ହୋମ୍‌ କ୍ୱାରାଣ୍ଟାଇନ ଆକ୍ରାନ୍ତଙ୍କୁ କଂଗ୍ରେସ ଦେବ ଔଷଧ

ଭୁବନେଶ୍ୱର, ୧୫ା୫(ବ୍ୟୁରୋ): କରୋନା ମହାମାରୀର ୨ୟ ଲହର ଭୁବନେଶ୍ୱର, କଟକରେ ସଂକ୍ରମଣ ହାର ବଢ଼ି ଏକ ଭୟାନକ ପରିସ୍ଥିତି ସୃଷ୍ଟି କଲାଣି। ଏହି ମୁହୂର୍ତ୍ତରେ କୋଭିଡ୍‌ ଆକ୍ରାନ୍ତଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି କଟକ ଜିଲା କଂଗ୍ରେସ ସଭାପତି ମାନସ ରଞ୍ଜନ ଚୌଧୁରୀ ଓ ଭୁବନେଶ୍ୱର ଜିଲା କଂଗ୍ରେସ ସଭାପତି ବିଶ୍ୱଜିତ ଦାଶଙ୍କ ପକ୍ଷରୁ ଦ୍ୱୈତ ଜିଲା କଂଗ୍ରେସ ମାଧ୍ୟମରେ ନିଃଶୁଳ୍କ ଭିଟାମିନ ବଟିକା ବଣ୍ଟନ କରାଯିବ। ଏନେଇ ଶୁକ୍ରବାର କଂଗ୍ରେସ ଭବନଠାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଭୁବନେଶ୍ୱର ଜିଲା କଂଗ୍ରେସ କୋଭିଡ୍‌ କଣ୍ଟ୍ରୋଲ ରୁମ୍‌ ଇନ୍‌ଚାର୍ଜ ସୁବ୍ରତ ମହାପାତ୍ର ସୂଚନା ଦେଇଛନ୍ତି।
ସୁବ୍ରତ ଏହି ଅବସରରେ କହିଛନ୍ତି, କଂଗ୍ରେସ କୋଭିଡ୍‌ କଣ୍ଟ୍ରୋଲ ରୁମ୍‌ ଜରିଆରେ ସାଧାରଣ ଲୋକଙ୍କୁ ସେବା, ସହଯୋଗ ଓ ସୂଚନା ଯୋଗାଇ ଦେଉଛି। ଭୁବନେଶ୍ୱର ଓ କଟକ ମ୍ୟୁନିସିପାଲିଟି ଏରିଆରେ ହୋମ୍‌ କ୍ୱାରାଣ୍ଟାଇନରେ ଥିବା କୋଭିଡ୍‌ ଆକ୍ରାନ୍ତକୁ ବିନା ମୂଲ୍ୟରେ ଭିଟାମିନ ବଟିକା ଯୋଗାଇ ଦିଆଯିବ। ଏହି ମେଡିସିନ ବଣ୍ଟନ ପ୍ରକ୍ରିୟା ଓଡ଼ିଶା ପ୍ରଦେଶ ଛାତ୍ର କଂଗ୍ରେସ ସହଯୋଗରେ କରାଯିବ। ସେହିପରି ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ସୟଦ ୟାସିର ନୱାଜ କହିଛନ୍ତି, କୋଭିଡ୍‌ ପରିସ୍ଥିତି ପରିଚାଳନାରେ କେନ୍ଦ୍ର ଓ ରାଜ୍ୟ ସରକାର ଉଭୟ ବିଫଳ। ରୋଗୀଙ୍କ ପାଇଁ ନା ଅକ୍ସିଜେନ ଯୋଗାଣ ଠିକ୍‌ରେ ହେଉଛି ନା ହସ୍ପିଟାଲରେ ପର୍ଯ୍ୟାପ୍ତ ପରିମାଣରେ ଶଯ୍ୟା ଉପଲବ୍ଧ ଅଛି। ସାଧାରଣ ଲୋକେ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଛାତ୍ର କଂଗ୍ରେସ ନିଜସ୍ବ ଉଦ୍ୟମରେ ଲୋକଙ୍କ ପାଖକୁ ରାଶନ, ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚାଇବା ସହ କୋଭିଡ୍‌ ଆକ୍ରାନ୍ତଙ୍କ ବିଭିନ୍ନ ସମସ୍ୟା ନେଇ ସାହାଯ୍ୟ ଓ ସହଯୋଗ କରୁଛି। ବିଶ୍ୱଜିତ କହିଛନ୍ତି, ଏହି ଭିଟାମିନ ବଟିକା ବଣ୍ଟନ ପ୍ରକ୍ରିୟା ୧୪ରୁ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ, ଦରକାର ପଡ଼ିଲେ ଏହାର ସମୟସୀମା ବୃଦ୍ଧି କରାଯିବ। ଏହି ସୁବିଧା କେବଳ କୋଭିଡ୍‌ ରୋଗୀ ଯେଉଁମାନେ ହୋମ୍‌ କ୍ୱାରାଣ୍ଟାଇନରେ ଅଛନ୍ତି ସେମାନଙ୍କ ପାଇଁ ଉପଲବ୍ଧି ହେବ। ଏହାଦ୍ୱାରା ବିଶେଷକରି ବୟସ୍କ ଲୋକ ଏବଂ ଶିଶୁ ଉପକୃତ ହେବେ। ଆଗକୁ ରାଜ୍ୟର ସବୁ ଜିଲାରେ ଏହି ସୁବିଧା ଲୋକଙ୍କୁ ଯୋଗାଇ ଦିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri