Posted inଖେଳ

୧୦୦ତମ ଟେଷ୍ଟ ପାଇଁ ଈଶାନ୍ତ ସମ୍ବର୍ଦ୍ଧିତ

ଅହମଦାବାଦ, ୨୫।୨(ପି.ଟି.)- ଇଂଲଣ୍ଡ ବିପକ୍ଷରେ କ୍ୟାରିୟରର ୧୦୦ତମ ଟେଷ୍ଟ ଖେଳିଥିବାରୁ ଭାରତୀୟ ଦ୍ରୁତ ବୋଲର ଈଶାନ୍ତ ଶର୍ମାଙ୍କୁ ବୁଧବାର ସମ୍ବର୍ଦ୍ଧିତ କରାଯାଇଛି। ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମ୍ୟାଚ ପୂର୍ବରୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ଏକ ସ୍ମରଣିକା ଏବଂ ଗୃହ ମନ୍ତ୍ରୀ ଅମିତ ଶାହା ସ୍ବତନ୍ତ୍ର ବିସିସିଆଇ ଟୋପି ପ୍ରଦାନ କରିଥିଲେ। ଏହି ଅବସରରେ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ ଓ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସମ୍ପାଦକ ଜୟ ଶାହା ଉପସ୍ଥିତ ଥିଲେ। ୩୨ ବର୍ଷୀୟ ଈଶାନ୍ତ ପୂର୍ବତନ ଅଧିନାୟକ କପିଳ ଦେବଙ୍କ ପରେ ଦ୍ୱିତୀୟ ଭାରତୀୟ ଦ୍ରୁତ ବୋଲର ଭାବେ ୧୦୦ ଟେଷ୍ଟ ମ୍ୟାଚ ଖେଳିଥିଲେ। ଇଂଲଣ୍ଡ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିବାରୁ ଟିମ୍‌ ଇଣ୍ଡିଆ ଖେଳାଳିମାନେ ପଡ଼ିଆରେ ପ୍ରବେଶ କରିବା ବେଳେ ଲାଇନ୍‌ରେ ଛିଡ଼ା ହୋଇ ଦୀର୍ଘଦିନ ଧରି ଭାରତୀୟ କ୍ରିକେଟକୁ ସେବା ପାଇଁ ଈଶାନ୍ତଙ୍କୁ ଗାର୍ଡ ଅଫ୍‌ ଅନର ଜଣାଇଥିଲେ। ନିଜ ୧୦୦ତମ ଟେଷ୍ଟକୁ ସ୍ମରଣୀୟ କରି ଈଶାନ୍ତ ପ୍ରଥମ ଇନିଂସରେ ଗୋଟିଏ ଉଇକେଟ ମଧ୍ୟ ନେଇଥିଲେ। ଚଳିତ ଇଂଲଣ୍ଡ ବିପକ୍ଷ ସିରିଜର ପ୍ରଥମ ଟେଷ୍ଟରେ ଈଶାନ୍ତ ୩୦୦ ଉଇକେଟ ପୂରଣ କରିଥିଲେ। ଭାରତର ତୃତୀୟ ପେସର ଏବଂ ୬ଷ୍ଠ ବୋଲର ଭାବେ ସେ ଏହି ସଫଳତା ପାଇଥିଲେ। ୨୦୦୭ରେ ବାଂଲାଦେଶ ବିପକ୍ଷରେ ଟେଷ୍ଟ କ୍ୟାରିୟର ଆରମ୍ଭ କରିଥିବା ଈଶାନ୍ତ ୧୧ ଥର ୫ ଉଇକେଟ ଏବଂ ଥରେ ଏକ ମ୍ୟାଚରେ ୧୦ ଉଇକେଟ ସଫଳତା ପାଇଥିଲେ। ଏଠାରେ ଦିବାରାତ୍ର ଟେଷ୍ଟ ଆରମ୍ଭ ହେବା ପୂର୍ବରୁ ବିରାଟ କୋହଲି, ସଚିନ ତେନ୍ଦୁଲକର, ବୀରେନ୍ଦ୍ର ସେହ୍ବାଗ, ଆଶିଷ ନେହେରାଙ୍କ ପରି ଅନେକ ପ୍ରତିଷ୍ଠିତ ଖେଳାଳି ଈଶାନ୍ତଙ୍କ ପ୍ରଶଂସାରେ ଶତମୁଖ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ଅଷ୍ଟ୍ରେଲିଆକୁ ICC ଦେଲା ବଡ଼ ଦଣ୍ଡ: ବାଂଲାଦେଶଠାରୁ ଶୋଚନୀୟ ପରାଜୟ ପରେ କଙ୍ଗାରୁ ଟିମ୍‌କୁ…

ଆଡ଼ିଲେଡ,୧୭।୮: ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୯ ଉଇକେଟେରେ ପରାସ୍ତ କରି ବାଂଲାଦେଶ ଇତିହାସ ରଚିଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଏହା ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆ…

ଗିଲଙ୍କ ଧମାକା, ଗୋଟିଏ ହାତରେ ଏମତି କ୍ୟାଚ୍‌ ଧରିଲେ ସବୁ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୧୭।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟରେ ଭାରତୀୟ ଅଧିନାୟକ ଶୁଭମନ ଗିଲ୍ ଏକ ଚମତ୍କାର କ୍ୟାଚ୍ ଧରି ସମସ୍ତଙ୍କୁ ଚକିତ କରିଛନ୍ତି। କୁଲଦୀପ ଯାଦବଙ୍କ ବଲ୍‌ରେ ଶ୍ରୀଲଙ୍କା ବ୍ୟାଟର…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri