Posted inଭଦ୍ରକ

କ୍ରାନ୍ତି ଦିବସରେ ୩ ସ୍ବାଧୀନତା ସଂଗ୍ରାମୀଙ୍କୁ ସମ୍ବର୍ଦ୍ଧନା

ଧାମନଗର, ୧୦ା୮(ଡି.ଏନ.ଏ.)-କ୍ରାନ୍ତି ଦିବସ ଉପଲକ୍ଷେ ଭଦ୍ରକ ଜିଲା ଧାମନଗର ବ୍ଲକର ୩ଜଣ ବରିଷ୍ଠ ସ୍ବାଧୀନତା ସଂଗ୍ରାମୀଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ସଂଗ୍ରାମୀ ରାମହରି ଗୋସ୍ବାମୀ, ବ୍ରଜକିଶୋର ରାଉତ ଏବଂ ଗୌରିଶ୍ୟାମ ଗୋସ୍ବାମୀଙ୍କୁ ରାଷ୍ଟ୍ରପତିଙ୍କ ଦ୍ୱାରା ପ୍ରଦତ୍ତ ମାନପତ୍ର ଓ ଉପଢୌକନ ଜିଲାପାଳଙ୍କ ଦ୍ୱାରା ପ୍ରଦାନ କରାଯାଇଛି।

ବରିଷ୍ଠ ସଂଗ୍ରାମୀ ଭାବେ ଧାମନଗର ବ୍ଲକର ଏହି ୩ଜଣ ସ୍ବାଧୀନତା ସଂଗ୍ରାମୀଙ୍କୁ ରାଷ୍ଟ୍ରପତି ପୁରସ୍କାର ପାଇଁ ମନୋନୀତ କରାଯାଇଥିଲା। କୋଭିଡ୍‌ କାରଣରୁ ସେମାନଙ୍କୁ ଦିଲ୍ଲୀ ଯିବା ପାଇଁ ଅନୁମତି ମିଳି ନ ଥିଲା। ସେମାନଙ୍କ ନିକଟରେ ପ୍ରଶାସନ ପହଞ୍ଚି ସମ୍ମାନିତ କରିବା ପାଇଁ ସ୍ବୀକୃତି ମିଳିଥିଲା। ରବିବାର ଭଦ୍ରକ ଜିଲାପାଳ ଜ୍ଞାନରଞ୍ଜନ ଦାସ, ଏଡିଏମ ଶ୍ୟାମାଭକ୍ତ ମିଶ୍ର, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଗୋଲକ ଚନ୍ଦ୍ର ବେହେରା, ବିଡିଓ ଦୁର୍ଗାଚରଣ ମୁର୍ମୁ, ଧୂଷରୀ ଥାନା ଏସ୍‌ଆଇ ଦୁଷ୍ମନ୍ତ କୁମାର ଦାସ ସୂର୍ଯ୍ୟପୁରରେ ପହଞ୍ଚି ପ୍ରଥମେ ରାମହରି ଗୋସ୍ବାମୀ ଏବଂ ଗୌରୀଶ୍ୟାମ ଗୋସ୍ବାମୀଙ୍କୁ ଭେଟି ସମ୍ମାନିତ କରିଥିଲେ। ଏହାପରେ ଧାମନଗର ଥାନା ଆଇଆଇସି ରତିକାନ୍ତ ଗିରିଙ୍କ ସମେତ ଅଧିକାରୀମାନେ କମାରବନ୍ଧ ଗ୍ରାମକୁ ଯାଇ ସଂଗ୍ରାମୀ ବ୍ରଜକିଶୋର ରାଉତଙ୍କୁ ସମ୍ମାନିତ କରିଥିଲେ। ଏହାପରେ ଭଦ୍ରକ ଏମ୍‌ପି ମଞ୍ଜୁଲତା ମଣ୍ଡଳ, ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ବାଲେଶ୍ୱର ଭଦ୍ରକ କେନ୍ଦ୍ର ସମବାୟ ବ୍ୟାଙ୍କ ସଭାପତି ରଘୁନାଥ ଲେଙ୍କା ମଧ୍ୟ ସଂଗ୍ରାମୀମାନଙ୍କ ଘରକୁ ଯାଇ ସମ୍ମାନିତ କରିଥିଲେ। ସେହିପରି କଂଗ୍ରେସ ଦଳ ତରଫରୁ ସୂର୍ଯ୍ୟପୁରର ଦୁଇଜଣ ସଂଗ୍ରାମୀଙ୍କୁ ସମ୍ମାନିତ କରାଯାଇଛି। ପିସିସି ସଭ୍ୟ ହୃଦାନନ୍ଦ ସେଠୀ, ରାଜ୍ୟ ଓବିସି ସେଲ ଉପସଭାପତି ଅଭିଷେକ ରାଉତ, ବରିଷ୍ଠ କଂଗ୍ରେସ ନେତା ପ୍ରସନ୍ନ ଧଳ, ପରମାନନ୍ଦ ସାଏନ୍ତ, ଭାଗୀରଥୀ ପରିଡା, ସଂଗ୍ରାମ ନାୟକ, ପ୍ରଦୀପ୍ତ କିଶୋର ଦାସ, ସୁଧୀର ଖଟୁଆ, ରବୀନ୍ଦ୍ର ନାୟକ ପ୍ରମୁଖ ଉପସ୍ଥିତ ରହି ସଂଗ୍ରାମୀଙ୍କୁ ସମ୍ମାନିତ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri