ଦଡିବାଡି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରମାକାନ୍ତଙ୍କୁ ସମ୍ବର୍ଦ୍ଧନା, ଭଲ ଛାତ୍ର ଗଢ଼ିବା ନିଶା…

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି କ୍ଲଷ୍ଟର ଦଡିବାଡି ସରକାରୀ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରମାକାନ୍ତ ସିଂ ମେ’ମାସ ଶେଷରେ ସରକାରୀ କାର୍ଯ୍ୟରୁ ଅବସର ଗ୍ରହଣ କରିଛନ୍ତି। ଖରାଛୁଟି ରହିଥିବାରୁ ସେହି ସମୟରେ ତାଙ୍କୁ କ୍ଲଷ୍ଟର ପକ୍ଷରୁ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇପାରି ନ ଥିଲା। ଶନିବାର କ୍ଲଷ୍ଟରର ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ ଏକାଠି ହୋଇ ସିମନବାଡି ବିଦ୍ୟାଳୟ ପରିସର ମଧ୍ୟରେ ଅବସରକାଳୀନ ଉତ୍ସବ ଆୟୋଜନ କରି ତାଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି। ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଦେଶୀ ନାୟକଙ୍କ ଅଧ୍ୟକ୍ଷତା ଓ ସିଆରସିସି ବନ୍ଧୁରାଜ ଉଠାଣ ସିଂଙ୍କ ଆବାହନ କ୍ରମେ କାର୍ଯ୍ୟକ୍ରମରେ କ୍ଲଷ୍ଟର ବିଭିନ୍ନ ବିଦ୍ୟାଳୟର ଶିକ୍ଷୟିତ୍ରୀଶିକ୍ଷକ ଯୋଗଦେଇ ରମାକାନ୍ତ ସିଂଙ୍କ କାର୍ଯ୍ୟକାଳ ସମୟର ଉତ୍ତମ କାର୍ଯ୍ୟକୁ ପ୍ରଂଶସା କରିଥିଲେ | ସେ ଦଡିବାଡିରେ କାର୍ଯ୍ୟକରିବା ସମୟରେ ତାଙ୍କ ସହକର୍ମୀଙ୍କ ସହ ଉତ୍ତମ ବ୍ୟବହାର ସହ ଛାତ୍ର ବତ୍ସଳଶିକ୍ଷକ ଥିଲେ। ସେ ସହକର୍ମୀଙ୍କୁ ନିଜ ଅଭିଜ୍ଞତାକୁ ନେଇ ଉତ୍ତମ ପରାମର୍ଶ ଦିଅନ୍ତି ଯାହାକି ଅନ୍ୟ ମାନଙ୍କ ପାଇଁ ଉପାଦେୟତା ହୋଇଥାଏ ବୋଲି କୁହାଯାଇଥିଲା। ଭଲ ଛାତ୍ର ଗଢ଼ିବା ତାଙ୍କ ନିଶା ଥିଲା। ଅବସରପ୍ରାପ୍ତ ରମାକାନ୍ତ ସାର କୋଟଗଡ଼ ବ୍ଲକ ସମେତ ଦାରିଙ୍ଗବାଡି ବ୍ଲକର ବିଭିନ୍ନ ବିଦ୍ୟାଳୟରେ କାର୍ଯ୍ୟକରିଥିବା କହିଛନ୍ତି | ସେ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ନିର୍ବିଘ୍ନରେ କାର୍ଯ୍ୟକରି ଆଜି ଅବସର ନେଇଥିବା କହିଛନ୍ତି | କାର୍ଯ୍ୟକ୍ରମରେ ମୁଣ୍ଡୁଳାବାଲି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଗଦାଧର ନନ୍ଦ, ମୁରଲୀ ମାଝି ବିଶ୍ୱଜିତ ଚୌଧରୀ, ମାଧୁରୀ ଦିଗାଲ, ସୋନାଲିସା ସାହୁ, ସସ୍ମିତା ବଳିୟାରସିଂ, କାମଳପତି ମହାରଣା, ସନ୍ତୋଷ ବିଶିମାଝି, ଲୋକନାଥ ବେହେରା, ଶିବଶଙ୍କର ସାହୁ, ସର୍ବୋଦୟ ପରିଡା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍‌ ଇଣ୍ଡିଆର ଟିମ୍‌ ଘୋଷଣା, ଦଳରେ ଅଛନ୍ତି…

ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri