Posted inଜାତୀୟ

ଦଶହରା ରାଲି ନେଇ ମୁହାଁମୁହିଁ ସ୍ଥିତି, ବିବାଦରେ ରାଣେଙ୍କ ଏଣ୍ଟ୍ରି…

ମୁମ୍ବାଇ, ୧୭।୯ : ଶିବାଜୀ ପାର୍କରେ ଅନୁଷ୍ଠିତ ହେବାକୁ ଥିବା ଦଶହରା ରାଲି ସମ୍ପର୍କରେ ଉଦ୍ଧବ ଠାକରେ ଏବଂ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ସମର୍ଥକଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଛି। କାହାକୁ ରାଲି ପାଇଁ ବିଏମସି ଏପର୍ଯ୍ୟନ୍ତ ନିଶ୍ଚିତ କରି ନାହିଁ। ରିପୋର୍ଟ ହୋଇଛି ଯେ ବିଏମସି ଉଭୟ ପକ୍ଷର ଆବେଦନକୁ ନେଇ ଦ୍ୱନ୍ଦ୍ୱରେ ପଡିଛି ଏବଂ ନିଷ୍ପତ୍ତି ନେବାକୁ ଅସମର୍ଥ। ଅପରପକ୍ଷରେ ଉଦ୍ଧବ ଠାକରେ ମାତୋଶ୍ରୀ ଠାରେ ଏକ ସଭା ଡାକି ଦଶହରା ରାଲି ପାଇଁ ଭିଡ଼ ଜମା କରିବାକୁ କହିଛନ୍ତି।

ଏହି ସମୟରେ କେନ୍ଦ୍ର ମନ୍ତ୍ରୀ ତଥା ପୂର୍ବତନ ଶିବସେନା ନେତା ନାରାୟଣ ରାଣେ ବିବାଦରେ ଏଣ୍ଟ୍ରି କରିଛନ୍ତି। ସେ ଏଏହି ପ୍ରସଙ୍ଗରେ ଉଦ୍ଧବଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯଦି ଆମେ ଚାଲି ଆସିବାରୁ ଉଦ୍ଧବ ଠାକରେଙ୍କ ଶିବସେନାକୁ ଭୂମି ମଧ୍ୟ ମିଳୁନାହିଁ। ପ୍ରକୃତ ଶିବସେନା ଶିନ୍ଦେଙ୍କର। ଆଗାମୀ ଦିନରେ ସେମାନେ ଧନୁ ଏବଂ ତୀର ମଧ୍ୟ ପାଇବେ ବୋଲି ରାଣେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।

ଦଶହରା ରାଲି ପାଇଁ ଦିନ ଯେତିକି ପାଖେଇ ଆସୁଛି। ମୁମ୍ବାଇରେବାକ୍‌ ଯୁଦ୍ଧର ତୀବ୍ରତା ବୃଦ୍ଧି ପାଇବାରେ ଲାଗିଛି। ଶିବସେନା ମୁଖ୍ୟ ଉଦ୍ଧବ ଠାକରେ କ୍ରମାଗତ ଭାବରେ କହୁଛନ୍ତି ଯେ ପ୍ରତିବର୍ଷ ଭଳି ଶିବସେନା ଶିବାଜୀ ପାର୍କରେ ଦଶହରା ରାଲିର ଆୟୋଜନ କରିବେ। ଅପରପକ୍ଷରେ, ବିସିସିଆଇ ମଧ୍ୟ ଦଶହରା ରାଲି ପାଇଁ ଶିନ୍ଦେଙ୍କ ଗୋଷ୍ଠୀଙ୍କଠାରୁ ଏକ ଆବେଦନ ପତ୍ର ଗ୍ରହଣ କରିଛି। ନିଜକୁ ପ୍ରକୃତ ଶିବ ସୈନିକ ବୋଲି କହି ଶିବାଜୀ ପାର୍କରେ ଦଶହରା ରାଲି କରିବାକୁ ଶିନ୍ଦେଙ୍କ ଗୋଷ୍ଠୀଙ୍କଦାବି କରୁଛନ୍ତି। ବିଏମସି ଏପର୍ଯ୍ୟନ୍ତ ଏ ବାବଦରେ କୌଣସି ନିଷ୍ପତ୍ତି ନେଇନାହିଁ। ଆସନ୍ତା ୫ ଅକ୍ଟୋବରରେ ବିଜୟାଦଶମୀରେ ଶିନ୍ଦେଙ୍କ ଦେଶହରା ରାଲିର ଆୟୋଜନକୁ ନେଇ ଦ୍ୱନ୍ଦ୍ୱ ଜାରି ରହିଛି। ଉଦ୍ଧବ ଠାକରେ ଏବଂ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ସମର୍ଥକଙ୍କ ମଧ୍ୟରୁ କେହି ପଛକୁ ହଟିବାକୁ ପ୍ରସ୍ତୁତ ନୁହଁନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri