ଜାଗାବାଡ଼ିକୁ କେନ୍ଦ୍ରକରି ଗଣ୍ଡଗୋଳ

ଭଣ୍ଡାରିପୋଖରୀ,୧୪।୧୧(ସ୍ବ.ପ୍ର.)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ରାଜେନ୍ଦ୍ରପୁର ପଞ୍ଚାୟତ କୋଟସିରା ଗ୍ରାମରେ ସୋମବାର ଜାଗାବାଡ଼ିକୁ କେନ୍ଦ୍ରକରି ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟିଛି। ଏଥିରେ ଉଭୟ ପକ୍ଷରୁ ୩ ଜଣ ଆହତ ହୋଇଛନ୍ତି।
ଗ୍ରାମର ହରିନାରାୟଣ ନାୟକ ଥାନାରେ ଅଭିଯୋଗ କରିଛନ୍ତି ଯେ, ତାଙ୍କ ପୈତୃକ ଜାଗାରେ ସେ ଘର ନିର୍ମାଣ କରୁଥିଲେ। ଏହି ସମୟରେ ଅପରପକ୍ଷର ୧୫/୨୦ଜଣ ଲୋକ ସଂଘବଦ୍ଧ ହୋଇ ତାଙ୍କୁ ଓ ତାଙ୍କ ସ୍ତ୍ରୀ ମମତା ନାୟକଙ୍କୁ ଆକ୍ରମଣ କରିଥିଲେ। ଏଥିରେ ମମତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ଅପରପକ୍ଷ ସୁପ୍ରଭା ନାୟକଙ୍କ ଅଭିଯୋଗ ଅନୁଯାୟୀ, ବିବାଦୀୟ ସ୍ଥାନରେ ଘର ନିର୍ମାଣ ହେଉଥିବାରୁ ସେ ବିରୋଧ କରିଥିଲେ। ଅପରପକ୍ଷ ତାଙ୍କୁ ଓ ତାଙ୍କ ପରିବାର ଲୋକଙ୍କୁ ଆକ୍ରମଣ କରିଛନ୍ତି। ଉଭୟ ପକ୍ଷର ଅଭିଯୋଗ ଆଧାରରେ ପୋଲିସ ଦୁଇଟି ମାମଲା (ନଂ.୩୮୯/୨୨ ଓ ୩୯୦/୨୨) ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ଝଟ୍‌କା: ବିଜେଡି ଛାଡ଼ିଲେ ପୂର୍ବତନ ପୌରାଧ୍ୟକ୍ଷ

ଝାରସୁଗୁଡ଼ା,୧୮ା୪(ସଞ୍ଜୟ ମାଲି): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଟାଉନ ବିଜେଡି ସଭାପତି ତଥା ବେଲପାହାଡ଼ ପୌର ପରିଷଦ ପୂର୍ବତନ ଅଧ୍ୟକ୍ଷ କୈଳାସ ନାଏକ ବିଜେଡି ଛାଡିଥିବା ନେଇ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

ସୂଚନା ଅଧିକାରୀଙ୍କୁ ୨୫ ହଜାର ଟଙ୍କା ଜୋରିମନା

ହାଟଡିହୀ,୧୮l୪(ଶୁଭକାନ୍ତ ନାୟକ): ଓଡିଶା ସୂଚନା କମିଶନଙ୍କ ତରଫରୁ ଏକ ମାମଲା ବିଚାର କରି କମିଶନର ବି.କେ. ମହାପାତ୍ର କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜନ ସୂଚନା...

ବିଜେଡିର ବଢୁଛି ବଳ: ଦଳରେ ସାମିଲ ହେଲେ ଅନେକ କଂଗ୍ରେସ-ଭାଜପା କର୍ମୀ

ଦାରିଙ୍ଗବାଡି, ୧୮।୪ (ଅରୁଣ ସାହୁ): ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳର ଦିନକୁ ଦିନ ବଳ ବୃଦ୍ଧି ହେବାରେ ଲାଗିଛି। ଗତ ସପ୍ତାହରେ ଦାରିଙ୍ଗବାଡିଠାରେ...

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି...

ସମ୍ବଲପୁରରେ ସରଗରମ ହେଉଛି ରାଜନୀତି, ଧର୍ମେନ୍ଦ୍ରଙ୍କୁ ସିଧା ଟାର୍ଗେଟ କଲେ ବବି ଦାସ

ସମ୍ବଲପୁର,୧୮।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ଏହାରି ଭିତରେ ରାଜ୍ୟର ହେଭିଓ୍ବେଟ ଲଢେଇ ହେବାକୁ ଯାଉଥିବା ସମ୍ବଊପୁରରେ ଏବେ...

ରାଜ୍ୟର ସବୁଠାରୁ କନିଷ୍ଠ ବିଧାୟିକ ପ୍ରାର୍ଥୀ, ଏହି ଠୁ ବିଜେଡି ଟିକେଟ୍‌ରେ ଲଢିବେ ନିର୍ବାଚନ

ସାନଖେମୁଣ୍ଡି,୧୮।୪: କାହା ଭାଗ୍ୟରେ ଗଞ୍ଜାମ ଜିଲାର ସାନଖେମୁଣ୍ଡି ଆସନ? ଚଳିତ ନିର୍ବାଚନରେ ଗଡ଼ ରକ୍ଷା କରି ପାରିବ କି କଂଗ୍ରେସ ନା ବାଜି ମାରିନେବ ବିଜେଡି।...

ଅଙ୍ଗଦାନ କରିଥିବା ମହିଳାଙ୍କୁ ଦିଆଗଲା ଗାର୍ଡ ଅଫ ଅନର

ହାଟଡିହୀ,୧୮l୪(ଶୁଭକାନ୍ତ ନାୟକ): ବିଭିନ୍ନ ସମୟରେ ଅଙ୍ଗଦାନ କରୁଥିବା ବ୍ୟକ୍ତି ବିଶେଷ ଏକ ସ୍ବତନ୍ତ୍ର ଉଦାହରଣ ସୃଷ୍ଟି କରି ସମାଜକୁ ଏକ ନୂତନ ଦିଗଦର୍ଶନ ଦେଇଥାନ୍ତି, ଯାହାକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri