ବାଚସ୍ପତିଙ୍କୁ ଶୁଭେଚ୍ଛା ଜଣାଇ ଏମିତି କିଛି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦ା୬: ବିଧାନସଭାର ନୂତନ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ଶୁଭେଚ୍ଛା ବାର୍ତ୍ତାରେ ଲେଖିଛନ୍ତି, ଆପଣ ଚଳିତ ସପ୍ତଦଶ ବିଧାନସଭାର ବାଚସ୍ପତି ଭାବେ ସର୍ବସମ୍ମତି କ୍ରମେ ମନୋନୀତ ହୋଇଥିବାରୁ ମୁଁ ଆପଣଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି।

ଆପଣ ଆଜି ଏହି ଦାୟିତ୍ୱ ଗ୍ରହଣ କରିବା ପରେ ମୁଁ ନିଶ୍ଚିତ ଭାବରେ ଆଶା କରୁଛି ଯେ, ଆପଣ ଏ ପବିତ୍ର ଗୃହର ଗର୍ବ, ଗରିମା ଓ ପଦମର୍ଯ୍ୟାଦା ରକ୍ଷାକରିବା ସହିତ ନିରପେକ୍ଷତା ଅବଲମ୍ବନ କରି ଏ ଗୃହକୁ ସଠିକ୍‌ ଭାବରେ ପରିଚାଳନା କରିପାରିବେ।

ଆମ୍ଭେମାନେ ସମସ୍ତେ ଓଡ଼ଶାବାସୀଙ୍କ ପାଇଁ ନିଷ୍ଠାପର ଭାବେ ସେବା କରିବା ନିମନ୍ତେ ଦୃଢ ସଂକଳ୍ପବଦ୍ଧ। ମୋର ଆଶା, ଆମ୍ଭେମାନେ ସମସ୍ତେ ଏ ଗୃହକାର୍ଯ୍ୟରେ ମାନ୍ୟବର ବାଚସ୍ପତି ମହୋଦୟାଙ୍କୁ ସାହାଯ୍ୟ ଓ ସହଯୋଗ କରିବା ଏବଂ ଗୃହର ପରମ୍ପରା ଓ ପଦମର୍ଯ୍ୟାଦା ବଜାୟ ରଖିବା ।

ପରିଶେଷରେ ମୁଖ୍ୟମନ୍ତ୍ରୀ ଗୃହର ମାନ୍ୟବର ସଦସ୍ୟା ଓ ସଦସ୍ୟମାନଙ୍କୁ ଧନ୍ୟବାଦ ଜଣାଇବା ସହ ଓଡ଼ିଶାବାସୀଙ୍କୁ ମଧ୍ୟ ଆନ୍ତରିକ ଶୁଭେଚ୍ଛା ଓ ଧନ୍ୟବାଦ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?