ଥାନା ଘେରାଉ ବେଳେ କଂଗ୍ରେସ କର୍ମୀ-ପୋଲିସ ଧସ୍ତାଧସ୍ତି

ଉମରକୋଟ,୮ା୫(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବିଧାୟକ ପ୍ରକାଶ ମାଝିଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ ଆସିବା ପରେ ତାଙ୍କୁ ଗିରଫ ଦାବି ତେଜୁଛି। ନବରଙ୍ଗପୁର ଜିଲାର ବିଭିନ୍ନ ଅଞ୍ଚଳରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଏବଂ ଥାନା ଘେରାଉ ଜାରି ରହିଛି। ରବିବାର ଜିଲା କଂଗ୍ରେସ ପକ୍ଷରୁ ବିଧାୟକଙ୍କ ନିଜ ନିର୍ବାଚନମଣ୍ଡଳୀ ତଥା ଉମରକୋଟ ବ୍ଲକ ସିଂଶାରୀ ପୋଲିସ ଫାଣ୍ଡି ଘେରାଉ କରାଯାଇଛି। ଏଠାରେ ଦଳୀୟ କର୍ମୀମାନେ ବିଧାୟକଙ୍କ କୁଶପୁତ୍ତଳିକା ଦାହ କରିବା ସହ ଫାଣ୍ଡି ପରିସରକୁ ଧସେଇ ପଶିଥିଲେ। ଏହି ସମୟରେ କଂଗ୍ରେସ କର୍ମୀ ଏବଂ ପୋଲିସ ମଧ୍ୟରେ ଧସ୍ତାଧସ୍ତି ପରିସ୍ଥିତି ସୃଷ୍ଟି ହୋଇଥିଲା।

ଜିଲା କଂଗ୍ରେସ ସଭାପତି ମୁନା ତ୍ରିପାଠୀଙ୍କ ନେତୃତ୍ୱରେ ଶତାଧିକ କଂଗ୍ରେସ କର୍ମୀ ଶୋଭାଯାତ୍ରାରେ ଯାଇ ଥାନା ଘେରାଉ କରିବା ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ବିଧାୟକଙ୍କ କୁଶପୁତ୍ତଳିକା ଦାହ କରି ଦଳୀୟ ନେତୃବୃନ୍ଦ ଏବଂ କର୍ମୀମାନେ ଶୋକ ପାଳନ କରିଥିଲେ। ଏହି ସମୟରେ ପୋଲିସ ସହ ଧସ୍ତାଧସ୍ତି ହେଇଥିଲା। ବିଧାୟକଙ୍କୁ ତୁରନ୍ତ ଗିରଫ କରିବା ପାଇଁ ଫାଣ୍ଡି ଅଧିକାରୀ କୁବେର ଦିଗାଲଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ। ବିଧାୟକଙ୍କୁ ଗିରଫ କରାଯିବା ସହ ଅଭିଯୋଗକାରିଣୀଙ୍କୁ ନ୍ୟାୟ ମିଳିବା ପର୍ଯ୍ୟନ୍ତ ଦଳ ପକ୍ଷରୁ ବିଭିନ୍ନ ଥାନା ଘେରାଉ ଜାରି ରହିବ। ଆଗାମୀ ଦିନରେ ଏସ୍‌ପି ଅଫିସ ମଧ୍ୟ ଘେରାଉ କରି ସମଗ୍ର ଜିଲାକୁ ବନ୍ଦ କରି ଦିଆଯିବ ବୋଲି କଂଗ୍ରେସ ନେତୃବୃନ୍ଦ ଚେତାବନୀ ଦେଇଛନ୍ତି।

ଥାନା ଘେରାଉ ବେଳେ ପୂର୍ବତନ ବିଧାୟକ ଭୁଜବଳ ମାଝି, ଉଳଧର ମାଝି, ଏସ୍‌. ବିଜୟ, କୃଷ୍ଣ ମାଝି, ନାରୀ ନେତ୍ରୀ ହାରାବତି ଗଣ୍ଡ, ସୁରେନ୍ଦ୍ର ନାୟକ, ଉସ୍ମାନ ଲାଠିଆ, ଅମୂଲ୍ୟ ପଟ୍ଟନାୟକ, ପର୍ଶୁ ନାୟକ, ଦିବାକର ପୂଜାରୀ, ପୂର୍ବତନ ଜିଲା ପରିଷଦ ସଦସ୍ୟ କପୁରଚାନ୍ଦ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

ରାହୁଲ ଗାନ୍ଧୀଙ୍କ ଉପରେ ରାଗିଗଲେ ଶଙ୍କରାଚାର୍ଯ୍ୟ, ଦେଲେ ସିଧା ଚେତାବନୀ

ନୂଆଦିଲ୍ଲୀ,୨୫।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ମନୁସ୍ମୃତି ସମ୍ପର୍କିତ ବୟାନକୁ ନେଇ ଶଙ୍କରାଚାର୍ଯ୍ୟ ସ୍ବାମୀ ଅବିମୁକ୍ତେଶ୍ୱରାନନ୍ଦ ତୀବ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ମନୁସ୍ମୃତି ଏବଂ…

ଅସରପା ଶବ୍ଦକୁ ନେଇ ଏବେବି ରହିଛି ବିବାଦ, ପୁଣି ଉଠିଲାଣି CJIଙ୍କ କଥା? ଅଭିଜିତ ଦୀପକେଙ୍କ ଆଶ୍ଚର୍ଯ୍ୟଜନକ ଦାବି

ନୂଆଦିଲ୍ଲୀ,୨୫।୮: ‘କକ୍ରୋଚ’ ଶବ୍ଦର ବ୍ୟବହାରକୁ ନେଇ ରାଜନୈତିକ ବିବାଦ ଜାରି ରହିଛି। ଏହା ମଧ୍ୟରେ, କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦାବି କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri