ପୂର୍ବ ଶତ୍ରୁତାରୁ ଗଣ୍ଡଗୋଳ, ୪ ଆହତ

ବଳଙ୍ଗା,୧୫ା୧(କେଦାରେଶ୍ୱର ନନ୍ଦ): ପୁରୀ ଜିଲା ବଳଙ୍ଗା ଥାନା ଅଧୀନ ଗଣ୍ଡସାହି ଗ୍ରାମରେ ପୂର୍ବବିବାଦକୁ କେନ୍ଦ୍ରକରି ସୋମବାର ପୂର୍ବାହ୍ନରେ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ୪ଜଣ ଆହତ ହୋଇଛନ୍ତି। ଏ ନେଇ ଥାନାରେ ଉଭୟ ପକ୍ଷରୁ ଏତଲା କ୍ରମେ ପୋଲିସ ଦୁଇଟି ପୃଥକ୍‌ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି। ପ୍ରକାଶ ଯେ, ଗଣ୍ଡସାହି ଗ୍ରାମର ଫକିର ରାଉତ (୬୫)ଙ୍କ ଅଭିଯୋଗ ଅନୁଯାୟୀ, ସେ ଓ ତାଙ୍କ ପୁଅ ଘରେ ନ ଥିବାବେଳେ ପୂର୍ବଶତ୍ରୁତାକୁ କେନ୍ଦ୍ରକରି କୃଷ୍ଣଚନ୍ଦ୍ର ସ୍ବାଇଁଙ୍କ ପରିବାର ଲୋକେ ବିଭିନ୍ନ ମାରଣାସ୍ତ୍ର ଧରି ଦୁଆର ସମ୍ମୁଖକୁ ଆସି ଗାଳିଗୁଲଜ କରିଥିଲେ। ଫକିରଙ୍କ ବୋଉ ଲକ୍ଷ୍ମୀପ୍ରିୟା ରାଉତ ଆସି ପ୍ରତିବାଦ କରିବାରୁ ଅଭିଯୁକ୍ତମାନେ ତାଙ୍କୁ ଘୋଷାଡି ନେଇ ମାଡ଼ ମାରିଥିଲେ। ଏହି ସମୟରେ ପୁଅ ଗୋବିନ୍ଦ ଆସି ପ୍ରତିବାଦ କରିବାରୁ ତାଙ୍କୁ ମଧ୍ୟ ସେମାନେ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ପାଟି ଶୁଣି ପଡ଼ୋଶୀମାନେ ଆସିଯିବାରୁ ଅଭିଯୁକ୍ତମାନେ ଚାଲିଯାଇଥିଲେ। ପରେ ଗୋବିନ୍ଦଙ୍କୁ ସାକ୍ଷୀଗୋପାଳ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଅପରପକ୍ଷରେ ଫକିରଙ୍କ ପରିବାର ଲୋକେ ଅଭୟ ସ୍ବାଇଁଙ୍କ ସ୍ତ୍ରୀ କବିତା ସ୍ବାଇଁ ଓ ଖୁଡ଼ିଶାଶୁ ମୀତା ସ୍ବାଇଁଙ୍କୁ ଆକ୍ରମଣ କରିଥିବା ଥାନାରେ ପାଲଟା ଅଭିଯୋଗ ହୋଇଛି। ଅଭୟ ଏ ନେଇ ଏତଲା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…

ଭାରତକୁ ବଡ଼ ଝଟ୍‌କା: ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ି ପାରନ୍ତି ହର୍ଷିତ ରାଣା

ମୁମ୍ବାଇ,୬ା୨: ଅଭ୍ୟାସ ମ୍ୟାଚରେ ଆଣ୍ଠୁରେ ଆଘାତ ଲାଗିଥିବାରୁ ଭାରତର ଯୁବ ସ୍ପିଡଷ୍ଟର ହର୍ଷିତ ରାଣା ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି। ହର୍ଷିତଙ୍କ ଉପରେ କିନ୍ତୁ ଦଳର ଫିଜିଓ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାଫଳ ପ୍ରକାଶିତ: କିଏ କେଉଁ ତାଲିକାରେ ରହିଲେ ଦେଖନ୍ତୁ ପୂରା ଲିଷ୍ଟ…

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି।…

ଜମୁଛି ସ୍କାଉଟ, ଗାଇଡ କ୍ୟାମ୍ପ: ଦ୍ୱିତୀୟ ଦିନରେ ଛାତ୍ରୀଛାତ୍ରଙ୍କୁ ଆକର୍ଷଣ କଲା…

ଦାରିଙ୍ଗବାଡି, ୬ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ…

ଟପ୍‌ ମାଓବାଦୀ ନେତା ନିଖିଲଙ୍କ ଆତ୍ମସମର୍ପଣ ପରେ ଏମିତି କହିଲେ ଡିଜିପି

ଭୁବନେଶ୍ୱର,୬।୨: ମାଓବାଦୀ ନେତା ନିଖିଲ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ ସ୍ତ୍ରୀ ଇନ୍ଦୁ…

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri