ଜି-୨୦ ଶିଖର ସମ୍ମିଳନୀରେ ପୁଟିନଙ୍କ ଯୋଗଦେବା ନେଇ ଦ୍ୱନ୍ଦ୍ୱ…

ମସ୍କୋ,୫।୧୧ : ଜି -୨୦ ଶିଖର ସମ୍ମିଳନୀ ପାଇଁ ତୀବ୍ର ପ୍ରସ୍ତୁତି ମଧ୍ୟରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଯୋଗଦେବା ନେଇ ଦ୍ୱନ୍ଦ୍ୱ ଦେଖାଦେଇଛି। ରୁଷିଆ ସୂତ୍ରରୁ ପ୍ରକାଶ ଯେ ପୁଟିନ ଏହି ସମ୍ମିଳନୀରେ ଯୋଗଦେବାର ସମ୍ଭାବନା ବହୁତ କମ। ଏହି ସମୟରେ, ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଅନିଶ୍ଚିତତାକୁ ବଢ଼ାଇ କହିଛନ୍ତି ଯେ, ପୁଟିନ ଶିଖର ସମ୍ମିଳନୀକୁ ଆସିଲେ ସେ ଏଥିରେ ଯୋଗଦେବେ ନାହିଁ।

ତେବେ, ୟୁକ୍ରେନ ଜି -୨୦ ର ସଦସ୍ୟ ନୁହେଁ। କିନ୍ତୁ ୟୁକ୍ରେନ ଯୁଦ୍ଧ ପରେ ସୃଷ୍ଟି ହୋଇଥିବା ପରିସ୍ଥିତି ମଧ୍ୟରେଜେଲେନେସ୍କିଙ୍କୁ ଇଣ୍ଡୋନେସିଆର ରାଷ୍ଟ୍ରପତି ଜୋକୋ ୱିଡୋଡୋ ସ୍ବତନ୍ତ୍ର ଭାବେ ନିମନ୍ତ୍ରଣ କରିଛନ୍ତି। ଏହାପୂର୍ବରୁ ପାଶ୍ଚାତ୍ୟ ଦେଶମାନେ ପୁଟିନଙ୍କୁ ଡାକିବା ଉଚିତ ନୁହେଁ ବୋଲି ଚାପ ପକାଇଥିଲେ। ଅପରପକ୍ଷରେ ଚାଇନା କହିଛି ଯେ ଯଦି ରୁଷିଆକୁ ନିମନ୍ତ୍ରଣ କରା ନ ଯାଏ ତେବେ ଏଥିରେ ସେ ମଧ୍ୟ ଭାଗ ନେବ ନାହିଁ। ଏହି ପରିସ୍ଥିତିରେ ଏକ ମଧ୍ୟମ ସମାଧାନର ବାଟ ଖୋଜି ୱିଡୋଡୋ ଉଭୟ ରୁଷିଆ ଏବଂ ୟୁକ୍ରେନର ରାଷ୍ଟ୍ରପତିଙ୍କୁ ଆମନ୍ତ୍ରଣ କରିଛନ୍ତି ।

ନଭେମ୍ବର ୧୪ ଇଣ୍ଡୋନେସିଆର ବାଲିରେଜି-୨୦ ଶିଖର ସମ୍ମିଳନୀ ଅନୁଷ୍ଠିତ ହେବ। ସେଠାରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଇଣ୍ଡୋନେସିଆ ସରକାର ସେଠାରେ୧୮,୦୦୦ ସୁରକ୍ଷା କର୍ମୀ ନିୟୋଜିତ କରିଛନ୍ତି। ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏବଂ ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗ ଏଠାରେ ପହଞ୍ଚିବାକୂ ନିଶ୍ଚିତ କରିଛନ୍ତି। କିନ୍ତୁ ପୁଟିନ ଏ ସମ୍ପର୍କରେ ଏପର୍ଯ୍ୟନ୍ତ କୌଣସି ଘୋଷଣା କରିନାହାଁନ୍ତି। କିନ୍ତୁ ସେ ଆସି ନ ପାରନ୍ତି ବୋଲି ସୂଚିତ କରିଛନ୍ତି। କିଛି ଦିନ ପୂର୍ବରୁ ଭାଲଡାଇ ଡିସକ୍ସନ ଗ୍ରୁପକୁ ସମ୍ବୋଧିତ କରି ସେ କହିଥିଲେ ଯେ ସେ ୧୫ ଘଣ୍ଟା ବିମାନ ଯାତ୍ରା କରି ବାଲିଯାତ୍ରା କରିବେ କି ନାହିଁ ସେନେଇ ସେ ନିଷ୍ପତ୍ତି ନେଇ ନାହାଁନ୍ତି। ସେ କହିଥିଲେ – କିନ୍ତୁ ମୁଁ ନ ଗଲେ ମଧ୍ୟ ରୁଷିଆର ଉଚ୍ଚସ୍ତରୀୟ ପ୍ରତିନିଧୀ ସେଠାକୁ ଯିବେ।


Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri