Posted inଜାତୀୟ

କରୋନା ପରେ ଆସୁଛି କଙ୍ଗୋ ଜ୍ୱର: ସତର୍କ ସୂଚନା ଜାରି

ସମସ୍ତ ବିଶ୍ୱ ଏବେ ମହାମାରୀ କରୋନା ସହ ଲଢ଼େଇ କରୁଛି। ଏହାରି ମଧ୍ୟରେ ଆଉ ଏକ ରୋଗ ‘କଙ୍ଗୋ ଜ୍ୱର’ ବ୍ୟାପିବା ଆଶଙ୍କାରେ ସତର୍କ ସୂଚନା ଜାରି କରାଯାଇଛି। ଏ ନେଇ ଲୋକେ ଭୟଭୀତ ହୋଇପଡ଼ିଛନ୍ତି।
ଗୁଜୁରାଟର କିଛି ଅଞ୍ଚଳରେ ପଶୁ, ପକ୍ଷୀଙ୍କଠାରେ କଙ୍ଗୋ ଜ୍ୱର ବ୍ୟାପିବା ପରେ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ଫଳରେ ମହାରାଷ୍ଟ୍ରର ପାଲଘର ଅଞ୍ଚଳରେ ସତର୍କ ସୂଚନା ଜାରି କରାଯାଇଛି। କଙ୍ଗୋ ଜ୍ୱରର ପୁରା ମାନ ହେଉଛି ରିମିୟନ୍‌ କଙ୍ଗୋ ହେମୋରେଜିକ୍‌ ଫିବର (ସିସିଏଫ୍‌ଏଫ୍‌) । ଏହି ଜ୍ୱର ପଶୁଙ୍କଠାରୁ ମଣିଷଙ୍କୁ ବ୍ୟାପିଥାଏ। ତେଣୁ ଏଥିପ୍ରତି ସତର୍କ ରହିବା ପାଇଁ ସମସ୍ତ ମାଂଶ ଏବଂ କୁକୁଡା ବିକ୍ରେତାଙ୍କୁ ନିର୍ଦ୍ଦେଶ ଦିଆଯାଇଛି। କେବଳ ସେତିକି ନୁହେଁ ପାଲଘର ଜିଲାପାଳ ଡ.ମାନେକ ଗୁରସାଲେ ଗୁଜୁରାଟ ସୀମା ଦେଇ ମହାରାଷ୍ଟ୍ରରୁ ଆସୁଥିବା ପଶୁ, ପକ୍ଷୀ ଆମଦାନୀ ଉପରେ ରୋକ ଲଗାଇଛନ୍ତି। ସ୍ବଚ୍ଛତା ଏବଂ ପରିସ୍କାର ପରିଚ୍ଛନ୍ନତା ପାଇଁ ସେ ସମସ୍ତ ମାଂସ ବିକ୍ରେତାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମାଂସ ବିକ୍ରି ସମୟରେ ହାତଲେ ଗ୍ଲୋବ୍‌ସ ଏବଂ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି। ଗୁଜୁରାଟରୁ ମହାରାଷ୍ଟ୍ର ଆସିଥିବା ପଶୁମାନଙ୍କର ଯାଞ୍ଚ ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି।
ଏହାକୁ ନେଇ ପ୍ରାଣୀ ଚିକିତ୍ସା ବିଭାଗର ଡାକ୍ତର ପି ଡି କାମ୍ବଲେ କହିଛନ୍ତି ଯେ, ଏହା ଠିକ୍‌ ସମୟରେ ଚିହ୍ନଟ କରାଯାଇ ଚିକିତ୍ସା କରା ନ ଗଲେ ପ୍ରାୟ ଏକ ତୃତୀୟାଂଶ ରୋଗୀଙ୍କର ମୃତ୍ୟୁ ଘଟିପାରେ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଅନୁଯାୟୀ, ଏହି ରୋଗରେ ମୃତ୍ୟୁ ହାର ୧୦ରୁ ୪୦ ପ୍ରତିଶତ ରହିଛି। ଏହାର କୌଣସି ଟିକା ମଣିଷ ବା ପଶୁଙ୍କ ପାଇଁ ବାହାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଖାମେନେଇଙ୍କ ପରେ କିଏ? ରକ୍ତମୁଖା ହେଲା ଇରାନ

ତେହରାନ୍‌,୧।୩: ଇରାନର ସର୍ୱୋଚ୍ଚ ନେତା ଅଲି ଖାମନେଇ ଇସ୍ରାଏଲୀ ଏବଂ ଆମେରିକୀୟ ଆକ୍ରମଣରେ ପ୍ରାଣ ହରାଇଛନ୍ତି। ଏହି ଘଟଣା ନିଶ୍ଚିତ ହୋଇଛି ଏବଂ ଇରାନରେ ଏକ ଜାତୀୟ…

ଧର୍ମାନ୍ତରୀକରଣ ଓ ଲଭ୍ ଜିହାଦ

ଆକାର ପଟେଲ ଆମ ଗଣମାଧ୍ଯମ ଏବଂ ହ୍ଵାଟ୍ସଆପ୍ ଗ୍ରୁପଗୁଡ଼ିକରେ ଆମେ ଯେଉଁ ସବୁ ବିଷୟରେ ଆଲୋଚନା ବା ପ୍ରଚାର କରୁଛୁ, ତାହା ମଧ୍ୟରୁ ଗୋଟିଏ। ହେଉ ହେଉଛି…

ମାର୍ଚ୍ଚରୁ ମେ’ ପ୍ରବଳ ଗରମ

ଭୁବନେଶ୍ୱର,୧।୩(ବନ୍ଦନା ସେଠୀ): ମାର୍ଚ୍ଚ ଆରମ୍ଭ ନ ହେଉଣୁ ରାଜ୍ୟରେ ତାପମାତ୍ରା ୩୬ ଡିଗ୍ରୀ ଟପିଛି। ଆଗକୁ ପ୍ରବଳ ଖରାତାତି ଓ ଗରମରେ ଶିଝିବ ସାରା ଓଡ଼ିଶା। ବିଶେଷକରି…

LPG Price Hike: ହୋଲି ପୂର୍ବରୁ ବଡ଼ ଝଟକା! ଆଜିଠୁ ମହଙ୍ଗା ହେଲା ଗ୍ୟାସ୍ ସିଲିଣ୍ଡର, ନୂଆ ମୂଲ୍ୟ…

ନୂଆଦିଲ୍ଲୀ, ୧।୩: ସାଧାରଣ ଲୋକଙ୍କ ପାଇଁ ବଡ଼ ଝଟକା। ହୋଲି ପୂର୍ବରୁ ୧ ମାର୍ଚ୍ଚରେ ୨୦୨୬ରେ ଏଲପିଜି ଦର ଅପଡେଟ୍ କରାଯାଇଛି। ହୋଲି ପୂର୍ବରୁ ମଧ୍ୟ ଗ୍ରାହକମାନେ…

ଖାମନେଇଙ୍କ ହତ୍ୟାକୁ ନେଇ ଟ୍ରମ୍ପ କଲେ ବଡ଼ ଘୋଷଣା, ବିଶ୍ୱରେ ଚହଳ

ତେହରାନ,୧।୩: ଇସ୍ରାଏଲ ଇରାନର ସର୍ୱୋଚ୍ଚ ନେତା ଅଲି ଖାମନେଇଙ୍କ ମୃତ୍ୟୁ ଦାବି କରିଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ନିଜେ ଖାମନେଇଙ୍କ ମୃତ୍ୟୁ ଦାବି କରିଛନ୍ତି। ଆମେରିକାର…

ହତ୍ୟା ଦାବି ମଧ୍ୟରେ ଖାମନେଇଙ୍କ ପୋଷ୍ଟ, ଖଣ୍ଡା ନେଇ…

ତେହରାନ,୧।୩: ଆୟାତୋଲ୍ଲା ଅଲି ଖାମନେଇଙ୍କ ହତ୍ୟା ଦାବି ମଧ୍ୟରେ, ଇରାନର ସର୍ୱୋଚ୍ଚ ନେତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲରୁ ଏକ ପୋଷ୍ଟ କରାଯାଇଛି। ପୋଷ୍ଟରେ ପୟଗମ୍ୱର ଅଲିଙ୍କୁ ଉଦ୍ଧୃତ…

ବିଶ୍ୱକପ୍‌ରେ ଇତିହାସ ରଚିଲେ ଫଖର-ସାହିବଜାଦା

ପାଲିକେଲ,୨୮।୨: ଚଳିତ ଟି୨୦ ବିଶ୍ୱକପ୍‌ ସୁପର-୮ର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନା ପାଇଁ ଯୋଗ୍ୟତା ଅର୍ଜନ କରିବାରେ…

ଇରାନ ଉପରେ ମହାଶକ୍ତିର ପ୍ରହାର: ଖାମେନେଇଙ୍କ ବାସଭବନ ଧ୍ୱଂସ, ଟ୍ରମ୍ପ କହିଲେ‘ ଇରାନବାସୀଙ୍କ ମୁକ୍ତି ସମୟ ଆସିଛି’ 

ଓ୍ବାଶିଂଟନ,୨୮।୨: ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ସାମରିକ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭୟଙ୍କର ରୂପ ନେଇଛି। ଏହି ଆକ୍ରମଣର କିଛି ଘଣ୍ଟା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri