Posted inଜାତୀୟ

ଦଶହରା ରାଲି ନେଇ ମୁହାଁମୁହିଁ ସ୍ଥିତି, ବିବାଦରେ ରାଣେଙ୍କ ଏଣ୍ଟ୍ରି…

ମୁମ୍ବାଇ, ୧୭।୯ : ଶିବାଜୀ ପାର୍କରେ ଅନୁଷ୍ଠିତ ହେବାକୁ ଥିବା ଦଶହରା ରାଲି ସମ୍ପର୍କରେ ଉଦ୍ଧବ ଠାକରେ ଏବଂ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ସମର୍ଥକଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଛି। କାହାକୁ ରାଲି ପାଇଁ ବିଏମସି ଏପର୍ଯ୍ୟନ୍ତ ନିଶ୍ଚିତ କରି ନାହିଁ। ରିପୋର୍ଟ ହୋଇଛି ଯେ ବିଏମସି ଉଭୟ ପକ୍ଷର ଆବେଦନକୁ ନେଇ ଦ୍ୱନ୍ଦ୍ୱରେ ପଡିଛି ଏବଂ ନିଷ୍ପତ୍ତି ନେବାକୁ ଅସମର୍ଥ। ଅପରପକ୍ଷରେ ଉଦ୍ଧବ ଠାକରେ ମାତୋଶ୍ରୀ ଠାରେ ଏକ ସଭା ଡାକି ଦଶହରା ରାଲି ପାଇଁ ଭିଡ଼ ଜମା କରିବାକୁ କହିଛନ୍ତି।

ଏହି ସମୟରେ କେନ୍ଦ୍ର ମନ୍ତ୍ରୀ ତଥା ପୂର୍ବତନ ଶିବସେନା ନେତା ନାରାୟଣ ରାଣେ ବିବାଦରେ ଏଣ୍ଟ୍ରି କରିଛନ୍ତି। ସେ ଏଏହି ପ୍ରସଙ୍ଗରେ ଉଦ୍ଧବଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯଦି ଆମେ ଚାଲି ଆସିବାରୁ ଉଦ୍ଧବ ଠାକରେଙ୍କ ଶିବସେନାକୁ ଭୂମି ମଧ୍ୟ ମିଳୁନାହିଁ। ପ୍ରକୃତ ଶିବସେନା ଶିନ୍ଦେଙ୍କର। ଆଗାମୀ ଦିନରେ ସେମାନେ ଧନୁ ଏବଂ ତୀର ମଧ୍ୟ ପାଇବେ ବୋଲି ରାଣେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।

ଦଶହରା ରାଲି ପାଇଁ ଦିନ ଯେତିକି ପାଖେଇ ଆସୁଛି। ମୁମ୍ବାଇରେବାକ୍‌ ଯୁଦ୍ଧର ତୀବ୍ରତା ବୃଦ୍ଧି ପାଇବାରେ ଲାଗିଛି। ଶିବସେନା ମୁଖ୍ୟ ଉଦ୍ଧବ ଠାକରେ କ୍ରମାଗତ ଭାବରେ କହୁଛନ୍ତି ଯେ ପ୍ରତିବର୍ଷ ଭଳି ଶିବସେନା ଶିବାଜୀ ପାର୍କରେ ଦଶହରା ରାଲିର ଆୟୋଜନ କରିବେ। ଅପରପକ୍ଷରେ, ବିସିସିଆଇ ମଧ୍ୟ ଦଶହରା ରାଲି ପାଇଁ ଶିନ୍ଦେଙ୍କ ଗୋଷ୍ଠୀଙ୍କଠାରୁ ଏକ ଆବେଦନ ପତ୍ର ଗ୍ରହଣ କରିଛି। ନିଜକୁ ପ୍ରକୃତ ଶିବ ସୈନିକ ବୋଲି କହି ଶିବାଜୀ ପାର୍କରେ ଦଶହରା ରାଲି କରିବାକୁ ଶିନ୍ଦେଙ୍କ ଗୋଷ୍ଠୀଙ୍କଦାବି କରୁଛନ୍ତି। ବିଏମସି ଏପର୍ଯ୍ୟନ୍ତ ଏ ବାବଦରେ କୌଣସି ନିଷ୍ପତ୍ତି ନେଇନାହିଁ। ଆସନ୍ତା ୫ ଅକ୍ଟୋବରରେ ବିଜୟାଦଶମୀରେ ଶିନ୍ଦେଙ୍କ ଦେଶହରା ରାଲିର ଆୟୋଜନକୁ ନେଇ ଦ୍ୱନ୍ଦ୍ୱ ଜାରି ରହିଛି। ଉଦ୍ଧବ ଠାକରେ ଏବଂ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ସମର୍ଥକଙ୍କ ମଧ୍ୟରୁ କେହି ପଛକୁ ହଟିବାକୁ ପ୍ରସ୍ତୁତ ନୁହଁନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri