Posted inଖେଳ

୧୦୦ତମ ଟେଷ୍ଟ ପାଇଁ ଈଶାନ୍ତ ସମ୍ବର୍ଦ୍ଧିତ

ଅହମଦାବାଦ, ୨୫।୨(ପି.ଟି.)- ଇଂଲଣ୍ଡ ବିପକ୍ଷରେ କ୍ୟାରିୟରର ୧୦୦ତମ ଟେଷ୍ଟ ଖେଳିଥିବାରୁ ଭାରତୀୟ ଦ୍ରୁତ ବୋଲର ଈଶାନ୍ତ ଶର୍ମାଙ୍କୁ ବୁଧବାର ସମ୍ବର୍ଦ୍ଧିତ କରାଯାଇଛି। ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମ୍ୟାଚ ପୂର୍ବରୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ଏକ ସ୍ମରଣିକା ଏବଂ ଗୃହ ମନ୍ତ୍ରୀ ଅମିତ ଶାହା ସ୍ବତନ୍ତ୍ର ବିସିସିଆଇ ଟୋପି ପ୍ରଦାନ କରିଥିଲେ। ଏହି ଅବସରରେ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ ଓ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସମ୍ପାଦକ ଜୟ ଶାହା ଉପସ୍ଥିତ ଥିଲେ। ୩୨ ବର୍ଷୀୟ ଈଶାନ୍ତ ପୂର୍ବତନ ଅଧିନାୟକ କପିଳ ଦେବଙ୍କ ପରେ ଦ୍ୱିତୀୟ ଭାରତୀୟ ଦ୍ରୁତ ବୋଲର ଭାବେ ୧୦୦ ଟେଷ୍ଟ ମ୍ୟାଚ ଖେଳିଥିଲେ। ଇଂଲଣ୍ଡ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିବାରୁ ଟିମ୍‌ ଇଣ୍ଡିଆ ଖେଳାଳିମାନେ ପଡ଼ିଆରେ ପ୍ରବେଶ କରିବା ବେଳେ ଲାଇନ୍‌ରେ ଛିଡ଼ା ହୋଇ ଦୀର୍ଘଦିନ ଧରି ଭାରତୀୟ କ୍ରିକେଟକୁ ସେବା ପାଇଁ ଈଶାନ୍ତଙ୍କୁ ଗାର୍ଡ ଅଫ୍‌ ଅନର ଜଣାଇଥିଲେ। ନିଜ ୧୦୦ତମ ଟେଷ୍ଟକୁ ସ୍ମରଣୀୟ କରି ଈଶାନ୍ତ ପ୍ରଥମ ଇନିଂସରେ ଗୋଟିଏ ଉଇକେଟ ମଧ୍ୟ ନେଇଥିଲେ। ଚଳିତ ଇଂଲଣ୍ଡ ବିପକ୍ଷ ସିରିଜର ପ୍ରଥମ ଟେଷ୍ଟରେ ଈଶାନ୍ତ ୩୦୦ ଉଇକେଟ ପୂରଣ କରିଥିଲେ। ଭାରତର ତୃତୀୟ ପେସର ଏବଂ ୬ଷ୍ଠ ବୋଲର ଭାବେ ସେ ଏହି ସଫଳତା ପାଇଥିଲେ। ୨୦୦୭ରେ ବାଂଲାଦେଶ ବିପକ୍ଷରେ ଟେଷ୍ଟ କ୍ୟାରିୟର ଆରମ୍ଭ କରିଥିବା ଈଶାନ୍ତ ୧୧ ଥର ୫ ଉଇକେଟ ଏବଂ ଥରେ ଏକ ମ୍ୟାଚରେ ୧୦ ଉଇକେଟ ସଫଳତା ପାଇଥିଲେ। ଏଠାରେ ଦିବାରାତ୍ର ଟେଷ୍ଟ ଆରମ୍ଭ ହେବା ପୂର୍ବରୁ ବିରାଟ କୋହଲି, ସଚିନ ତେନ୍ଦୁଲକର, ବୀରେନ୍ଦ୍ର ସେହ୍ବାଗ, ଆଶିଷ ନେହେରାଙ୍କ ପରି ଅନେକ ପ୍ରତିଷ୍ଠିତ ଖେଳାଳି ଈଶାନ୍ତଙ୍କ ପ୍ରଶଂସାରେ ଶତମୁଖ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇତିହାସ ରଚିଲେ ଚହଲ: ଆଇପିଏଲ୍‌ରେ ଏମିତି କାରନାମା କରିବାରେ ପ୍ରଥମ ବୋଲର

ନୂଆଦିଲ୍ଲୀ,୨୩।୪: ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ୟୁଜବେନ୍ଦ୍ର ଚହଲ ତାଙ୍କ ଆଇପିଏଲ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ମୁମ୍ବାଇ...

ଅରେଞ୍ଜ କ୍ୟାପ୍‌ ଉପରେ କୋହଲଙ୍କ କବ୍‌ଜା: ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ରୋଚକ

ନୂଆଦିଲ୍ଲୀ,୨୩।୪: ବ୍ୟାଟ୍ସମ୍ୟାନ ଭାବରେ ବିରାଟ କୋହଲିଙ୍କ ଆଭିମୁଖ୍ୟ ଆଇପିଏଲ ୨୦୨୪ ରେ ଜାରି ରହିଛି। ବିରାଟ କୋହଲି ୮ଟି ମ୍ୟାଚରେ ହାରାହାରି ୬୩.୧୭ରେ ୩୭୯ ରନ...

ହଠାତ୍‌ ପଡ଼ିଆ ମଝିରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା: ଜାଣନ୍ତୁ କାହିଁକି

ମୁମ୍ବାଇ,୨୩।୪: ରାଜସ୍ଥାନ ରୟାଲ୍ସର ଓପନର୍‌ ଯଶସ୍ବୀ ଜୟସ୍ବାଲ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୬୦ ବଲରେ ୧୦୪ ରନର ଅପରାଜିତ ଇନିଂସ ଖେଳିଥିଲେ। ସେ ତାଙ୍କ ଇନିଂସରେ...

ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ

ଭୁବନେଶ୍ୱର,୨୩।୪: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ବା ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ ଭାବେ ବିଶ୍ୱଜିତ ବିଶ୍ୱାଳ ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୪ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ...

ରୁଡ୍‌ଙ୍କୁ କ୍ୟାରିୟରର ବଡ଼ ଟାଇଟଲ

ବାର୍ସିଲୋନା, ୨୩ା୪ (ଏପି): କାସ୍ପର ରୁଡ୍‌ ବାର୍ସିଲୋନା ଓପନ ଟେନିସ ଚାମ୍ପିୟନ ହୋଇଛନ୍ତି। ଟୁର୍ନାମେଣ୍ଟର ଫାଇନାଲରେ ସେ ଷ୍ଟିଫାନସ ସିତ୍‌ସିପାସଙ୍କୁ ୭-୫, ୬-୩ରେ ହରାଇ ଦେଇଛନ୍ତି।...

ବାଗାନ ମୁକାବିଲା ପାଇଁ ଓଡ଼ିଶା ଏଫ୍‌ସି ପ୍ରସ୍ତୁତ

ଭୁବନେଶ୍ୱର, ୨୩।୪ (ତପନ ସ୍ବାଇଁ): ଇତିହାସ ସୃଷ୍ଟି ହୋଇସାରିଛି। ଓଡ଼ିଶା ଏଫ୍‌ସି ପ୍ରଥମ ଥର ପାଇଁ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ସେମିଫାଇନାଲରେ ପ୍ରବେଶ କରିଛି।...

ଅମ୍ପାୟାରଙ୍କ ସହ ଯୁକ୍ତିତର୍କ କରିବା କୋହଲିଙ୍କୁ ପଡ଼ିଲା ମହଙ୍ଗା, ବିସିସିଆଇ ନେଲା କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୨।୪: ଆଇପିଏଲ ୨୦୨୪ରେ କୋଲକାତା ନାଇଟ ରାଇଡର୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ରବିବାର ଏକ ମ୍ୟାଚ ହୋଇଥିଲା। ଯେଉଁଥିରେ କେକେଆର୍‌ ୧ ରନ୍‌ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri