ଚନ୍ଦ୍ରଗ୍ରହଣ ନୀତି ନିର୍ଘଣ୍ଟକୁ ନେଇ ଦ୍ୱନ୍ଦ୍ୱ

ପୁରୀ ଅଫିସ, ୩୧ା୧୦: ଆସନ୍ତା ନଭେମ୍ବର ୮ତାରିଖ କାର୍ତ୍ତିକ ପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ ସଂଘଟିତ ହେବାକୁ ଯାଉଛି। ତେବେ ଏହି ଚନ୍ଦ୍ରଗ୍ରହଣ ପାଇଁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତିକାନ୍ତିକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ଶ୍ରୀମନ୍ଦିର ପ୍ରଶାସନର ନୀତି ନିର୍ଘଣ୍ଟ ଅନୁଯାୟୀ, ଚନ୍ଦ୍ରଗ୍ରହଣ ଦିନ ସକାଳ ୮ଟା ୨୯ରେ ପାକତ୍ୟାଗ ପାଇଁ ଉଲ୍ଲେଖ ରହିଥିବାବେଳେ ଜ୍ୟୋତିର୍ବିଦ୍‌ଙ୍କ ମତରେ ଚନ୍ଦ୍ରଗ୍ରହଣ ଦିନ ଭୋର ୫ଟା ୫୪ ମିନିଟ୍‌ରୁ ପାକତ୍ୟାଗ ଓ ଦେବନୀତି ନିଷେଧ ରହିଥିବା କୁହାଯାଇଛି। ଚନ୍ଦ୍ରଗ୍ରହଣରେ ମହାପ୍ରଭୁଙ୍କ ନୀତିକାନ୍ତିରେ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଦୂର କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆସନ୍ତା ଦିନେ କିମ୍ବା ଦୁଇଦିନ ମଧ୍ୟରେ ଶ୍ରୀମନ୍ଦିର ନୀତି ସବ୍‌କମିଟି ଓ ଛତିଶା ନିଯୋଗ ବୈଠକ ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି।
ସୂଚନା ଅନୁଯାୟୀ, ଆସନ୍ତା ୮ ତାରିଖରେ ଚଳିତ ବର୍ଷର ରାହୁଗ୍ରସ୍ତ ଖଣ୍ଡଗ୍ରାସ ଚନ୍ଦ୍ରଗ୍ରହଣ ହେବାକୁ ଯାଉଛି। ଉକ୍ତ ଦିନ ଅପରାହ୍ନ ୨ଟା ୩୮ ମିନିଟ୍‌ ୧୪ ସେକେଣ୍ଡରୁ ଗ୍ରହଣ ସ୍ପର୍ଶ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ୧୮ ମିନିଟ୍‌ ୪୭ ସେକେଣ୍ଡରେ ସର୍ବମୋକ୍ଷ ହେବ। ତେବେ ଶ୍ରୀମନ୍ଦିର ପରିଚାଳନା କମିଟି ପକ୍ଷରୁ ଶ୍ରୀମନ୍ଦିରରେ ହେବାକୁ ଥିବା ମହାପ୍ରଭୁଙ୍କ ନୀତିକାନ୍ତିକୁ ନେଇ ଏବେ ସମସ୍ତଙ୍କ ମନରେ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତି ଅନୁଯାୟୀ ଗ୍ରହଣର ପୂର୍ବଦିନ ଅର୍ଥାତ ୭ତାରିଖ ରାତି ୧୨ଟା ୧୦ ମିନିଟରେ ଶ୍ରୀମନ୍ଦିର ଦ୍ୱାର ଖୋଲାଯାଇ ମହାପ୍ରଭୁଙ୍କ ନୀତି ଆରମ୍ଭ ହେବ। ଦ୍ୱାରଫିଟା ପରେ ୧୨ଟା ୨୫ରେ ଭିତରଶୋଧ, ୧୨ଟା ୩୦ରେ ମଙ୍ଗଳଆଳତି, ୧୨ଟା ୫୦ରେ ମଇଲମ ଓ ତଡ଼ପଲାଗି, ୧ଟା ୩୦ରେ ଅବକାଶ, ୨ଟାରେ ରୋଷ ହୋମ, ୨ଟା ୪୦ରେ ସୂର୍ଯ୍ୟପୂଜା, ୩ଟାରେ ଦ୍ୱାରପାଳ ପୂଜା ଓ ରାଜାଧିରାଜ ବେଶ, ୩ଟା ୩୦ରେ ଗୋପାଳବଲ୍ଲଭ, ୩ଟା ୫୦ରୁ ଭୋର ୪ଟା ୫୦ରେ ସକାଳଧୂପ, ଭୋର ୫ଟାରେ ବାଳଭୋଗ ଓ ଭୋଗମଣ୍ଡପ, ୫ଟା ୪୦ରେ ବନ୍ଦାପନା, ସକାଳ ୭ଟା ୩୦ରେ ଭୋଗମଣ୍ଡପ ଓ ସକାଳ ୭ଟା ୪୦ରେ ମଇଲମ ହୋଇ ନୀତି ସ୍ଥଗିତ ରହିବ। ସେହିପରି ସକାଳ ୮ଟା ୨୯ ମିନିଟ୍‌ଠାରୁ ପାକତ୍ୟାଗ ସହ ଦେବନୀତି ନିଷେଧ ପାଇଁ ସୂଚନା ଦିଆଯାଇଛି। ତେବେ ଶ୍ରୀଜଗନ୍ନାଥ ସଂସ୍କୃତି ଗବେଷକ ଡ. ନରେଶ ଚନ୍ଦ୍ର ଦାଶଙ୍କ ମତରେ ଅପରାହ୍ନ ୨ଟା ୩୮ ମିନିଟ୍‌ ୧୪ ସେକେଣ୍ଡରେ ଗ୍ରହଣ ସ୍ପର୍ଶ ହେବ। ତେଣୁ ନିୟମ ଅନୁଯାୟୀ ସ୍ବର୍ଶର ୯ ଘଣ୍ଟା ପୂର୍ବରୁ ଅର୍ଥାତ ଭୋର ୫ଟା ୫୪ ମିନିଟ୍‌ ୫୩ ସେକେଣ୍ଡଠାରୁ ଅନ୍ନଭୋଜନ, ପାକତ୍ୟାଗ ଓ ଦେବନୀତି ନିଷେଧ ହେବା କଥା। ଏନେଇ ସଂଶୋଧିତ ପାଞ୍ଜିରେ ଉଲ୍ଲେଖ ରହିଛି। ତେବେ ପୂର୍ବରୁ ରାଧାରମଣ ପ୍ରେସ୍‌ ଦ୍ୱାରା ପ୍ରସ୍ତୁତ ବିଶୁଦ୍ଧ ଖଡ଼ୀରତ୍ନ ପଞ୍ଜିକାରେ ଏ ସଂକ୍ରାନ୍ତରେ ଭୁଲ ତଥ୍ୟ ପ୍ରକାଶିତ ହୋଇଥିଲା। ପରେ ତାକୁ ସଂଶୋଧନ କରାଯାଇଛି। ପାଞ୍ଜିରେ ସଂଶୋଧନ ହୋଇଥିବା ସମୟକୁ ଶ୍ରୀମନ୍ଦିର ପ୍ରଶାସନ ଦେଖି ନ ଥିବାରୁ ଏପରି ଦ୍ୱନ୍ଦ୍ୱ ସୃଷ୍ଟି ହୋଇଥିବା ଅନୁମାନ କରାଯାଉଛି। ସେହିପରି ଶ୍ରୀମନ୍ଦିରର ବରିଷ୍ଠ ଦଇତାପତି ସେବାୟତ ବିନାୟକ ଦାସମହାପାତ୍ରଙ୍କ କହିବା ଅନୁଯାୟୀ ଚନ୍ଦ୍ରଗ୍ରହଣ ନୀତିନିର୍ଘଣ୍ଟକୁ ନେଇ ଦିନେ କି ଦୁଇଦିନ ମଧ୍ୟରେ ଶ୍ରୀମନ୍ଦିର ନୀତି ସବ୍‌କମିଟି ଓ ଛତିଶା ନିଯୋଗ ବୈଠକ ଅନୁଷ୍ଠିତ ହୋଇ ପୁନର୍ବାର ନୀତିନିର୍ଘଣ୍ଟ କରାଯିବ। ଯାହାଫଳରେ ଦେଖାଯାଇଥିବା ଦ୍ୱନ୍ଦ୍ୱ ଦୂର ହୋଇପାରିବ। ଏ ନେଇ ଜିଲାପାଳ ସମର୍ଥ ବର୍ମା କହିଛନ୍ତି, ପୁଣିଥରେ ସମସ୍ତ ନିଯୋଗର ସଭାପତି ଓ ସମ୍ପାଦକମାନଙ୍କ ସହ ଚନ୍ଦ୍ରଗ୍ରହଣ ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରାଯିବ ଏବଂ ସମସ୍ତଙ୍କ ସହଯୋଗରେ ମହାପ୍ରଭୁଙ୍କ ନୀତିକାନ୍ତି ଠିକ୍‌ ସମୟରେ ସମାପନ କରାଯିବାକୁ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri