାତ୍‌ ପୂର୍ବ ନିର୍ଦ୍ଧାରିତ ପଦ୍ଧତି ଅନୁଯାୟୀ ଦ୍ୱାଦଶ ମୂଲ୍ୟାୟନ କରାଯିବ। ସିବିଏସ୍‌ଇ କମ୍ପାର୍ଟମେଣ୍ଟ ପରୀକ୍ଷା ୨୦୨୧ ରଦ୍ଦ କରିବା ପାଇଁ ହୋଇଥିବା ଆବେଦନ ଉପରେ ମଧ୍ୟ ସର୍ବୋଚ୍ଚ ଅଦାଲତ ମଙ୍ଗଳବାର ଶୁଣାଣି କରିଛନ୍ତି। ୧,୧୫୨ ଜଣ ଛାତ୍ରୀଛାତ୍ର ସୁପ୍ରିମକୋର୍ଟରେ ପିଟିଶନ ଦାୟର କରି ଦର୍ଶାଇଥିଲେ ଯେ, ସିବିଏସ୍‌ଇ ନିୟମିତ ଛାତ୍ରୀଛାତ୍ରଙ୍କ ପାଇଁ ସ୍ଥିର କରିଥିବା ମୂଲ୍ୟାୟନ ସୂତ୍ର ଆଧାରରେ କମ୍ପାର୍ଟମେଣ୍ଟ ଛାତ୍ରୀଛାତ୍ରଙ୍କ ମୂଲ୍ୟାୟନ କରୁ। ଏନେଇ ସିବିଏସ୍‌ଇକୁ ନିର୍ଦ୍ଦେଶ ଦେବା ପାଇଁ କମ୍ପାର୍ଟମେଣ୍ଟ ପରୀକ୍ଷା ଦେବାକୁ ଥିବା ଛାତ୍ରୀଛାତ୍ର ସୁପ୍ରିମକୋର୍ଟରେ ଆବେଦନ କରିଥିଲେ। ଏହି ଆବେଦନ ଉପରେ ଶୁଣାଣି କରି ସୁପ୍ରିମକୋର୍ଟ ଏଭଳି ନିର୍ଦ୍ଦେଶ ଦେବାକୁ ସ୍ପଷ୍ଟ ଭାବେ ମନା କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’

ମୁମ୍ବାଇ,୫ା୮: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ବୁଧବାର କହିଛନ୍ତି।…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri