Posted inଜାତୀୟ

ଅଟଳ ସେତୁ ରାସ୍ତାରେ ଫାଟ, ଦୁର୍ନୀତି ଅଭିଯୋଗ ଆଣିଲା କଂଗ୍ରେସ

ନୂଆଦିଲ୍ଲୀ, ୨୧।୬: ଭାରତର ଦୀର୍ଘତମ ସେତୁର ରାସ୍ତାରେ ଫାଟ ସୃଷ୍ଟି ହୋଇଛି । ଅଟଳ ବିହାରୀ ବାଜପେୟୀ ସେୱରି-ନହାଭ ସେବା ସେତୁ ନାମରେ ନାମିତ ଏହି ସେତୁକୁ ମୁମ଼୍ବାଇ ଟ୍ରାନ୍ସ ହାର୍ବର ଲିଙ୍କ୍‌ ବୋଲି ମଧ୍ୟ କୁହାଯାଏ । ଏହି ସେତୁର ପ୍ରସ୍ଥାନ ରାସ୍ତା ଅର୍ଥାତ ନଭି ମୁମ଼୍ବାଇ ଆଡ଼କୁ ପଡ଼ିଥିବା ରାସ୍ତାରେ ଫାଟ ଦେଖିବାକୁ ମିଳିଛି । ଏହି ସେତୁକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୫ ମାସ ପୂର୍ବେ ଉଦ୍‌ଘାଟନ କରିଥିଲେ ।

ଏହି ସେତୁର ରାସ୍ତାରେ ଫାଟକୁ ନେଇ ଏବେ ରାଜନୀତି ତେଜିଛି । ମହାରାଷ୍ଟ୍ର କଂଗ୍ରେସ ମୁଖ୍ୟ ନାନା ପାଟୋଲେ ଉକ୍ତ ସ୍ଥାନ ଗସ୍ତ କରି ସ୍ଥିତି ପରିଖିବା ସହିତ ଲୋକଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନ ଉଠାଇଛନ୍ତି । ସେ କହିଛନ୍ତି ଯେ, ମୁଁ ଏଠାକୁ ଆପଣଙ୍କୁ ଯାହା ଦେଖାଇବାକୁ ଆସିଛି ତାହା ଖାଲି ଅଭିଯୋଗ ନୁହେଁ । ରାଜ୍ୟ ସରକାର କହୁଛନ୍ତି ଆମେ ଲୋକଙ୍କ ପାଇଁ କାମ କରୁଛୁ । କିନ୍ତୁ ଆପଣମାନେ ଦେଖନ୍ତୁ ଏଠି କେଉଁଭଳି ଦୁର୍ନୀତି ହୋଇଛି । ଟଙ୍କା ନେଇ ସେମାନେ ନିଜର ପକେଟ୍‌ ଭର୍ତ୍ତି କରୁଛନ୍ତି । କିନ୍ତୁ ଲୋକଙ୍କ ଜୀବନକୁ ବିପଦରେ ପକାଇବାକୁ ସେମାନଙ୍କୁ କିଏ ଅଧିକାର ଦେଲା ବୋଲି ସେ ପ୍ରଶ୍ନ କରିଛନ୍ତି । ଏଥିସହିତ ଦୁର୍ନୀତିଗ୍ରସ୍ତ ସରକାରକୁ କିପରି ହଟାଯିବ ଜନତା ଏଥିପାଇଁ ଯୋଜନା କରନ୍ତୁ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

HDFC ଓ PNB ବ୍ୟାଙ୍କର ୟୁଜର୍ସଙ୍କ ପାଇଁ ବଡ଼ ଖବର, ଏପ୍ରିଲ ୧ରୁ ବଦଳିଯିବ…

ନୂଆଦିଲ୍ଲୀ,୧୯।୩: ମାର୍ଚ୍ଚ ମାସର ଅଧାରୁ ଅଧିକ ସମୟ ବିତିଗଲାଣି, ଏବଂ ଆଉ କିଛି ଦିନ ପରେ ଏପ୍ରିଲ ମାସ ଆରମ୍ଭ ହେବାକୁ ଯାଉଛି। ୧ ଏପ୍ରିଲରୁ, ଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri