Posted inଜାତୀୟ

ବିଚାରପତିଙ୍କ ନିଯୁକ୍ତି ନେଇ ପୁଣି ମୁହାଁମୁହିଁ ସ୍ଥିତି: କେନ୍ଦ୍ର ଉପରେ ଅସନ୍ତୋଷ ବ୍ୟକ୍ତ କଲେ ସୁପ୍ରିମ୍‌ କୋର୍ଟ…

ନୂଆଦିଲ୍ଲୀ,୨୬।୯ : ସୁପ୍ରିମକୋର୍ଟ ଆଜି ମଙ୍ଗଳବାର ହାଇକୋର୍ଟରେ ବିଚାରପତି ନିଯୁକ୍ତିରେ ବିଳମ୍ବକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ଏବଂ ବିଚାରପତି ପଦ ପାଇଁ ହାଇକୋର୍ଟଙ୍କ ଦ୍ୱାରା ସୁପାରିଶ କରାଯାଇଥିବା ୭୦ ଜଣଙ୍କ ନାମ ଉପରେ କାହିଁକି ନିଷ୍ପତ୍ତି ଗ୍ରହଣ ହୋଇନାହିଁ ବୋଲି କେନ୍ଦ୍ର ସରକାରଙ୍କଠାରୁ ଉତ୍ତର ମାଗିଛନ୍ତି। ଏହାକୁ କାହିଁକି ସୁପ୍ରିମକୋର୍ଟ କଲେଜିୟମକୁ ପଠାଗଲା ନାହିଁ ବୋଲି ପ୍ରଶ୍ନ କରିଛନ୍ତି।

ଜଷ୍ଟିସ ସଞ୍ଜୟ କିଶନ କୌଲ ଏବଂ ଜଷ୍ଟିସ ସୁଦର୍ଶନ ଧୁଲିଆଙ୍କ ଏକ ବେଞ୍ଚ କହିଛନ୍ତି ଗତ ୧୦ ମାସ ଧରି ଏସବୁ ନାମ ସରକାରଙ୍କ ନିକଟରେ ବିଚାରାଧୀନ ଅଛି। ଜଷ୍ଟିସ କୌଲ ଏହା ମଧ୍ୟ କହିଛନ୍ତି ସୁପ୍ରିମକୋର୍ଟଙ୍କ ଶେଷ ଆଦେଶ ପରେ ଗତ ସାତ ମାସ ମଧ୍ୟରେ ବିଚାରପତି ନିଯୁକ୍ତି ମାମଲାରେ କିଛି ଅଗ୍ରଗତି ଘଟିନାହିଁ।

ଜଷ୍ଟିସ କୌଲ ବିବ୍ରତ ହୋଇ କହିଛନ୍ତି ଏହି ପ୍ରସଙ୍ଗରେ ତାଙ୍କର ଅନେକ କଥା ଅଛି, କିନ୍ତୁ ସେ ନିଜକୁ ସଂଯମ କରୁଛନ୍ତି। ସେ କହିଛନ୍ତି, ’ମୁଁ ଆଜି ଚୁପ ଅଛି କାରଣ ସରକାରଙ୍କ ଓକିଲ ଏହାର ଉତ୍ତର ଦେବାକୁ ଏକ ସପ୍ତାହ ସମୟ ମାଗିଛନ୍ତି। କିନ୍ତୁ ପରବର୍ତ୍ତୀ ତାରିଖରେ ମୁଁ ଚୁପ ରହିବି ନାହିଁ। ସେ ଆହୁରି ମଧ୍ୟ ସୂଚାଇ ଦେଇଛନ୍ତି ବେଞ୍ଚ ପ୍ରତି ୧୦ ଦିନରେ ନିଯୁକ୍ତିର ଶୁଣାଣି କରିବେ।

ସରକାରଙ୍କ ବିରୋଧରେ ସୁପ୍ରିମକୋର୍ଟଙ୍କ ଏହି ମନ୍ତବ୍ୟଗୁଡିକ ଉଚ୍ଚ ନ୍ୟାୟପାଳିକାରେ ବିଚାରପତିଙ୍କ ଶୀଘ୍ର ନିଯୁକ୍ତି ସହ ଜଡିତ ଏକ ମାମଲାରେ ଆସିଛି। ବିଚାରପତିଙ୍କ ନିଯୁକ୍ତି ସମ୍ପର୍କିତ ପିଟିଶନରେ ମଧ୍ୟ ଅଭିଯୋଗ ହୋଇଛି ସରକାର କଲେଜିୟମ ଦ୍ୱାରା ମଞ୍ଜୁର ହୋଇଥିବା ନାମଗୁଡ଼ିକୁ ଅଲଗା କରି ନିଯୁକ୍ତି ପାଇଁ ହେବାକୁ ଥିବା ବିଚାରପତିଙ୍କ ନାମ ଚୟନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ବ୍ରିଟିଶ ରାଜ ପରିବାରକୁ ଲଜ୍ଜା, ପୂର୍ବତନ ରାଜକୁମାର ଗିରଫ

ନୂଆଦିଲ୍ଲୀ,୧୯ା୨: ବ୍ରିଟେନର ରାଜା ଚାର୍ଲସଙ୍କ ସାନ ଭାଇ ତଥା ପୂର୍ବତନ ରାଜକୁମାର ଆଣ୍ଡ୍ର୍ୟୁ ମାଉଣ୍ଟବ୍ୟାଟେନ-ୱିଣ୍ଡସର ଗୁରୁବାର ଗିରଫ ହୋଇଛନ୍ତି। ସରକାରୀ ପଦବୀରେ ଥାଇ ଅସଦାଚରଣ ବା କ୍ଷମତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri