Posted inଖେଳ

ଏସିଆନ୍‌ ଗେମ୍ସ ପଦକ ବିଜେତାଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର,୨୩ା୧୦(ସରୋଜ ଜେନା): ଚାଇନାର ହାଙ୍ଗ୍‌ଝୋରେ ଶେଷ ହୋଇଥିବା ୧୯ତମ ଏସିଆନ ଗେମ୍ସ ଓ ୩୧ତମ ବିଶ୍ୱ ବିଶ୍ୱବିଦ୍ୟାଳୟ କ୍ରୀଡ଼ାରେ ପଦକ ହାସଲ କରିଥିବା କିଟ୍‌ ଖେଳାଳିମାନଙ୍କୁ ରବିବାର କିଟ୍‌ ଓ କିସ୍‌ରେ ସମ୍ବର୍ଦ୍ଧନା ଦିଆଯାଇଛି। ଅଲିମ୍ପିଆନ୍‌ ଅନୁରାଧା ବିଶ୍ୱାଳ, ଓଡ଼ିଶା ମହିଳା ଫୁଟବଲ ଦଳର କୋଚ ଶ୍ରଦ୍ଧାଞ୍ଜଳି ସାମନ୍ତରାୟ, ଅଲିମ୍ପିଆନ ଦୂତୀ ଚାନ୍ଦ, ଭାରତର ଦ୍ରୁତତମ ଧାବକ ଅମିୟ ମଲ୍ଲିକ, ଓଡ଼ିଶା ରଗ୍‌ବୀ ଆସୋସିଏଶନ ସମ୍ପାଦକ ଉପେନ୍ଦ୍ର ମହାନ୍ତି, କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ, କୁଳପତି ପ୍ରଫେସର ଶରଣଜିତ ସିଂହ, କ୍ରୀଡ଼ା ମହାନିର୍ଦ୍ଦେଶକ ଡ. ଗଗନେନ୍ଦୁ ଦାଶ ଉପସ୍ଥିତ ରହି ଖେଳାଳିଙ୍କୁ ସମ୍ବର୍ଦ୍ଧିତ କରିଥିଲେ।
ଏସିଆନ ଗେମ୍ସରେ ସ୍ବର୍ଣ୍ଣ ଜିତିଥିବା ଶଟପୁଟର ତାଜିନ୍ଦରପାଲ ସିଂହ ଓ ଭାରତୀୟ ହକି ଦଳର ଅମିତ ରୋହିଦାସଙ୍କୁ ସମ୍ବର୍ଦ୍ଧିତ କରାଯିବା ସହ ୫ଲକ୍ଷ ଟଙ୍କା ଲେଖାଏଁ ନଗଦ ଅର୍ଥରାଶି ପ୍ରଦାନ କରାଯାଇଥିଲା। ରୌପ୍ୟ ପଦକ ଜିତିଥିବା ଜାଭେଲିନ ଥ୍ରୋୟର କିଶୋର କୁମାର ଜେନା ଏବଂ ଡେକାଥଲନରେ ତେଜସ୍ବିନ ଶଙ୍କରଙ୍କୁ ୩ ଲକ୍ଷ ଟଙ୍କା ଲେଖାଏ ପ୍ରଦାନ କରାଯାଇଥିଲା। ବ୍ରୋଞ୍ଜ ବିଜେତା ଖେଳାଳି ରେସ୍‌ ଓ୍ବାକର ପ୍ରିୟଙ୍କା ଗୋସ୍ବାମୀ ଏବଂ ଅମ୍ଳାନ ବୋର୍ଗୋହେନଙ୍କୁ ୨ ଲକ୍ଷ ଟଙ୍କା ଲେଖାଏ ପ୍ରଦାନ କରାଯାଇଥିଲା। କ୍ରୀଡ଼ା ଓ କ୍ରୀଡ଼ାବିତଙ୍କ ପ୍ରତି ଅଚ୍ୟୁତ ସାମନ୍ତଙ୍କ ଅହେତୁକ ଭଲ ପାଇବା ଅନ୍ୟ କୌଣସିଠାରେ ଦେଖିବାକୁ ମିଳି ନ ଥାଏ ବୋଲି ପ୍ରକାଶ କରିବା ସହ ଏଭଳି ପ୍ରୟାସକୁ ପ୍ରଶଂସା କରିଥିଲେ ସମସ୍ତ ଆଥଲେଟ୍‌।
ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ରାଜ୍ୟ ସରକାର କ୍ରୀଡ଼ା ଓ କ୍ରୀଡ଼ାବିତଙ୍କୁ ସର୍ବଦା ପ୍ରୋତ୍ସାହିତ କରିଆସୁଛନ୍ତି। ରାଜ୍ୟ ସରକାରଙ୍କୁ ଅନୁସରଣ କରି ଆମେ କ୍ରୀଡ଼ା ଓ କ୍ରୀଡ଼ାବିତଙ୍କୁ ଶିକ୍ଷା ସହ ସମସ୍ତ ପ୍ରକାର ପ୍ରୋତ୍ସାହନ ଓ ସହଯୋଗ ଯୋଗାଇ ଦେଇ ଆସୁଛୁ ବୋଲି କହିଥିଲେ ଅଚ୍ୟୁତ ସାମନ୍ତ। ବର୍ତ୍ତମାନ ସୁଦ୍ଧା କିଟ୍‌ ଓ କିସ୍‌ ୧୫ ଜଣ ଅଲିମ୍ପିଆନ ସୃଷ୍ଟି କରିବା ସହ ୫ହଜାରରୁ ଊର୍ଦ୍ଧ୍ୱ ରାଜ୍ୟ, ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର କ୍ରୀଡ଼ାବିତ ସୃଷ୍ଟି କରିପାରିଛି ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri