Posted inଜାତୀୟ

ସଂସଦରେ ଇନ୍ଧନ ତାତି

ନୂଆଦିଲ୍ଲୀ,୨୩ା୩: ପେଟ୍ରୋଲ, ଡିଜେଲ ଏବଂ ଏଲ୍‌ପିଜି ଦର ବୃଦ୍ଧିର ତାତି ମଙ୍ଗଳବାର ପାର୍ଲାମେଣ୍ଟର ଉଭୟ ଗୃହରେ ଅନୁଭୂତ ହୋଇଛି। ଏହି ପ୍ରସଙ୍ଗରେ କଂଗ୍ରେସ, ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଏବଂ ଅନ୍ୟ ବିରୋଧୀ ଦଳର ସଦସ୍ୟମାନେ ହୋହଲ୍ଲା କରିବାରୁ ଲୋକ ସଭା ଓ ରାଜ୍ୟ ସଭାକୁ ବାରମ୍ବାର ମୁଲତବୀ କରିବାକୁ ପଡ଼ିଛି।
୪ ମାସ ପରେ ପେଟ୍ରୋଲ ଓ ଡିଜେଲ ଲିଟର ପିଛା ୮୦ ପଇସା ଏବଂ ଏଲ୍‌ପିଜି ସିଲିଣ୍ଡର ଉପରେ ୫୦ ଟଙ୍କା ବୃଦ୍ଧି ଘଟିଛି। ଏଥିଯୋଗୁ ଅତ୍ୟାବଶ୍ୟକ ସାମଗ୍ରୀ ଦରଦାମ ଆହୁରି ବଢ଼ିବା ଆଶଙ୍କା କରାଯାଉଛି। ତେଣୁ ରାଜ୍ୟ ସଭାରେ ଗୃହକାର୍ଯ୍ୟ ଆରମ୍ଭ ହେବା ପରେ ଶୂନ୍ୟକାଳରେ କଂଗ୍ରେସର ଶକ୍ତି ସିଂ ଗୋହିଲ, ଟିଏମ୍‌ସିର ଦୋଳ ସେନ, ସିପିଆଇଏମ୍‌ର ଭି. ଶିବଦାସନ ଏଲାମରାମ ଓ ଅନ୍ୟ ବିରୋଧୀ ସଦସ୍ୟମାନେ ରୁଲ୍‌ ୨୬୭ ଅନୁସାରେ ଇନ୍ଧନ ମୂଲ୍ୟ ବୃଦ୍ଧି ପ୍ରସଙ୍ଗରେ ଆଲୋଚନା ଦାବି କରିଥିଲେ। ଅଧ୍ୟକ୍ଷ ଏମ୍‌. ଭେଙ୍କାୟା ନାଇଡୁ ଏନେଇ ଅନୁମତି ନ ଦେବାରୁ ସେମାନେ ଗୃହ ମଧ୍ୟଭାଗକୁ ଯାଇ ସରକାର ବିରୋଧୀ ସ୍ଲୋଗାନ ଦେଇଥିଲେ। ଫଳରେ ଅଧ୍ୟକ୍ଷ ମଧ୍ୟାହ୍ନ ୧୨ଟାରୁ ଅପରାହ୍ନ ୨ଟା ଯାଏ ବନ୍ଦ ଗୃହକାର୍ଯ୍ୟ କରିବାକୁ ବାଧ୍ୟ ହୋଇଥିଲେ। ପରେ ଗୃହକାର୍ଯ୍ୟ ପୁଣି ଆରମ୍ଭ ହେବା ବେଳକୁ ଟିଏମ୍‌ସି, କଂଗ୍ରେସ, ସମାଜବାଦୀ ପାର୍ଟି ଏବଂ ଶିବସେନା ସଦସ୍ୟମାନେ ସ୍ଲୋଗାନ ଦେଇ ହୋହଲ୍ଲା କରିଥିଲେ। ଶାନ୍ତ ହୋଇ ନିଜ ଆସନରେ ବସିବାକୁ ଅଧ୍ୟକ୍ଷ କହିଥିଲେ ହେଁ ସେମାନେ ଶୁଣି ନ ଥିଲେ। ଫଳରେ ଗୃହକୁ ଦିନକ ପାଇଁ ମୁଲତବୀ କରାଯାଇଥିଲା। ଲୋକ ସଭାରେ ମଧ୍ୟ ଅନୁରୂପ ସ୍ଥିତି ଦେଖିବାକୁ ମିଳିଥିଲା। ଏହି ପ୍ରସଙ୍ଗରେ ଆଲୋଚନା ପାଇଁ ବିରୋଧୀ ଦାବି କରିଥିବାବେଳେ ବାଚସ୍ପତି ଓମ୍‌ ବିର୍ଲା ପ୍ରତ୍ୟାଖ୍ୟାନ କରିଦେଇଥିଲେ। ନିର୍ବାଚନ ଶେଷ ହେବା ପରେ ସରକାର ତେଲ ଓ ଗ୍ୟାସ ଦର ବଢ଼ାଇଦେଇଥିବା ନିମ୍ନ ସଦନରେ କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ ସମାଲୋଚନା କରିଥିଲେ। କଂଗ୍ରେସ, ଡିଏମ୍‌କେ, ଏନ୍‌ସିପି, ଟିଏମ୍‌ସି ଏବଂ ବାମଦଳ ସଦସ୍ୟମାନେ ଦର ବୃଦ୍ଧି ପ୍ରତ୍ୟାହାର ଦାବି କରି ସ୍ଲୋଗାନ ଦେଇଥିଲେ। ବାଚସ୍ପତି ଅନୁରୋଧ ନ ଶୁଣିବାରୁ ବିରୋଧୀ କକ୍ଷତ୍ୟାଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri