Posted inଖେଳ

ଭାରତ ଜିତିବା ପରେ ଛୁଟିଲା ଅଭିନନ୍ଦନର ସୁଅ: ଜାଣନ୍ତୁ କିଏ କ’ଣ କହିଲେ

ନୂଆଦିଲ୍ଲୀ,୧୦ା୩: ଭାରତୀୟ ଦଳ ୪ ଉଇକେଟରେ ନ୍ୟୁଜିଲାଣ୍ଡକୁ ହରାଇ ଆଇସିସି ଚାମ୍ପିୟନ୍ସ ଟ୍ରଫି ହାସଲ କରିଛି। ଏହି ଉପଲବ୍ଧି ପରେ ଭାରତୀୟ ଦଳ ନିକଟକୁ ସୋସିଆଲ ମିଡିଆରେ ଅଭିନନ୍ଦନର ସୁଅ ଛୁଟିଛି। ଅଭିନନ୍ଦନକାରୀଙ୍କ ମଧ୍ୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭକରି ଦେଶର ବହୁ ସେଲିବ୍ରିଟି, କ୍ରୀଡ଼ାବିତ୍‌ ଓ ରାଜନେତା ରହିଛନ୍ତି।

ଆଇସିସି ଚାମ୍ପିୟନ୍ସ ଟ୍ରଫି ଜିତିବା ପାଇଁ ଭାରତୀୟ ଦଳକୁ ହୃଦୟରୁ ଅଭିନନ୍ଦନ। ଭାରତ ଏକମାତ୍ର ଦଳ ଭାବେ ଏହି ଟ୍ରଫିକୁ ତୃତୀୟଥର ଲାଗି ଜିତିଛି। ଇତିହାସ ରଚିବା ପାଇଁ ଖେଳାଳି, ମ୍ୟାନେଜମେଣ୍ଟ ଓ ସପୋର୍ଟ ଷ୍ଟାଫ୍‌ ସର୍ବାଧିକ ପ୍ରଶଂସାର ଅଧିକାରୀ। ଭାରତୀୟ କ୍ରିକେଟ୍‌ର ଭବିଷ୍ୟତ ଉଜ୍ଜ୍ୱଳ ହେଉ।
ଦ୍ରୌପଦୀ ମୁର୍ମୁ, ରାଷ୍ଟ୍ରପତି

ଏକ ଅବିଶ୍ୱସନୀୟ ମ୍ୟାଚ୍‌ ଓ ଅବିଶ୍ୱସନୀୟ ଫଳାଫଳ। ଆଇସିସି ଚାମ୍ପିୟନ୍ସ ଟ୍ରଫି ଜିତି ଘରକୁ ଆଣୁଥିବା ଆମ କ୍ରିକେଟ ଦଳ ପାଇଁ ପୂରା ଦେଶ ଗର୍ବିତ। ସେମାନେ ପୂରା ଟୁର୍ନାମେଣ୍ଟରେ ଚମତ୍କାର ଖେଳିଥିଲେ। ଜବରଦସ୍ତ ପ୍ରଦର୍ଶନ ଲାଗି ଆମ ଦଳକୁ ଅଭିନନ୍ଦନ।
ନରେନ୍ଦ୍ର ମୋଦି, ପ୍ରଧାନମନ୍ତ୍ରୀ

ଇତିହାସ ରଚିଲା ଭଳି ବିଜୟ। ଆଇସିସି ଚାମ୍ପିୟନ୍ସ ଟ୍ରଫି ଫାଇନାଲରେ ରୋମାଞ୍ଚକ ବିଜୟ ହାସଲ ପାଇଁ ଭାରତୀୟ ଦଳକୁ ଅଭିନନ୍ଦନ। ତୁମେ ପିଚ୍‌ରେ ପ୍ରାଧାନ୍ୟ ବିସ୍ତାର କରି ଖେଳି ଦେଶକୁ ଗର୍ବିତ କରିଛ। ତୁମେ କ୍ରିକେଟ ଉତ୍କୃଷ୍ଟତାର ନୂଆ ମାନଦଣ୍ଡ ସ୍ଥାପନା କରିଛ।
ଅମିତ୍‌ ଶାହା, ସ୍ବରାଷ୍ଟ୍ର ମନ୍ତ୍ରୀ

ଆଇସିସି ଚାମ୍ପିୟନ୍ସ ଟ୍ରଫି ଫାଇନାଲରେ ରୋମାଞ୍ଚକ ବିଜୟ ହାସଲ ପାଇଁ ଭାରତୀୟ ଦଳକୁ ହୃଦୟରୁ ଅଭିନନ୍ଦନ। ନ୍ୟୁଜିଲାଣ୍ଡ ବିପକ୍ଷରେ ଜବରଦସ୍ତ ପ୍ରଦର୍ଶନକରି ତୁମେ ତୁମ ଦକ୍ଷତା, ନିଷ୍ଠା ଓ ଖେଳୁଆଡ଼ ମନୋଭାବର ପରିଚୟ ଦେଇଛ। ତୁମର ଏହି ଚମକପ୍ରଦ ଉପଲବ୍ଧି ଲାଗି ପୂରା ଦେଶ ଗର୍ବିତ।
ମୋହନ ଚରଣ ମାଝୀ, ମୁଖ୍ୟମନ୍ତ୍ରୀ

ଗୋଟିଏ ଦଳ, ଗୋଟିଏ ସ୍ବପ୍ନ ଓ ଗୋଟିଏ ଭାବନା।
ବିସିସିଆଇ

ରୋମାଞ୍ଚକ ଆଇସିସି ଚାମ୍ପିୟନ୍ସ ଟ୍ରଫି ଫାଇନାଲରେ ନ୍ୟୁଜିଲାଣ୍ଡକୁ ୪ ଉଇକେଟରେ ହରାଇ ଭାରତ ଚାମ୍ପିୟନ ହୋଇଛି। ଅଧିନାୟକ ରୋହିତ ଶର୍ମା ୭୬ ରନର ଇନିଂସ ସହ ସାମ୍ନାରୁ ଦଳର ନେତୃତ୍ୱ ନେଇଥିଲେ। କୁଲଦୀପ ଯାଦବ, ବରୁଣ ଚକ୍ରବର୍ତ୍ତୀ, ରବୀନ୍ଦ୍ର ଜାଡେଜା ଓ ଅକ୍ଷର ପଟେଲ ସେମାନଙ୍କ ଦକ୍ଷତା ପ୍ରଦର୍ଶନ କରିବା ସହ ମିଳିତ ଭାବେ ନ୍ୟୁଜିଲାଣ୍ଡକୁ ୨୫୧ ରନର ସ୍କୋରରେ ଅଟକାଇଥିଲେ। ଘଡ଼ିସନ୍ଧି ମୁହୂର୍ତ୍ତରେ ଶ୍ରେୟସ ଆୟର ଓ ଲୋକେଶ ରାହୁଲ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ଦେଇଥିଲେ। ସମ୍ପୂର୍ଣ୍ଣ ଦଳଗତ ପ୍ରୟାସ ବଳରେ ଏହି ଗୌରବମୟ ବିଜୟ ମିଳିଛି।
ସୂର୍ଯ୍ୟବଂଶୀ ସୁରଜ, କ୍ରୀଡ଼ାମନ୍ତ୍ରୀ

ଚାମ୍ପିୟନ୍ସ ଟ୍ରଫି ଚାମ୍ପିୟନ।
ସଚିନ ତେନ୍ଦୁଲକର, କ୍ରିକେଟ ଆଇକନ


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

ବାଇକ୍‌  ଧକ୍କାରେ  ଚାଲିଗଲା ବୃଦ୍ଧଙ୍କ ଜୀବନ 

ମୋହନା,୨୦।୧( ମନ୍ମଥ ମିଶ୍ର ): ବାଇକ ଧକ୍କାରେ ବୃଦ୍ଧମୃତ। ମୃତ ବୃଦ୍ଧ ଜଣକ ହେଲେ ଆର.ଉଦୟଗିରି ଥାନା ନିସଂଗପୁର ଗ୍ରାମର ୭୦ ବର୍ଷୀୟ ସାରଥୀ ବେହେରଦଲାଇ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri