ଗିରଫ ଏସ୍‌ଆଇଙ୍କ ଲିଙ୍ଗକୁ ନେଇ ଦ୍ୱନ୍ଦ୍ୱ

ଭଦ୍ରକ ଅଫିସ,୩ା୪: ଜଣେ ଯୁବତୀଙ୍କୁ ପ୍ରେମ ଜାଲରେ ଫସାଇ ବିବାହ ପ୍ରଲୋଭନ ଦେଖାଇ ଦୁଇବର୍ଷ ଧରି ଶାରୀରିକ ସମ୍ପର୍କ ରଖିଥିବା ଅଭିଯୋଗରେ ଜଣେ ଏସ୍‌ଆଇଙ୍କୁ ଭଦ୍ରକ ଟାଉନ ପୋଲିସ ଗିରଫ ପରେ ରବିବାର କୋର୍ଟଚାଲାଣ କରିଛି। ଅଭିଯୁକ୍ତ ହେଲେ ଚୂଡ଼ାମଣି ମେରାଇନ ଥାନାର ଏସ୍‌ଆଇ ତପସ୍ବିନୀ ମହାପାତ୍ର। ତେବେ ଅଭିଯୁକ୍ତ ଏସ୍‌ଆଇ ଜଣେ ପୁରୁଷ ହୋଇ ମହିଳା ଭାବେ ସତ୍ୟପାଠ କରି ଚାକିରି କରିଥିବା ପୀଡ଼ିତା ଅଭିଯୋଗ କରିଛନ୍ତି। ଏପରିକି ଅଭିଯୁକ୍ତ ଏସ୍‌ଆଇ ପୂର୍ବରୁ ବିବାହ କରିଥିବା ଓ ତାଙ୍କ ସ୍ତ୍ରୀ ଯାଜପୁର ଜିଲାର ଏକ ଥାନାରେ ଏସ୍‌ଆଇ ଥିବା ଅଭିଯୋଗରେ ଦର୍ଶାଯାଇଛି। ଅନ୍ୟପକ୍ଷେ ଅଭିଯୁକ୍ତ ଏସ୍‌ଆଇ ଜଣେ ମହିଳା ହୋଇଥିବା ସିଟି ଡିଏସ୍‌ପି ଅଂଶୁମାନ ଦ୍ୱିବେଦୀ କହିଛନ୍ତି। ଏହାକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି।
ଭଦ୍ରକ ଅଞ୍ଚଳର ଉକ୍ତ ଯୁବତୀ ଟାଉନ ଥାନାରେ ଅଭିଯୋଗ କରିଛନ୍ତି ଯେ, ଏସ୍‌ଆଇ ମହାପାତ୍ର ପୂର୍ବରୁ ପୁରୁଣାବଜାର ଥାନାରେ ଥିବାବେଳେ ତାଙ୍କ ସହ ପ୍ରେମ ସମ୍ପର୍କ ଗଢ଼ିଉଠିଥିଲା। ତାଙ୍କୁ ବିବାହ କରିବା ପାଇଁ ସେ ପ୍ରଲୋଭନ ଦେଖାଇଥିଲେ। ଏପରିକି ୨୦୨୧ ନଭେମ୍ବର ୨୩ରେ ପୁରୀ ଜଗନ୍ନାଥ ମନ୍ଦିରରେ ତାଙ୍କୁ ସିନ୍ଦୂର ପିନ୍ଧାଇ ବିବାହ କରିଥିଲେ। ବାସୁଦେବପୁର ଓ ପୁରୁଣାବଜାର ଭଡ଼ାଘରେ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ଏସ୍‌ଆଇ ମହାପାତ୍ର ପୂର୍ବରୁ ବିବାହ କରିଥିବା ଜାଣିବା ପରେ ଗତ ୩୧ ତାରିଖରେ ଭଦ୍ରକ ନୂଆବଜାରସ୍ଥିତ ଭଡ଼ାଘରକୁ ଯାଇ ଏ ବିଷୟରେ ପଚାରିବାରୁ ତାଙ୍କୁ ମାଡ଼ ମାରିବା ସହ ହତ୍ୟା ଧମକ ଦେଇଥିଲେ। ଏନେଇ ଟାଉନ ଥାନାରେ ଏକ ମାମଲା (ନଂ.୧୯୧/୨୩) ରୁଜୁ ହୋଇଛି। ତେବେ ଅଭିଯୋଗର ସତ୍ୟତା ନେଇ ତଦନ୍ତ ଚାଲିଥିବା ସିଟି ଡିଏସ୍‌ପି ଦ୍ୱିବେଦୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri