ଦ୍ୱନ୍ଦ୍ୱରେ ଏସ୍‌ଆଇଟି ସମ୍ପର୍କିତ ଚିଠି

ବଲାଙ୍ଗୀର ଅଫିସ, ୧୬।୧: ବହୁଚର୍ଚ୍ଚିତ ପରୀ ହତ୍ୟାକାଣ୍ଡର ତଦନ୍ତ ଓଡ଼ିଶା ହାଇକୋର୍ଟଙ୍କ ପର୍ଯ୍ୟବେକ୍ଷଣ (ମନିଟରିଂ)ରେ ହେଉ ବୋଲି ରାଜ୍ୟ ସରକାର ଅନୁରୋଧ କରି ଗତ ୨୮ ନଭେମ୍ବରରେ ହାଇକୋର୍ଟ ରେଜିଷ୍ଟ୍ରାରଙ୍କୁ ଚିଠି ଲେଖିଥିଲେ। ଏପରି କି ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (ଏସ୍‌ଆଇଟି)ରେ କେଉଁମାନେ ରହିବେ ସେମାନଙ୍କ ନାମ ଏଥିରେ ଉଲ୍ଲେଖ କରାଯାଇଥିଲା। ହାଇକୋର୍ଟରେ କାର୍ଯ୍ୟରତ ଜଣେ ବିଚାରପତିଙ୍କ ତତ୍ତ୍ୱାବଧାନରେ ଏସ୍‌ଆଇଟି ତଦନ୍ତ କରିବ ବୋଲି କୁହାଯାଇଥିଲା। ଗୃହ ବିଭାଗ ସ୍ବତନ୍ତ୍ର ସଚିବ ହାଇକୋର୍ଟଙ୍କୁ ଏହି ପତ୍ର ଲେଖିଥିବା ବିଷୟ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ତେବେ ପରୀ ହତ୍ୟାକାଣ୍ଡର ତଦନ୍ତକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଲେଖାଯାଇଥିବା ପତ୍ର ହାଇକୋର୍ଟରେ ପହଞ୍ଚି ନ ଥିବା ସୂଚନା ଅଧିକାର କର୍ମୀ ହେମନ୍ତ କୁମାର ପଣ୍ଡା ଦାବି କରିଛନ୍ତି। ପଣ୍ଡାଙ୍କ ଏହି ଦାବି ପରେ ଏସ୍‌ଆଇଟି ସମ୍ପର୍କିତ ଚିଠିକୁ ନେଇ ଦ୍ୱନ୍ଦ୍ୱ ଦେଖାଦେଇଛି।
ନୟାଗଡ ଜିଲାର ପରୀ ହତ୍ୟାକାଣ୍ଡ ଭଳି ସମ୍ବେଦନଶୀଳ ଘଟଣା ସଂକ୍ରାନ୍ତରେ ବଲାଙ୍ଗୀର ଜିଲାର ସୂଚନା ଅଧିକାର କର୍ମୀ ହେମନ୍ତ କୁମାର ହାଇକୋର୍ଟଙ୍କ ରେଜିଷ୍ଟ୍ରାର ଜେନେରାଲଙ୍କ କାର୍ଯ୍ୟାଳୟକୁ ସୂଚନା ଅଧିକାର ଆଇନରେ ତଥ୍ୟ ମାଗିଥିଲେ। ହାଇକୋର୍ଟଙ୍କ ଅତିରିକ୍ତ ଡେପୁଟି ରେଜିଷ୍ଟ୍ରାର ତଥା ଜନସୂଚନା ଅଧିକାରୀ ବି. ଦାଶଙ୍କ କାର୍ଯ୍ୟାଳୟରୁ ଚିଠି ନଂ. ଆର୍‌ଟିଆଇ-୧୩/୨୦୨୦/୧୦୬ ତା- ୬।୦୧।୨୧ ଯୋଗେ ପଣ୍ଡାଙ୍କୁ ତଥ୍ୟ ପ୍ରଦାନ କରାଯାଇଥିଲା। ଏ ସମ୍ପର୍କରେ ସ୍ଥାନୀୟ ଯାଦବ ଭବନଠାରେ ଏକ ଖବରଦାତା ସମ୍ମିଳନୀ କରି ସୂଚନା ଅଧିକାର କର୍ମୀ ପଣ୍ଡା ହାଇକୋର୍ଟଙ୍କ କାର୍ଯ୍ୟାଳୟରୁ ମିଳିଥିବା ଆରଟିଆଇ ତଥ୍ୟ ସମ୍ପର୍କରେ ଜଣାଇଛନ୍ତି। ପରୀ ହତ୍ୟାକାଣ୍ଡର ଏସ୍‌ଆଇଟି ତଦନ୍ତ ଜଣେ କାର୍ଯ୍ୟରତ ବିଚାରପତିଙ୍କ ତତ୍ତ୍ୱାବଧାନରେ କରିବା ପାଇଁ ରାଜ୍ୟ ସରକାରଙ୍କ ପାଖରୁ କୌଣସି ଅନୁରୋଧ ପତ୍ର ହାଇକୋର୍ଟଙ୍କ ହସ୍ତଗତ ହୋଇନାହିଁ। ଯେହେତୁ ଏ ସମ୍ପର୍କରେ ରାଜ୍ୟ ସରକାରଙ୍କ ଚିଠି ମିଳିନାହିଁ, ଏ ଦିଗରେ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯିବାର ପ୍ରଶ୍ନ ଉଠୁନାହିଁ ବୋଲି ହାଇକୋର୍ଟଙ୍କ ଅତିରିକ୍ତ ଡେପୁଟି ରେଜିଷ୍ଟ୍ରାର ତଥ୍ୟ ପ୍ରଦାନ କରିଥିବା ପଣ୍ଡା ଜଣାଇଛନ୍ତି। ସେ ଆହୁରି କହିଛନ୍ତି, ପରୀ ହତ୍ୟାକାଣ୍ଡର ତଦନ୍ତ ଜାରି ରଖିଥିବା ଏସ୍‌ଆଇଟି ହାଇକୋର୍ଟଙ୍କ ମନିଟରିଂରେ ଚାଲିନାହିଁ। ନ୍ୟାୟ ଆଶାରେ ପରୀର ମାତାପିତା ବିଧାନସଭା ଅଧିବେଶନ ଚାଲିଥିବାବେଳେ ଆତ୍ମାହୁତି ଉଦ୍ୟମ କରିଥିଲେ। ଏହି ଘଟଣାକୁ ନେଇ ବିଧାନସଭା ହୁଲସ୍ତୂଲ ହୋଇଥିଲା। ଗୃହରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ଉତ୍ତର ରଖି ସରକାର ହାଇକୋର୍ଟରେ କାର୍ଯ୍ୟରତ ଜଣେ ବିଚାରପତିଙ୍କ ତତ୍ତ୍ୱାବଧାନରେ ଏସ୍‌ଆଇଟି ତଦନ୍ତ କରିବ ବୋଲି ଘୋଷଣା କରିଥିଲେ। ରାଜ୍ୟ ସରକାରଙ୍କ ଏହି ଘୋଷଣାକୁ ରାଜ୍ୟ ଭାଜପା ଗ୍ରହଣ ନ କରି ସିବିଆଇ ତଦନ୍ତ ଦାବିରେ ଅଟଳ ରହିଥିବାବେଳେ କଂଗ୍ରେସ ନେତାମାନେ ଏସ୍‌ଆଇଟି ତଦନ୍ତ ଦାବି କରିଥିବାରୁ ଏହାକୁ ଦଳର ବଡ଼ ସଫଳତା ବୋଲି ବର୍ଣ୍ଣନା କରିଥିଲେ। କିନ୍ତୁ ହାଇକୋର୍ଟଙ୍କ ପ୍ରଦତ୍ତ ତଥ୍ୟ ସାର୍ବଜନୀନ ହେବା ପରେ କଂଗ୍ରେସ ନେତାମାନଙ୍କ ଉକ୍ତ ସଫଳତା ଦାବି ବଡ଼ ବିଫଳତାରେ ପରିଣତ ହୋଇଛି ବୋଲି ପଣ୍ଡା କହିଛନ୍ତି। ମୁଖ୍ୟମନ୍ତ୍ରୀ ପରୀ ହତ୍ୟା ଘଟଣାରେ ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ପଣ୍ଡା ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri