ବିଜିୟୁର ନବାଗତ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର,୪।୮:ବିର୍ଲା ଗ୍ଲୋବାଲ ୟୁନିଭର୍ସିଟି (ବିଜିୟୁ) ପକ୍ଷରୁ ଆୟୋଜିତ ଏକ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ନିକଟରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ୨୦୨୩-୨୪ ଶିକ୍ଷା ବର୍ଷ ପାଇଁ ନୂତନ ଭାବେ ବିଜିୟୁର ବିଏ ଜେଏମ୍‌ସି ଏବଂ ଏମ୍‌ଏ ଜେଏମ୍‌ସି ବିଭାଗରେ ନାମ ଲେଖାଇଥିବା ନୂତନ ଛାତ୍ରୀଛାତ୍ରଙ୍କ ପାଇଁ ବିଶ୍ୱବିଦ୍ୟାଳୟ ପରିସରରେ ଏକ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବର ଆୟୋଜନ କରାଯାଇଥିଲା। ଏହି ଅବସରରେ ରିଲାଏନ୍ସ ଜିଓର ବରିଷ୍ଠ ଅଧିକାରୀ ତଥା ଉପସଭାପତି ରୋହିତ ଦୁବେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲାବେଳେ ନ୍ୟୁ ଇଣ୍ଡିଆ ଏକ୍ସପ୍ରେସ୍‌ର ବରିଷ୍ଠ ସମ୍ପାଦକ ଏବଂ ଲେଖିକା କସ୍ତୁରୀ ରାୟ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଏ ସମ୍ପର୍କରେ ବିଜିୟୁର କୁଳପତି ପ୍ରଫେସର ପି.ପି.ମାଥୁର କହିଛନ୍ତି, ବର୍ତ୍ତମାନ ସମୟରେ ଶିକ୍ଷାର୍ଥୀମାନଙ୍କୁ ଲକ୍ଷ୍ୟ ଉଚ୍ଚ କରିବାକୁ ହେବ। ଏପରିକି ନିଜ ଦକ୍ଷତାର ବିକାଶ ଉପରେ ସେ ବିଶେଷ ଗୁରୁତ୍ୱ ଦେଇଥିଲେ। ସେହିଭଳି ବିଜିୟୁର କୁଳସଚିବ ପ୍ରଫେସର ବି. କେ. ଦାସ କହିଥିଲେ, ଉକ୍ତ ବୃତ୍ତି ଉଭୟ ଦୁଃସାହସ ଓ ଆକର୍ଷଣୀୟ ହୋଇଥିବାବେଳେ ବର୍ତ୍ତମାନର ପରିସ୍ଥିତିକୁ ସମ୍ମାନ ଜଣାଇବା ସହ ସାମ୍ନା କରିବାକୁ ହେବ। ଅପରପକ୍ଷରେ ବିର୍ଲା ସ୍କୁଲ ଅଫ୍‌ କମ୍ୟୁନିକେଶନର ମୁଖ୍ୟ ଡ. ଶିବଶଙ୍କର ଦାସ ସ୍ବାଗତ ଅଭିଭାଷଣ ସହ କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ବିସ୍ତୃତ ଆଲୋକପାତ କରିଥିଲେ। ଏପରିକି ନୂତନ ଭାବେ ନାମଲେଖାଇଥିବା ଛାତ୍ରୀଛାତ୍ରମାନଙ୍କୁ ସ୍ବାଗତ କରିବା ସହିତ ଗଣମାଧ୍ୟମର ବିଭିନ୍ନ ଦିଗ ଉପରେ ବିଶେଷ ଗୁରୁତ୍ୱାରୋପ କରିଥିଲେ। ପରିଶେଷରେ ବିର୍ଲା ସ୍କୁଲ୍‌ ଅଫ୍‌ କମ୍ୟୁନିକେଶନର ଆସିଷ୍ଟାଣ୍ଟ ପ୍ରଫେସର ଡ.ଜ୍ଞାନରଞ୍ଜନ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ବିଶ୍ୱବିଦ୍ୟାଳୟର ସମସ୍ତ ଡିନ୍‌, ଅଧ୍ୟାପକ, ଅଧ୍ୟାପିକା, ଅଭିଭାବକ ଏବଂ ନୂତନ ଭାବେ ନାମଲେଖାଇଥିବା ବିଏ ଜେଏମ୍‌ସି ଏବଂ ଏମ୍‌ଏ ଜେଏମ୍‌ସିର ଛାତ୍ରୀଛାତ୍ରମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…

ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

SBI ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌, ଅକ୍ଟୋବର ୧ରୁ କ୍ୟାଶ୍‌ ଉଠାଇଲେ ଲାଗିବ ଏକ୍ସଟ୍ରା ଚାର୍ଜ

ନୂଆଦିଲ୍ଲୀ,୨୧ା୮: ଯଦି ଆପଣଙ୍କର ଆକାଉଣ୍ଟ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ରେ ଅଛି ଏବଂ ଆପଣ ମାସକୁ ଅନେକ ଥର ବ୍ୟାଙ୍କ ଶାଖା (ବ୍ରାଞ୍ଚ) କୁ…

ଆଉ ଶସ୍ତା ନୁହେଁ, ମହଙ୍ଗା ହୋଇପାରେ ପେଟ୍ରୋଲ-ଡିଜେଲ! ଜାଣନ୍ତୁ ଦାମ୍‌ ବଢ଼ିବାର ବଡ଼ କାରଣ

ନୂଆଦିଲ୍ଲୀ,୨୧। ୮: ପେଟ୍ରୋଲ-ଡିଜେଲ ଦାମକୁ ନେଇ ପୁଣି ବଢ଼ିପାରେ ସାଧାରଣ ଲୋକଙ୍କ ଚିନ୍ତା। ଅନ୍ତର୍ଜାତୀୟ ବଜାରରେ କ୍ରୁଡ ଅଏଲ ମୂଲ୍ୟରେ ହଠାତ୍‌ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି।…

ସୁନା ୪୩୦୦-ରୁପା ୧୦ହଜାର ମହଙ୍ଗା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୨୧।୮: ସୁନା ଓ ରୁପା ଦରରେ ଆଜି ବଡ଼ ଧରଣର ବୃଦ୍ଧି ଦେଖିବାକୁ ମିଳିଛି । ୨୪ କ୍ୟାରେଟ୍ ଶୁଦ୍ଧ ସୁନା ଦର ୪,୩୦୦ ଟଙ୍କା ବଢ଼ି…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri