ଗୋବିନ୍ଦଙ୍କ କୋଭିଡ୍‌ ରିପୋର୍ଟକୁ ନେଇ ବଢିଲା ଦ୍ୱନ୍ଦ୍ୱ

ଟିଟିଲାଗଡ଼, ୨୫।୧୦(ଡି.ଏନ.ଏ.): ମମିତା ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଟିଟିଲାଗଡ ପୋଲିସ ବାରାକରୁ ଗତ ୧୭ ତାରିଖ ରାତିରେ ଫେରାର ହେବା ଦିନଠାରୁ ଭିନ୍ନ ଆଲୋଚନା ଜୋର ଧରିଛି। ଏଥର ଆଲୋଚନା ଗୋବିନ୍ଦଙ୍କ କରୋନା ଟେଷ୍ଟକୁ ନେଇ। ୧୭ତାରିଖ ରାତିରେ ବାରାକରୁ ଗୋବିନ୍ଦ ଫେରାର ହୋଇଥିବା ବେଳେ ଟିଟିଲାଗଡ ଡାକ୍ତରଖାନା ରିପୋର୍ଟରେ ୧୮ ତାରିଖ ତାଙ୍କର କରୋନା ପରୀକ୍ଷଣ କରାଯାଇଥିବା ଦର୍ଶାଯାଇଥିବାକୁ ନେଇ କେତେକ ବୈଦ୍ୟୁତିକ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା। ହେଲେ ଡାକ୍ତରଖାନା କର୍ତ୍ତୃପକ୍ଷ କହିଛନ୍ତି ଯେ, ୧୭ ତାରିଖ ଅପରାହ୍ନ ୩.୨୫ରେ ଗୋବିନ୍ଦଙ୍କ କରୋନା ପରୀକ୍ଷା କରାଯାଇଛି। ତାଙ୍କର ପଞ୍ଜିକରଣ ସଂଖ୍ୟା ୬୩୭୫୮ ଏବଂ କ୍ରମିକ ସଂଖ୍ୟା ୧୯୬ ବୋଲି ଉପଖଣ୍ଡ ସ୍ବାସ୍ଥ୍ୟ ଅଧିକାରୀ ଡା. ପ୍ରଦୀପ ନାୟକ ସ୍ପଷ୍ଟ କରିଛନ୍ତି। ପ୍ରତ୍ୟେକ ଦିନ ଜିଲାପାଳ ତଥା ଜିଲା ସ୍ବାସ୍ଥ୍ୟ ଅଧିକାରୀଙ୍କ ପାଖକୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ସଂକ୍ରମିତଙ୍କ ସଂଖ୍ୟା ତଥା ପରୀକ୍ଷା ସଂଖ୍ୟାର ରିପୋର୍ଟ ଯାଇଥାଏ। ଦିନ ୧୨ଟା ପରେ ଯାହା ରିପୋର୍ଟ ଆସେ ତା ପରଦିନକୁ ହିସାବ ଯାଏ। ଏହାକୁ ନେଇ କୌଣସି ସନ୍ଦେହ ନାହିଁ ବୋଲି ଡା. ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନ ଦ୍ବିପହରରେ ସଶସ୍ତ୍ର ଡକାୟତି ଉଦ୍ୟମ: ବନ୍ଧୁକ ମୁନରେ ଭୟଭୀତ କଲେ; ହେଲେ ଗ୍ରାମବାସୀଙ୍କ ସାହସିକତା ଯୋଗୁ…

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବାଙ୍କିମୁଣ୍ଡା ଗ୍ରାମରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଏକ ସାଂଘାତିକ ସଶସ୍ତ୍ର ଡକାୟତି ଉଦ୍ୟମ ବିଫଳ ହୋଇଛି।…

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

ଗଞ୍ଜାମ ପୋଲିସ ଜିଲାର ଅପରାଧ ସମୀକ୍ଷା ବୈଠକ: ପେଣ୍ଡିଂ ମାମଲାର ତୁରନ୍ତ ଫଇସଲା ସହ ଅପରାଧୀଙ୍କ ଉପରେ…

ଛତ୍ରପୁର, ୧୪।୭ (ଦିଲ୍ଲୀପ ସାମଲ): ଛତ୍ରପୁରସ୍ଥିତ ଗଞ୍ଜାମ ପୋଲିସ ମୁଖ୍ୟାଳୟ ସମ୍ମିଳନୀ କକ୍ଷଠାରେ ମଙ୍ଗଳବାର ଦିନ ଗଞ୍ଜାମ ପୋଲିସ ଜିଲାର ଅପରାଧ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।…

ଦିନକ ପରେ ରଥଯାତ୍ରା: ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ କାର୍ଯ୍ୟ, ଚଳଚଞ୍ଚଳ ଗଞ୍ଜାମ ସହର

ଗଞ୍ଜାମ, ୧୪।୭ (ବିଦ୍ୟାଧର ସାହୁ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା ପାଇଁ ଆଉ ମାତ୍ର ଦିନକର ସମୟ ବାକି ଅଛି। ଜୁଲାଇ ୧୬ ତାରିଖରେ ମହାପ୍ରଭୁଙ୍କ…

ଶିକ୍ଷୟିତ୍ରୀଙ୍କ ଘରୁ କରିଥିଲେ ଚୋରି: ୩ ଗିରଫ, ଜଣେ ଫେରାର; ସୁନା, ରୁପା ଅଳଙ୍କାର ସହ…

ତୁମୁଡିବନ୍ଧ, ୧୪।୭ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ପୋଲିସ ଏକ ଚୋରି ମାମଲାର ପର୍ଦ୍ଦାଫାଶ କରିବାରେ ସଫଳ ହୋଇଛି। ପ୍ରାୟ ମାସେ ତଳେ…

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍-କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

କୋର୍ଟରେ ହାଜର ନ ହେବାରୁ ବାନ୍ଧିଲା ପୋଲିସ, ଜାମିନ ନାମଞ୍ଜୁର ପରେ ଜେଲ ଗଲେ…

ଦିଗପହଣ୍ଡି, ୧୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଏକ ଜାମିନବିହୀନ ୱାରେଣ୍ଟ ବଳରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri