ବିଜିୟୁର ନବାଗତ ଏମ୍‌ବିଏ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର,୮।୭: ବିର୍ଲା ଗ୍ଲୋବାଲ ୟୁନିଭର୍ସିଟି (ବିଜିୟୁ) ପକ୍ଷରୁ ଶୁକ୍ରବାର ଏକ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ଶିକ୍ଷାନୁଷ୍ଠାନର କ୍ୟାମ୍ପସ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବିଶେଷ କରି ଉକ୍ତ ଉତ୍ସବରେ ୨୦୨୩-୨୫ ବ୍ୟାଚ୍‌ର ମାଷ୍ଟର ଅଫ୍‌ ବିଜ୍‌ନେସ୍‌ ଆଡ୍‌ମିନିଷ୍ଟ୍ରେଶନ (ଏମ୍‌ବିଏ) ନବାଗତ ଛାତ୍ରୀଛାତ୍ରମାନଙ୍କୁ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଷ୍ଟାଗ୍‌ ଇଣ୍ଟରନ୍ୟାଶନାଲ ଇଣ୍ଡିଆର ଅଧ୍ୟକ୍ଷ ରାକେଶ କୋହଲି ମୁଖ୍ୟ ଅତିଥି ରୂପେ ଯୋଗଦେଇଥିବା ବେଳେ ଷ୍ଟାଗ୍‌ ଇଣ୍ଟରନ୍ୟାଶନାଲର ନିର୍ଦ୍ଦେଶିକା ତଥା ଜଣାଶୁଣା ଅଭିନେତ୍ରୀ ମୋନିକା କୋହଲି ସମ୍ମାନିତ ଅତିଥି ରୂପେ ଯୋଗଦେଇଥିଲେ। ଏହି ଅବସରରେ ବିଜିୟୁର କୁଳପତି ଡ. ପି.ପି.ମାଥୁର ସର୍ବଦା କାର୍ଯ୍ୟରେ ନିରନ୍ତରତା ବଜାୟ ରଖିବାକୁ ପରାମର୍ଶ ଦେଇଥିଲେ। ବିଜିୟୁର ରେଜିଷ୍ଟ୍ରାର ଡ. ବି.କେ.ଦାଶ ଏମ୍‌ବିଏ ପାଠ୍ୟକ୍ରମର ଭବିଷ୍ୟତ ଓ ଏହାର ସୁବିନିଯୋଗ ସମ୍ପର୍କରେ ଛାତ୍ରୀଛାତ୍ରମାନଙ୍କୁ ବିସ୍ତୃତ ଭାବେ ଅବଗତ କରାଇଥିଲେ। ଅପରପକ୍ଷରେ ବିର୍ଲା ସ୍କୁଲ ଅଫ୍‌ ମ୍ୟାନେଜମେଣ୍ଟର ଡିନ୍‌ ଡ. ପି.ନାୟକ ସ୍ବାଗତ ଅଭିଭାଷଣ ଦେବା ସହ ଏମ୍‌ବିଏ ପାଠ୍ୟକ୍ରମର ଗୁରୁତ୍ୱ ଉପରେ ବିସ୍ତୃତ ସୂଚନା ଦେଇଥିଲେ ଏବଂ ଛାତ୍ରୀଛାତ୍ରମାନେ ଠିକ୍‌ ସ୍ଥାନରେ ଠିକ୍‌ କାର୍ଯ୍ୟ କରିବା ଉଚିତ ବୋଲି ସେ ଉପଦେଶ ଦେଇଥିଲେ। ପରିଶେଷରେ ବିଜିୟୁର ଏମ୍‌ବିଏ ପ୍ରୋଗ୍ରାମର କୋ-ଅର୍ଡିନେଟର ଡ. ଅର୍ଚ୍ଚନା ଚୌଧୁରୀ ଧନ୍ୟବାଦ ପ୍ରଦାନ କରିଥିଲେ। ଉଲ୍ଲେଖଯୋଗ୍ୟ, ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବରେ ବିଭିନ୍ନ ବିଭାଗର ଡିନ୍‌,ଫାକଲ୍ଟି ସଦସ୍ୟ, ଅଭିଭାବକ ଏବଂ ଏମ୍‌ବିଏର ନବାଗତ ଛାତ୍ରୀଛାତ୍ରମାନ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍‌କା, ପାସ୍‌ ପରିପାରିଲେନି ଗୋଟିଏ ବି ବିଲ୍‌

ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ…

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri