ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମାଙ୍କୁ ମଙ୍ଗଳବାର ମୟୂରଭଞ୍ଜ ଜିଲା ରାଇରଙ୍ଗପୁରର ପ୍ରଭାରୀ ଭାବେ ନିଯୁକ୍ତି ଦେଇଛନ୍ତି।
ଏନେଇ ଅଂଶୁମାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ, ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି ଓ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି।
ଅଂଶୁମାନଙ୍କୁ ଏଭଳି ଗୁରୁ ଦାୟିତ୍ୱ ମିଳିଥିବାରୁ ଭାଜପା ନେତା ଓ କର୍ମୀଙ୍କ ଗହଣରେ ଖୁସି ପ୍ରକାଶ ପାଇଛି। ତାଙ୍କୁ ଜିଲା ଭାଜପା ସଭାପତି ଶୁକଦେବ ମହାନ୍ତ, ରାଜ୍ୟ ଆଦିବାସୀ ମୋର୍ଚ୍ଚା ଉପ ସଭାନେତ୍ରୀ ମମିତା ନାଏକ, ଜିଲା ଭାଜପା ସମ୍ପାଦକ ହେମ ରଞ୍ଜନ ବାରିକ, ଜିଲା ଭାଜପା ଯୁବ ମୋର୍ଚ୍ଚା ସଭାପତି ଶବିର ଦାଶ, ସାହାର ପଡ଼ା ବ୍ଲକ ଅଧ୍ୟକ୍ଷା ରୀନା ନାୟକ ପ୍ରମୁଖ ଶୁଭେଚ୍ଛା ଜଣାଇଛନ୍ତି।

Dharitri – Odisha’s No.1 Odia Daily