ହାଇମାଷ୍ଟ ଲାଇଟ୍‌ ଯୋଗାଣରେ ବ୍ୟାପକ ଦୁର୍ନୀତି ଅଭିଯୋଗ ଆଣିଲା କଂଗ୍ରେସ

ଭଦ୍ରକ,୧୨ା୧୨(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟ, ଜବାହର ନବୋଦୟ ବିଦ୍ୟାଳୟ ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକରୁ ସୋଲାର ହାଇମାଷ୍ଟ ଲାଇଟ୍‌ ଯୋଗାଣରେ ବ୍ୟାପକ ଦୁର୍ନୀତି ଓ ଅନିୟମିତତା ହୋଇଛି ବୋଲି କଂଗ୍ରେସ ପକ୍ଷରୁ ଖବରଦାତା ସମ୍ମିଳନୀରେ ଅଭିଯୋଗ କରାଯାଇଛି। ଜିଲା କଂଗେସ କାର୍ଯ୍ୟାଳୟରେ ଶୁକ୍ରବାର ଆୟୋଜିତ ସମ୍ମିଳନୀରେ ଜିଲା କଂଗ୍ରେସ ସଭାପତି ନଳିନୀ ମହାନ୍ତି ଏପରି ବଡ଼ ଧରଣର ଦୁର୍ନୀତି ପୂର୍ବ ବିଜେଡି ସରକାର ଅମଳରେ ଚାଲିଆସୁଥିବା ବେଳେ ବର୍ତ୍ତମାନ ଭାଜପା ସରକାର ସମୟରେ ଚାଲିଛି ବୋଲି କହିଛନ୍ତି। ଜିଲାର ବଡ଼ ବଡ଼ ନେତା, ବିଭାଗୀୟ ଉଚ୍ଚ ପଦାଧିକାରୀ ଏବଂ ସମ୍ପୃକ୍ତ ଠିକାଦାରଙ୍କ ମଧୁଚନ୍ଦ୍ରିକାରେ ଟେଣ୍ଡର ନ କରି ବିଭିନ୍ନ ବ୍ଲକର ବିଡିଓମାନଙ୍କ ମାଧ୍ୟମରେ ନିମ୍ନମାନର କାର୍ଯ୍ୟ କରାଯାଇ ବ୍ୟାପକ ଅର୍ଥ ହରିଲୁଟ୍‌ ହୋଇଛି। ଯେଉଁ ମାନର ଲାଇଟ୍‌ ଲଗାଇବା ପାଇଁ ନିଷ୍ପତ୍ତି ନିଆଯାଇଥିଲା ତାହା ଠାରୁ ନିମ୍ନମାନର ଲାଇଟ ଲଗାଯାଇ ଏ ବାବଦ ଅର୍ଥ ହଡ଼ପ କରାଯାଇଛି। ଏଥି ସହିତ ସ୍କୁଲରେ ପଢୁଥିବା ପିଲାମାନଙ୍କ ସୁରକ୍ଷାକୁ ଦୃଷ୍ଟି ଦିଆ ନ ଯାଇ ନିମ୍ନମାନର ଲାଇଟ୍‌ ଓ ଆନୁସଙ୍ଗିକ ଜିନିଷ ବ୍ୟବହାର ହୋଇଥିବାରୁ ଏଥି ନେଇ ସିପିଡବ୍ଲ୍ୟୁଡ଼ି ଦ୍ୱାରା ମାନ ଯାଞ୍ଚ କରାଯାଇ ସିବିଆଇ ତଦନ୍ତ କରାଗଲେ ବହୁ ଦୁର୍ନୀତି ପଦାକୁ ଆସିପାରିବ ବୋଲି ସମ୍ମିଳନୀରେ ସଭାପତି ମହାନ୍ତି ସୂଚନା ଦେଇଛନ୍ତି।

୭ଟି ଓଡ଼ିଆ ଆଦର୍ଶ ବିଦ୍ୟାଳୟ, ଗୋଟିଏ କେନ୍ଦ୍ରୀୟ ବିଦ୍ୟାଳୟ ଓ ଗୋଟିଏ ଜବାହର ନବୋଦୟ ବିଦ୍ୟାଳୟରେ ହାଇମାଷ୍ଟ ଲାଇଟ୍‌ ଲଗାଯିବା କାମ ବିଡିଓଙ୍କ ମାଧ୍ୟମରେ କାର୍ଯ୍ୟକାରା ଯାଇଛି l ବିଭିନ୍ନ ବ୍ଲକ ପକ୍ଷରୁ କରାଯାଇଥିବା କାମରେ ୬୦ ଓ୍ବାଟ୍‌ ଏଆଇଓ ସୋଲାର ଲାଇଟ ଲଗାଯାଇଛି। ଏଥି ସହିତ କମ ରେଟିଂର ସୋଲାର ପ୍ୟାନେଲ ଲଗାଯାଇଛି। ଅନିୟମିତତାର ତଦନ୍ତ କରି ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଯାଏ ତେବେ ଆଗାମୀ ଦିନରେ ଜିଲା କଂଗ୍ରେସ କମିଟି ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଘେରାଉ କରାଯିବା ସଙ୍ଗେ ସଙ୍ଗେ ଆନ୍ଦୋଳନକୁ ଜୋରଦାର କରାଯିବ ବୋଲି ଜିଲା ସଭାପତି ନଳିନୀ ମହାନ୍ତି ଧମକ ଦେଇଛନ୍ତି l ସମ୍ମିଳନୀରେ ବରିଷ୍ଠ କଂଗ୍ରେସ ନେତା ଦେବେନ୍ଦ୍ର ମହାନ୍ତି, ଟାଉନ ସଭାପତି ଅବଦୁଲ ମୋକିତ ଖାଁ, ପ୍ରଦେଶ କଂଗ୍ରେସ କମିଟି ଅନୁସୂଚିତ ଜାତି ବିଭାଗର ରାଜ୍ୟ ସାଧାରଣ ସମ୍ପାଦକ ରାଜେନ୍ଦ୍ର ପ୍ରସାଦ ଜେନା, ବ୍ଲକ ସଭାପତି ପୀତବାସ ଧଳ ପ୍ରମୁଖ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୂରଣ ହେବାକୁ ଯାଉଛି ହରିଜନ ସାହି ବାସିନ୍ଦାଙ୍କ ସ୍ବପ୍ନ, ବିଧାୟକ କଲେ….

ଗଞ୍ଜାମ,୨୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ପଞ୍ଚାୟତ କୁଶପଲ୍ଲୀ ହରିଜନ ସାହିରେ ନିର୍ମାଣ ହେବ ମା ଠାକୁରାଣୀଙ୍କ ମନ୍ଦିର । ଏଥିପାଇଁ ବୁଧବାର ଛତ୍ରପୁର…

ରାଜ୍ୟ ସରକାରକୁ ୨ ବର୍ଷ ପୂର୍ତ୍ତି; କେସିଙ୍ଗାରେ ବିକାଶ ଧାରା,ଓଡିଶା ସାରା

କେସିଙ୍ଗା,୨୪।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି ପକ୍ଷରୁ ଏକ ଭିଡିଓ କନଫରେନ୍ସ ଦ୍ଵାରା ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ବିକାଶ ଧାରା, ଓଡିଶା…

ବୈଭବଙ୍କୁ ଟପିଯିବେ ସାନ ଭାଇ ଆଶୀର୍ବାଦ! ପୁଣି ମାରିଲେ ବିସ୍ଫୋରକ ଶତକ, ଚୌକା-ଛକା ବର୍ଷା ଦେଖି… 

ନୂଆଦିଲ୍ଲୀ,୨୪।୬: କ୍ରିକେଟଜଗତରେ ଏବେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ ଡେବ୍ୟୁକୁ ନେଇ ଉତ୍ସାହ ବଢ଼ୁଛି। ସେ କେବେ ନୀଳ ଜର୍ସିି ପିନ୍ଧି ମଇଦାନକୁ ଓହ୍ଲାଇବେ ସେଦିନକୁ…

ଜମିରେ କରୁଥିଲେ କାମ, ବଜ୍ରପାତରେ ଚାଲିଗଲା ମହିଳାଙ୍କ ଜୀବନ

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମାଗୁର ଆମ୍ବଠା  ଗ୍ରାମ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଚାଷ ଜମିରେ କାମ…

ଦଶମ ପରୀକ୍ଷାଫଳ, ସାନଖେମୁଣ୍ଡି ବ୍ଲକ ଟପ୍ପରଙ୍କୁ ସମ୍ବର୍ଦ୍ଧନା

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ଖୋଲଡ଼ି ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରାକ୍ତନ ଛାତ୍ରୀ ଇସିତା ସାହୁଙ୍କୁ ସମ୍ବର୍ଦ୍ଧିତ…

ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀଣୀ ଭାବେ ଦାୟିତ୍ଵ ଗ୍ରହଣ କଲେ ସୁଚିତ୍ରା ପାଣିଗ୍ରାହୀ, କହିଦେଲେ ବଡ଼ କଥା

ଛତ୍ରପୁର,୨୪।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକର ନୂତନ ଶିକ୍ଷା ଅଧିକାରୀଣୀ (ବି.ଇ.ଓ.) ଭାବେ ସୁଚିତ୍ରା କୁମାରୀ ପାଣିଗ୍ରାହୀ ଦାୟିତ୍ଵ ଗ୍ରହଣ କରିଛନ୍ତି। ସେ ୨୦୨୧ ବ୍ୟାଚର…

ଦୁଇ ମାସ ନପୂରୁଣୁ ଭାଙ୍ଗିଲା ଗାଡୱାଲ, ରାସ୍ତା ଦବିବାକୁ ନେଇ ଅସନ୍ତୋଷ ଲୋକେ

ଗଞ୍ଜାମ,୨୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହରର ଅଧିକାଂଶ ୱାର୍ଡ ବା ସାହିରେ ନିର୍ମାଣ ହୋଇଛି ଫେବର ବ୍ଲକ ରାସ୍ତା । ଆଉ କିଛି ସାହିରେ ବର୍ତ୍ତମାନ ମଧ୍ୟ…

ପାକିସ୍ତାନରେ ପଶିଲା ଭାରତୀୟ ବିମାନ! ଇସଲାମାବାଦରେ ହଲଚଲ୍, ଯାତ୍ରୀ…

ଇସଲାମବାଦ,୨୪।୬: ଗତ ସୋମବାର ରାତିରେ, ଦିଲ୍ଲୀରୁ ଅମୃତସର ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ (AI-479) ଏକ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ତା’ର ନିର୍ଦ୍ଧାରିତ ପଥରୁ ବାହାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri