Posted inଜାତୀୟ

ପରମବୀର ଦେଶ ଛାଡ଼ିବା ଖବର ପାଇଁ କଂଗ୍ରେସ, ଭାଜପା ମୁହାଁମୁହିଁ

ମୁମ୍ବାଇ, ୧।୧୦: ଅନୁସୂଚିତ ଜାତି/ଜନଜାତି (ଅତ୍ୟାଚାର ନିରାକରଣ) ଆଇନରେ ମୁମ୍ବାଇ ପୋଲିସର ପୂର୍ବତନ କମିଶନର ପରମବୀର ସିଂଙ୍କ ବିରୋଧରେ ଅକ୍ଟୋବର ୨୧ ପର୍ଯ୍ୟନ୍ତ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ନାହିଁ ବୋଲି ମହାରାଷ୍ଟ୍ର ସରକାର ଶୁକ୍ରବାର ବମ୍ବେ ହାଇକୋର୍ଟଙ୍କୁ ଜଣାଇଛନ୍ତି। ସେହିପରି ଅନ୍ୟ ଏକ ମାମଲାରେ ଅନ୍ୟତମ ଆଇପିଏସ୍‌ ଅଫିସର ରଶ୍ମି ଶୁକ୍ଳାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବନି ବୋଲି ରାଜ୍ୟ ସରକାର ପ୍ରତିଶ୍ରୁତି ଦେଇଛନ୍ତି। ପରମବୀରଙ୍କୁ ଗିରଫ କରାଯିବ ନାହିଁ ବୋଲି ଗତ ମେ’ ୨୪ରେ ସରକାର ପ୍ରତିଶ୍ରୁତି ଦେଇଥିଲାବେଳେ ଏହାର ସମୟସୀମା ବୃଦ୍ଧି କରାଯାଇଥିବା ଆଇନଜୀବୀ ଓ୍ବାଇ.ପି. ୟାଗ୍ନିକ୍‌ କହିଛନ୍ତି। ଠାଣେ ପୋଲିସ ଗତ ଏପ୍ରିଲରେ ରୁଜୁ କରିଥିବା ଅତ୍ୟାଚାର ମାମଲା ରଦ୍ଦ ପାଇଁ ପରମବୀର ହାଇକୋର୍ଟରେ ଆବେଦନ କରିଥିଲେ। ମାମଲାର ଶୁଣାଣି ଅକ୍ଟୋବର ୨୦ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି।
ଅନ୍ୟପକ୍ଷରେ ପରମବୀର ଦେଶ ଛାଡ଼ି ପଳାଇଥିବା ରାଜ୍ୟ ସରକାର ଦାବି କରୁଥିବାବେଳେ ଏହାକୁ ନେଇ କଂଗ୍ରେସ ଓ ଭାଜପା ମଧ୍ୟରେ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଛି। ନୀରବ ମୋଦି, ମେହୁଲ ଚୋକ୍‌ସି ଏବଂ ବିଜୟ ମାଲ୍ୟାଙ୍କ ଭଳି ମୁମ୍ବାଇ ପୋଲିସର ପୂର୍ବତନ କମିଶନରଙ୍କୁ ନିରାପଦରେ ଦେଶ ଛାଡ଼ିଯିବାରେ ଭାଜପା ସହଯୋଗ କରିଥିବା କଂଗ୍ରେସ ନେତା ସଚିନ ସାଓ୍ବନ୍ତ ଅଭିଯୋଗ କରିଛନ୍ତି। ପରମବୀର ନିଖୋଜ ହେବାରେ ରାଜ୍ୟ ସରକାରଙ୍କୁ ଉତ୍ତରଦାୟୀ କରାଯିବା ଆବଶ୍ୟକ। ଏହା ଅଯଥାରେ କେନ୍ଦ୍ର ଉପରକୁ ଅଙ୍ଗୁଳି ଉଠାଉଛି ବୋଲି ପୂର୍ବରୁ ଭାଜପା ନେତା ରାମ କାଡାମ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟେକ୍ସଟାଇଲ ପାର୍କ ଆଶାରେ ବଲାଙ୍ଗୀର

ବଲାଙ୍ଗୀର,୧୮ା୨(ବୀରେନ୍ଦ୍ର କୁମାର ଝାଙ୍କର): ଦାଦନପ୍ରବଣ ତଥା ଶିଳ୍ପବିହୀନ ବଲାଙ୍ଗୀର ଜିଲାରେ ଟେକ୍ସଟାଇଲ ପାର୍କ(କ୍ଲଷ୍ଟର) ପ୍ରତିଷ୍ଠା ଘୋଷଣାରେ ଅଟକିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ…

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri