ଆଜି ହକି ଟିମ୍‌କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର, ୧୭।୮ (କ୍ରୀଡ଼ା ପ୍ରତିନିଧି): ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜୟୀ ଭାରତୀୟ ପୁରୁଷ ହକି ଦଳ ଏବଂ ୪ର୍ଥ ସ୍ଥାନ ହାସଲ କରିଥିବା ମହିଳା ଦଳ ମଙ୍ଗଳବାର ଭୁବନେଶ୍ୱର ଆସିବେ। ଦିନ ୧୧ଟା ବେଳେ ସେମାନେ ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚତ୍ବେ। ସନ୍ଧ୍ୟା ୬ଟା ୩୦ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକସେବା ଭବନର କମ୍ୟୁନିଟି ହଲ୍‌ରେ ଉଭୟ ମହିଳା ଓ ପୁରୁଷ ଦଳକୁ ସମ୍ବର୍ଦ୍ଧିତ କରିବେ। ଖେଳାଳିଙ୍କୁ ସ୍ବାଗତ ପାଇଁ ବ୍ୟାପକ ବ୍ୟବସ୍ଥା ହୋଇଛି। ଖେଳାଳିଙ୍କର ହୋର୍ଡିଂ ଓ ବ୍ୟାନରମାନ ଲଗାଯାଇଛି। ସେମାନଙ୍କ ରହିବା ହୋଟେଲରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ପୁରୁଷ ହକି ଦଳ ବ୍ରୋଞ୍ଜ ପଦକ ହାସଲ କରି ଦୀର୍ଘ ୪୧ ବର୍ଷର ପଦକ ଶୂନ୍ୟତାକୁ ପୂରଣ କରିଥିଲା। ମନପ୍ରୀତ ସିଂଙ୍କ ନେତୃତ୍ୱାଧୀନ ଦଳରେ ସାମିଲ ଥିଲେ ଦୁଇ ଓଡ଼ିଆ ଖେଳାଳି ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସ। ବୀରେନ୍ଦ୍ର ଉପ ଅଧିନାୟକ ଦାୟିତ୍ୱ ମଧ୍ୟ ତୁଲାଇଥିଲେ। ଅନ୍ୟପକ୍ଷରେ ମହିଳା ଦଳ ବ୍ରୋଞ୍ଜ ପଦକ ମୁକାବିଲାରେ ଲଢ଼ୁଆ ପ୍ରଦର୍ଶନ ସତ୍ତ୍ୱେ ପରାଜିତ ହୋଇଥିଲା। ରାଣୀ ରାମପାଲଙ୍କ ନେତୃତ୍ୱାଧୀନ ଦଳରେ ଦୁଇ ଓଡ଼ିଆ ଖେଳାଳି ଦୀପ୍‌ଗ୍ରେସ ଏକ୍କା ଓ ନମିତା ଟପ୍ପୋ ସାମିଲ ଥିଲେ। ପ୍ରକାଶ ଯୋଗ୍ୟ ଯେ ଓଡ଼ିଶା ସରକାର ୨୦୧୮ ମସିହାରୁ ଭାରତୀୟ ହକି ଦଳର ପ୍ରାୟୋଜକ ଅଛନ୍ତି। ରାଜ୍ୟ ସରକାର ହକି ସହ ସମ୍ପୃକ୍ତ ହେବା ପରଠାରୁ ଭାରତୀୟ ଦଳର ପ୍ରଦର୍ଶନରେ ଉନ୍ନତି ପରିଲକ୍ଷିତ ହୋଇଛି। ଟୋକିଓ ଅଲିମ୍ପିକ୍ସ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖେଳାଳିଙ୍କ ସହ ବ୍ୟକ୍ତିଗତଭାବେ କଥା ହୋଇ ସେମାନଙ୍କ ମନୋବଳ ବଢ଼ାଇଥିଲେ। ଭାରତୀୟ ଦଳର ସଫଳତାରେ ଓଡ଼ିଶା ସରକାରଙ୍କ ପ୍ରଚ୍ଛନ୍ନ ହାତ ଅଛି। ଏହା ବିନା ସ୍ବପ୍ନ କେବେ ସଫଳ ହୋଇପାରି ନ ଥାନ୍ତା ବୋଲି ଅଧିନାୟକ ମନପ୍ରୀତ ସିଂ ସ୍ବୀକାର କରିଛନ୍ତି। ଓଡ଼ିଶା ସରକାର କେବଳ ହକି ଦଳର ପ୍ରାୟୋଜକ ନାହାନ୍ତି ରାଜ୍ୟରେ ବିଶ୍ୱସ୍ତରୀୟ ହକି ଭିତ୍ତିଭୂମି ମଧ୍ୟ ଉପଲବ୍ଧ କରାଇଛନ୍ତି। ଫଳସ୍ବରୂପ ଏଠାରେ ୨୦୧୮ରେ ହକି ବିଶ୍ୱକପ ଅନୁଷ୍ଠିତ ହୋଇଛି। କେବଳ ସେତିକି ନୁହେଁ ୨୦୨୩ରେ ଭୁବନେଶ୍ୱର ଓ ରାଉରକେଲାରେ ଦ୍ୱିତୀୟ ଥରପାଇଁ ହକି ବିଶ୍ୱକପ ଆୟୋଜନ ଅଧିକାର ମଧ୍ୟ ଓଡ଼ିଶା ପାଇଛି। ଏଥିପାଇଁ ରାଉରକେଲାରେ ଭାରତର ସବୁଠାରୁ ବଡ଼ ହକି ଷ୍ଟାଡିୟମ ନିର୍ମାଣ ଚାଲିଛି। ଏଥିସହିତ ସୁନ୍ଦରଗଡ଼ ଜିଲାରେ ହକିକୁ ଆହୁରି ଲୋକପ୍ରିୟ କରିବା ପାଇଁ ୧୭ଟି ପ୍ରଶିକ୍ଷଣ କେନ୍ଦ୍ର ସ୍ଥାପନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ପୂର୍ବ ଘୋଷଣା ଅନୁସାରେ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜୟୀ ବୀରେନ୍ଦ୍ର ଓ ଅମିତଙ୍କୁ ମୁଖ୍ୟମନ୍ତ୍ରୀ ୨.୫୦ କୋଟି ଲେଖାଏ ଟଙ୍କାର ଚେକ୍‌ ପ୍ରଦାନ କରିଛନ୍ତି। ସେହିପରି ଦୁଇ ମହିଳା ଖେଳାଳି ଦୀପ୍‌ଗ୍ରେସ୍‌ ଓ ନମିତାଙ୍କୁ ୫୦ ଲକ୍ଷ ଟଙ୍କା ଲେଖାଏ ପ୍ରୋତ୍ସାହନ ରାଶି ପ୍ରଦାନ କରିଛନ୍ତି। ଏଥିସହ ବୀରେନ୍ଦ୍ର ଓ ଅମିତଙ୍କୁ ଓଡ଼ିଶା ପୋଲିସରେ ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ଅଫ୍‌ ପୋଲିସ(ଡିଏସ୍‌ପି) ପଦବୀରେ ଅବସ୍ଥାପିତ ପାଇଁ ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri