ଆଖିମୁଠି ଅନୁକୂଳ କଲେ କଂଗ୍ରେସ ଜିଲା ସଭାପତି

କେନ୍ଦୁଝର,୩୦।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କୃଷି ଓ କୃଷକର ମହାନ ପର୍ବ ଅକ୍ଷୟ ତୃତୀୟା ସାରା ଦେଶରେ ମହା ଆଡମ୍ବର ସହକାରେ ଚାଷୀମାନେ ପାଳନ କରୁଛନ୍ତି। କେନ୍ଦୁଝର ଜିଲା କୃଷକ କଂଗ୍ରେସ ସେଲର ସଭାପତି ଦିଲ୍ଲୀପ କୁମାର ସାହୁଙ୍କ ତତ୍ୱାବଧାନରେ ତେଲକୋଇ ବ୍ଲକରେ ଏହି କାର୍ଯ୍ୟକ୍ରମରେ ଜିଲା କଂଗ୍ରେସ ସଭାପତି ମୋହନ ଚରଣ ପରିଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆଖିମୁଠି ଅନୁକୂଳ କରିଥିଲେ। ସେହିପରି ସମ୍ମାନିତ ଅତିଥି ଭାବେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସମ୍ପାଦକ ସଂଗ୍ରାମ ଦାସ, ପୂର୍ବତନ କେନ୍ଦୁଝର ସାଂସଦ ପ୍ରାର୍ଥୀ ଇଂ ବିନୋଦ ବିହାରୀ ନାୟକ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ପୂର୍ବତନ ବ୍ଲକ ସଭାପତି ଭଦ୍ରସେନ ପ୍ରଧାନ, ବରିଷ୍ଠ ଆଇନଜୀବୀ ନାରାୟଣ ପ୍ରଧାନ, କଂଗ୍ରେସ ନେତା ଅରକ୍ଷିତ ପ୍ରଧାନ, ନୀଳମଣି ସାହୁ, ବିଭୁତି ଭୂଷଣ ସାହୁ, ଶରତ କୁମାର ପାତ୍ର, ଦୁର୍ଯ୍ୟୋଧନ ବିଶ୍ୱାଳ, ଅନ୍ତର୍ଯ୍ୟାମୀ ପାତ୍ର, ଚନ୍ଦ୍ରମଣି ସାହୁ, ଧିରେନ କୁମାର ପ୍ରଧାନ, କଳାକାର ସାହୁ, ହେମନ୍ତ ବିଶ୍ୱାଳ, ବିଜୟ କୁମାର ସାହୁ, ବିଜୟ କୁମାର ପ୍ରଧାନ, ନୀଳାନ୍ଦ୍ରି ନାଏକ, ମହିଳା କଂଗ୍ରେସ ନେତ୍ରୀ ସୁକେଶିନୀ ପାତ୍ର, ସାଧବାଣୀ ନାଏକ, ପଦ୍ମନୀ ନାଏକ, ଗୋମତୀ ନାଏକ ଓ ମଞ୍ଜୁ ନାଏକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଛି।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…

ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ, ଭିଡିଓ ହେଉଛି ଭାଇରାଲ

ଇସଲାମାବାଦ,୧।୪: PSL 2026 ରେ, ପାକିସ୍ତାନ ପାଇଁ ଅନ୍ତର୍ଜାତୀୟ ଲଜ୍ଜାର କାରଣ ପାଲଟିଥିବା ଘଟଣାଗୁଡ଼ିକର ଏକ ଶୃଙ୍ଖଳା ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ, ଜର୍ସିରୁ ରଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri