Posted inଖେଳ

ଭାରତ ଜିତିବା ପରେ ଛୁଟିଲା ଅଭିନନ୍ଦନର ସୁଅ: ଜାଣନ୍ତୁ କିଏ କ’ଣ କହିଲେ

ନୂଆଦିଲ୍ଲୀ,୧୦ା୩: ଭାରତୀୟ ଦଳ ୪ ଉଇକେଟରେ ନ୍ୟୁଜିଲାଣ୍ଡକୁ ହରାଇ ଆଇସିସି ଚାମ୍ପିୟନ୍ସ ଟ୍ରଫି ହାସଲ କରିଛି। ଏହି ଉପଲବ୍ଧି ପରେ ଭାରତୀୟ ଦଳ ନିକଟକୁ ସୋସିଆଲ ମିଡିଆରେ ଅଭିନନ୍ଦନର ସୁଅ ଛୁଟିଛି। ଅଭିନନ୍ଦନକାରୀଙ୍କ ମଧ୍ୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭକରି ଦେଶର ବହୁ ସେଲିବ୍ରିଟି, କ୍ରୀଡ଼ାବିତ୍‌ ଓ ରାଜନେତା ରହିଛନ୍ତି।

ଆଇସିସି ଚାମ୍ପିୟନ୍ସ ଟ୍ରଫି ଜିତିବା ପାଇଁ ଭାରତୀୟ ଦଳକୁ ହୃଦୟରୁ ଅଭିନନ୍ଦନ। ଭାରତ ଏକମାତ୍ର ଦଳ ଭାବେ ଏହି ଟ୍ରଫିକୁ ତୃତୀୟଥର ଲାଗି ଜିତିଛି। ଇତିହାସ ରଚିବା ପାଇଁ ଖେଳାଳି, ମ୍ୟାନେଜମେଣ୍ଟ ଓ ସପୋର୍ଟ ଷ୍ଟାଫ୍‌ ସର୍ବାଧିକ ପ୍ରଶଂସାର ଅଧିକାରୀ। ଭାରତୀୟ କ୍ରିକେଟ୍‌ର ଭବିଷ୍ୟତ ଉଜ୍ଜ୍ୱଳ ହେଉ।
ଦ୍ରୌପଦୀ ମୁର୍ମୁ, ରାଷ୍ଟ୍ରପତି

ଏକ ଅବିଶ୍ୱସନୀୟ ମ୍ୟାଚ୍‌ ଓ ଅବିଶ୍ୱସନୀୟ ଫଳାଫଳ। ଆଇସିସି ଚାମ୍ପିୟନ୍ସ ଟ୍ରଫି ଜିତି ଘରକୁ ଆଣୁଥିବା ଆମ କ୍ରିକେଟ ଦଳ ପାଇଁ ପୂରା ଦେଶ ଗର୍ବିତ। ସେମାନେ ପୂରା ଟୁର୍ନାମେଣ୍ଟରେ ଚମତ୍କାର ଖେଳିଥିଲେ। ଜବରଦସ୍ତ ପ୍ରଦର୍ଶନ ଲାଗି ଆମ ଦଳକୁ ଅଭିନନ୍ଦନ।
ନରେନ୍ଦ୍ର ମୋଦି, ପ୍ରଧାନମନ୍ତ୍ରୀ

ଇତିହାସ ରଚିଲା ଭଳି ବିଜୟ। ଆଇସିସି ଚାମ୍ପିୟନ୍ସ ଟ୍ରଫି ଫାଇନାଲରେ ରୋମାଞ୍ଚକ ବିଜୟ ହାସଲ ପାଇଁ ଭାରତୀୟ ଦଳକୁ ଅଭିନନ୍ଦନ। ତୁମେ ପିଚ୍‌ରେ ପ୍ରାଧାନ୍ୟ ବିସ୍ତାର କରି ଖେଳି ଦେଶକୁ ଗର୍ବିତ କରିଛ। ତୁମେ କ୍ରିକେଟ ଉତ୍କୃଷ୍ଟତାର ନୂଆ ମାନଦଣ୍ଡ ସ୍ଥାପନା କରିଛ।
ଅମିତ୍‌ ଶାହା, ସ୍ବରାଷ୍ଟ୍ର ମନ୍ତ୍ରୀ

ଆଇସିସି ଚାମ୍ପିୟନ୍ସ ଟ୍ରଫି ଫାଇନାଲରେ ରୋମାଞ୍ଚକ ବିଜୟ ହାସଲ ପାଇଁ ଭାରତୀୟ ଦଳକୁ ହୃଦୟରୁ ଅଭିନନ୍ଦନ। ନ୍ୟୁଜିଲାଣ୍ଡ ବିପକ୍ଷରେ ଜବରଦସ୍ତ ପ୍ରଦର୍ଶନକରି ତୁମେ ତୁମ ଦକ୍ଷତା, ନିଷ୍ଠା ଓ ଖେଳୁଆଡ଼ ମନୋଭାବର ପରିଚୟ ଦେଇଛ। ତୁମର ଏହି ଚମକପ୍ରଦ ଉପଲବ୍ଧି ଲାଗି ପୂରା ଦେଶ ଗର୍ବିତ।
ମୋହନ ଚରଣ ମାଝୀ, ମୁଖ୍ୟମନ୍ତ୍ରୀ

ଗୋଟିଏ ଦଳ, ଗୋଟିଏ ସ୍ବପ୍ନ ଓ ଗୋଟିଏ ଭାବନା।
ବିସିସିଆଇ

ରୋମାଞ୍ଚକ ଆଇସିସି ଚାମ୍ପିୟନ୍ସ ଟ୍ରଫି ଫାଇନାଲରେ ନ୍ୟୁଜିଲାଣ୍ଡକୁ ୪ ଉଇକେଟରେ ହରାଇ ଭାରତ ଚାମ୍ପିୟନ ହୋଇଛି। ଅଧିନାୟକ ରୋହିତ ଶର୍ମା ୭୬ ରନର ଇନିଂସ ସହ ସାମ୍ନାରୁ ଦଳର ନେତୃତ୍ୱ ନେଇଥିଲେ। କୁଲଦୀପ ଯାଦବ, ବରୁଣ ଚକ୍ରବର୍ତ୍ତୀ, ରବୀନ୍ଦ୍ର ଜାଡେଜା ଓ ଅକ୍ଷର ପଟେଲ ସେମାନଙ୍କ ଦକ୍ଷତା ପ୍ରଦର୍ଶନ କରିବା ସହ ମିଳିତ ଭାବେ ନ୍ୟୁଜିଲାଣ୍ଡକୁ ୨୫୧ ରନର ସ୍କୋରରେ ଅଟକାଇଥିଲେ। ଘଡ଼ିସନ୍ଧି ମୁହୂର୍ତ୍ତରେ ଶ୍ରେୟସ ଆୟର ଓ ଲୋକେଶ ରାହୁଲ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ଦେଇଥିଲେ। ସମ୍ପୂର୍ଣ୍ଣ ଦଳଗତ ପ୍ରୟାସ ବଳରେ ଏହି ଗୌରବମୟ ବିଜୟ ମିଳିଛି।
ସୂର୍ଯ୍ୟବଂଶୀ ସୁରଜ, କ୍ରୀଡ଼ାମନ୍ତ୍ରୀ

ଚାମ୍ପିୟନ୍ସ ଟ୍ରଫି ଚାମ୍ପିୟନ।
ସଚିନ ତେନ୍ଦୁଲକର, କ୍ରିକେଟ ଆଇକନ


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ପଡ଼ିଛି ହାତୀର ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ

ଜଳେଶ୍ୱର,୨୦ା୯(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ବରଡିହା ବନଖଣ୍ଡ କଳମା ପଞ୍ଚାୟତର ଆମ୍ବତୁମ୍ବା ଜଙ୍ଗଲରୁ ଏକ ମାଈହାତୀର ମୃତଦେହ ଉଦ୍ଧାର କରାଯାଇଛି। ପ୍ରାପ୍ତ ସୂଚନା…

ଜନସାଧାରଣଙ୍କ ଅଭିଯୋଗ ଶୁଣିଲେ ଏସ୍‌ପି, ଅନ୍ଧବିଶ୍ୱାସଠାରୁ ଦୂରେଇ ରହିବା ନେଇ…

ଗଞ୍ଜାମ,୨୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ପୋଲିସ ପକ୍ଷରୁ ଫାଣ୍ଡି ପରିସରରେ ଆମ ପୋଲିସ ସମିତି ବୈଠକ ରବିବାର ଅନୁଷ୍ଠିତ ହୋଇଥିଲା। ଛତ୍ରପୁର…

ମାଉଜର ଦେଖାଇ ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଝାମ୍ପିନେଲେ ୪ ଦୁର୍ବୃତ୍ତ

ନନ୍ଦପୁର,୨୦ା୯(ତୁଷାରକାନ୍ତ ମହାନ୍ତି): ପାର୍ବଣ ପୂର୍ବରୁ କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ଚୋରି ଡକାୟତି ରାହାଜାନି ଘଟଣା ଦିନକୁ ଦିନ ବୃଦ୍ଧି ପାଉଛି। ନନ୍ଦପୁର ଥାନା କ୍ଷେତ୍ର ପାଲିବା…

କନ୍ୟା ରାଶିରେ ସୂର୍ଯ୍ୟଙ୍କ ଏଣ୍ଟ୍ରି: ମାସେ ଯାଏ ୫ ରାଶିଙ୍କୁ ଫାଇଦା ହିଁ ଫାଇଦା, ମାଲାମାଲ ହେବେ…

ନବଗ୍ରହଙ୍କ ମଧ୍ୟରେ ରାଜାର ପଦବୀ ପାଇଥିବା ସୂର୍ଯ୍ୟଦେବ ୧୭ ସେପ୍ଟେମ୍ୱରରେ ନିଜର ମିତ୍ର ଗ୍ରହ ବୁଧଙ୍କ ରାଶି କନ୍ୟାରେ ପ୍ରବେଶ କରିସାରିଛନ୍ତି। ସେ ୧୭ ଅକ୍ଟୋବର ୨୦୨୬…

ଶ୍ରୀଗୁଣ୍ଡିଚା ମନ୍ଦିର ପରିଦର୍ଶନ ସହ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ପ୍ରଶାସକ

ପୁରୀ,୨୦ା୯(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ…

ସେପ୍ଟେମ୍ୱର ଶେଷ ସପ୍ତାହରେ ଗୋଟିଏ ଦିନ ଖୋଲା ରହିବ ବ୍ୟାଙ୍କ୍‌, ଜରୁରୀ କାମ ଥିଲେ…

ନୂଆଦିଲ୍ଲୀ,୨୦।୯: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (RBI)ର ଛୁଟି ତାଲିକା (ହଲିଡେ କ୍ୟାଲେଣ୍ଡର) ଦେଖିଲେ ମନେହେଉଛି ଯେ ଆସନ୍ତା ସପ୍ତାହରେ ବ୍ୟାଙ୍କ କେବଳ ଗୋଟିଏ ଦିନ ହିଁ…

ଲଟାବୁଦାରେ ଭର୍ତ୍ତି ହୋଇଛି ଗାଁ ଶ୍ମଶାନ, ସଫେଇ ପାଇଁ ଏକାଠି ହେଲେ ଯୁବବର୍ଗ, ଅଧାପନ୍ତରିଆ ହୋଇଥିବା…

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): ସରକାରଙ୍କ ପକ୍ଷରୁ ଶ୍ମଶାନ ଗୃହ ନିର୍ମାଣ ପାଇଁ ଲକ୍ଷଲକ୍ଷ ଟଙ୍କା ଅନୁଦାନ ଖର୍ଚ୍ଚ କରାଯାଇ ସ୍ବଚ୍ଛତା ଓ ସୌନ୍ଦର୍ଯ୍ୟ ପାଇଁ ପଦକ୍ଷେପ ନିଆଯାଉଛି। କିନ୍ତୁ…

ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀଙ୍କୁ ହତ୍ୟାପରେ, ସ୍ୱାମୀଙ୍କ ଆତ୍ମହତ୍ୟା

ପରଜଙ୍ଗ, ୨୦/୯ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଧୀନ ଦଦରାଘାଟି ଫାଣ୍ଡି ଅଞ୍ଚଳର ଆଖୁଆପାଳ ପଞ୍ଚାୟତ ଅନ୍ତର୍ଗତ ୩ ନମ୍ବର କଲୋନୀରେ ପାରିବାରିକ କଳହକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?