ଥାନା ଘେରାଉ ବେଳେ କଂଗ୍ରେସ କର୍ମୀ-ପୋଲିସ ଧସ୍ତାଧସ୍ତି

ଉମରକୋଟ,୮ା୫(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବିଧାୟକ ପ୍ରକାଶ ମାଝିଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ ଆସିବା ପରେ ତାଙ୍କୁ ଗିରଫ ଦାବି ତେଜୁଛି। ନବରଙ୍ଗପୁର ଜିଲାର ବିଭିନ୍ନ ଅଞ୍ଚଳରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଏବଂ ଥାନା ଘେରାଉ ଜାରି ରହିଛି। ରବିବାର ଜିଲା କଂଗ୍ରେସ ପକ୍ଷରୁ ବିଧାୟକଙ୍କ ନିଜ ନିର୍ବାଚନମଣ୍ଡଳୀ ତଥା ଉମରକୋଟ ବ୍ଲକ ସିଂଶାରୀ ପୋଲିସ ଫାଣ୍ଡି ଘେରାଉ କରାଯାଇଛି। ଏଠାରେ ଦଳୀୟ କର୍ମୀମାନେ ବିଧାୟକଙ୍କ କୁଶପୁତ୍ତଳିକା ଦାହ କରିବା ସହ ଫାଣ୍ଡି ପରିସରକୁ ଧସେଇ ପଶିଥିଲେ। ଏହି ସମୟରେ କଂଗ୍ରେସ କର୍ମୀ ଏବଂ ପୋଲିସ ମଧ୍ୟରେ ଧସ୍ତାଧସ୍ତି ପରିସ୍ଥିତି ସୃଷ୍ଟି ହୋଇଥିଲା।

ଜିଲା କଂଗ୍ରେସ ସଭାପତି ମୁନା ତ୍ରିପାଠୀଙ୍କ ନେତୃତ୍ୱରେ ଶତାଧିକ କଂଗ୍ରେସ କର୍ମୀ ଶୋଭାଯାତ୍ରାରେ ଯାଇ ଥାନା ଘେରାଉ କରିବା ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ବିଧାୟକଙ୍କ କୁଶପୁତ୍ତଳିକା ଦାହ କରି ଦଳୀୟ ନେତୃବୃନ୍ଦ ଏବଂ କର୍ମୀମାନେ ଶୋକ ପାଳନ କରିଥିଲେ। ଏହି ସମୟରେ ପୋଲିସ ସହ ଧସ୍ତାଧସ୍ତି ହେଇଥିଲା। ବିଧାୟକଙ୍କୁ ତୁରନ୍ତ ଗିରଫ କରିବା ପାଇଁ ଫାଣ୍ଡି ଅଧିକାରୀ କୁବେର ଦିଗାଲଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ। ବିଧାୟକଙ୍କୁ ଗିରଫ କରାଯିବା ସହ ଅଭିଯୋଗକାରିଣୀଙ୍କୁ ନ୍ୟାୟ ମିଳିବା ପର୍ଯ୍ୟନ୍ତ ଦଳ ପକ୍ଷରୁ ବିଭିନ୍ନ ଥାନା ଘେରାଉ ଜାରି ରହିବ। ଆଗାମୀ ଦିନରେ ଏସ୍‌ପି ଅଫିସ ମଧ୍ୟ ଘେରାଉ କରି ସମଗ୍ର ଜିଲାକୁ ବନ୍ଦ କରି ଦିଆଯିବ ବୋଲି କଂଗ୍ରେସ ନେତୃବୃନ୍ଦ ଚେତାବନୀ ଦେଇଛନ୍ତି।

ଥାନା ଘେରାଉ ବେଳେ ପୂର୍ବତନ ବିଧାୟକ ଭୁଜବଳ ମାଝି, ଉଳଧର ମାଝି, ଏସ୍‌. ବିଜୟ, କୃଷ୍ଣ ମାଝି, ନାରୀ ନେତ୍ରୀ ହାରାବତି ଗଣ୍ଡ, ସୁରେନ୍ଦ୍ର ନାୟକ, ଉସ୍ମାନ ଲାଠିଆ, ଅମୂଲ୍ୟ ପଟ୍ଟନାୟକ, ପର୍ଶୁ ନାୟକ, ଦିବାକର ପୂଜାରୀ, ପୂର୍ବତନ ଜିଲା ପରିଷଦ ସଦସ୍ୟ କପୁରଚାନ୍ଦ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri