Posted inଜାତୀୟ

୧୨ ସିଡବ୍ଲ୍ୟୁସି ପଦବୀ ଲାଗି ନିର୍ବାଚନ ଘୋଷଣା କଲା କଂଗ୍ରେସ

ନୂଆଦିଲ୍ଲୀ,୧୭।୯: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ପ୍ରସ୍ତୁତି ଚାଲିଥିବାବେଳେ ଦଳ ପକ୍ଷରୁ ଏହାର ସର୍ବୋଚ୍ଚ ସଂଗଠନ କଂଗ୍ରେସ କାର୍ଯ୍ୟକାରୀ କମିଟି (ସିଡବ୍ଲ୍ୟୁସି)ର ୧୨ ପଦବୀ ପାଇଁ ନିର୍ବାଚନ ଘୋଷଣା କରାଯାଇଛି। ସିଡବ୍ଲ୍ୟୁସିର ୨୩ ସଦସ୍ୟଙ୍କ ମଧ୍ୟରୁ ୧୨ ଜଣଙ୍କୁ ନିର୍ବାଚିତ କରାଯିବାକୁ ଥିବାବେଳେ ଅନ୍ୟ ୧୧ ଜଣଙ୍କୁ ମନୋନୀତ କରାଯିବ ବୋଲି ଦଳର କେନ୍ଦ୍ରୀୟ ନିର୍ବାଚନ କର୍ତ୍ତୃପକ୍ଷ ଅଧ୍ୟକ୍ଷ ମଧୁସୂଦନ ମିସ୍ତ୍ରୀ କହିଛନ୍ତି। ୧୨ ପଦବୀ ପାଇଁ ଯଦି ଅଧିକ ପ୍ରାର୍ଥୀ ହୁଅନ୍ତି, ତେବେ ନିର୍ବାଚନ ଅନୁଷ୍ଠିତ ହେବ। ସିଡବ୍ଲ୍ୟୁସି ନିର୍ବାଚନ ଶେଷଥର ପାଇଁ ୧୯୯୭ରେ ଅନୁଷ୍ଠିତ ହୋଇଥିଲା। ଏହା ପରେ ଏଆଇସିସି ପ୍ଲେନାରୀ ସେସନ୍‌ ଦଳ ଅଧ୍ୟକ୍ଷଙ୍କୁ ସିଡବ୍ଲ୍ୟୁସି ପୁନର୍ଗଠନ କ୍ଷମତା ଦେଇଆସିଛି। ସିଡବ୍ଲ୍ୟୁସି ନିର୍ବାଚନ ଲାଗି ଦଳର ୨୩ ଅସନ୍ତୁଷ୍ଟ ନେତା (ଜି-୨୩) ଦାବି କରିଥିଲେ। ଏଥିପାଇଁ ରାଜ୍ୟ ରିଟର୍ନିଂ ଅଫିସରମାନଙ୍କ ବୈଠକ ବସି ପିସିସି ସ୍ତରରେ ନିର୍ବାଚନ ପ୍ରକ୍ରିୟାକୁ ଆଗେଇନେବେ। ଏଆଇସିସି ଅଧ୍ୟକ୍ଷ ନିର୍ବାଚନ ପାଇଁ ସେପ୍ଟେମ୍ବର ୨୪ରୁ ୩୦ ପ୍ରାର୍ଥତ୍ପତ୍ର ଦାଖଲ ନିମନ୍ତେ ସମୟ ଧାର୍ଯ୍ୟ ହୋଇଛି। ରାହୁଲ ଗାନ୍ଧୀ ଅଧ୍ୟକ୍ଷ ନିର୍ବାଚନରେ ସାମିଲ ହେବା ନେଇ ଆଗ୍ରହୀ ନ ଥିବାବେଳେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କୁ ଦୌଡ଼ରେ ଆଗରେ ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୭୭ ବର୍ଷରେ ହେମାଙ୍କ ଜବରଦସ୍ତ ଡ୍ୟାନ୍ସ! ମନ ଜିଣିଲେ ଡ୍ରିମ୍‌ ଗର୍ଲ

ମୁମ୍ବାଇ,୧୩।୧୦: ବୟସ ମାତ୍ର ଏକ ସଂଖ୍ୟା! ୭୭ ବର୍ଷ ବୟସରେ ବି ନିଜ ନୃତ୍ୟର ଯାଦୁରେ ଦର୍ଶକଙ୍କ ହୃଦୟ ଜିଣୁଛନ୍ତି ବଲିଉଡ୍‌ର ଡ୍ରିମ୍‌ ଗର୍ଲ ହେମା ମାଳିନୀ…

ବୈଭବଙ୍କ ରହସ୍ୟମୟ ପୋଷ୍ଟକୁ ନେଇ ହଇଚଇ: ଦେଲେ ଏଭଳି ସଙ୍କେତ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ, ୧୩।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ T20I ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ଖେଳିବାର ସୁଯୋଗ ମିଳିନାହିଁ। ଟିମ ଇଣ୍ଡିଆର ମ୍ୟାନେଜମେଣ୍ଟ ସଞ୍ଜୁ ସାମସନଙ୍କ ଉପରେ ଭରସା ଦେଖାଇଛି। ତେବେ…

୩୮ ବର୍ଷ ବୟସରେ ଟିମ୍‌ ବଦଳାଇଲେ ଏହି କ୍ରିକେଟର୍‌: ପ୍ରଥମ ମ୍ୟାଚ୍‌ରେ କଲେ ଚମତ୍କାର

ଚଣ୍ଡିଗଡ଼,୧୩।୧୦: ଭାରତୀୟ କ୍ରିକେଟ ଦଳରୁ ଦୀର୍ଘଦିନ ଧରି ବାହାରେ ଥିବା ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ରଣଜୀ ଟ୍ରଫି ୨୦୨୬-୨୭ ସରିଜ୍‌ରେ ଜବରଦସ୍ତ ଆରମ୍ଭ କରିଛନ୍ତି।…

ଦିଲ୍ଲୀରେ ସକାଳୁ ସକାଳୁ CJPର ବିକ୍ଷୋଭ; ଆଶୁତୋଷ ରଙ୍କା ଅଟକ, ସୌରଭ ଦାସ ପୋଲିସ ହେପାଜତରେ

ନୂଆଦିଲ୍ଲୀ,୧୩।୧୦: ‘କକରୋଚ ଜନତା ପାର୍ଟି’ (CJP) ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଏକ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ଆଜି ସକାଳେ ପ୍ରାୟ…

IPLକୁ ଫେରିପାରନ୍ତି ଏହି ଖେଳାଳି; କେଉଁ ଫ୍ରାଞ୍ଚାଇଜ ତାଙ୍କ ପାଇଁ ଉପଯୁକ୍ତ ହେବ? ପୂର୍ବତନ କ୍ରିକେଟର୍‌ କହିଲେ…

ନୂଆଦିଲ୍ଲୀ,୧୩।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ବର୍ତ୍ତମାନ ପାଞ୍ଚ-ମ୍ୟାଚ ବିଶିଷ୍ଟ T20 ସିରିଜ ଚାଲିଛି, ଯେଉଁଥିରେ ଭାରତୀୟ ଦଳ ୨-୧ରେ ଆଗୁଆ ରହିଛି। ଏହି ସିରିଜର ଚତୁର୍ଥ…

ଦ୍ରାବିଡ଼-ସେହ୍ବାଗଙ୍କ ପୁଅଙ୍କ ମଧ୍ୟରେ ଜୋରଦାର ଲଢେଇ: ଜାଣନ୍ତୁ କିଏ ମାରିଲେ ବାଜି

ନୂଆଦିଲ୍ଲୀ,୧୩।୧୦: ଭାରତୀୟ କ୍ରିକେଟ୍‌ର ଦୁଇ ମହାନ ଖେଳାଳି ରାହୁଲ ଦ୍ରାବିଡ଼ ଓ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅଙ୍କ ମଧ୍ୟରେ କ୍ରିକେଟ ମଇଦାନରେ ଲଢ଼େଇ ଦେଖିବାକୁ ମିଳିଛି। ବିନୁ ମାଙ୍କଡ଼…

ବଡ଼ ସୂଚନା; ଆଇସିୟୁ, ଭେଣ୍ଟିଲେଟର୍‌ ବିନା ଆୟୁଷ୍ମାନ୍‌ ଅପରେଶନ ମନା

ଭୁବନେଶ୍ୱର,୧୩।୧୦(ବନ୍ଦନା ସେଠୀ): ଆଇସିୟୁ ଓ ଭେଣ୍ଟିଲେଟର୍‌ ନ ଥିଲେ ଆୟୁଷ୍ମାନ ଅନୁଦାନରେ ଅପରେଶନ ହୋଇପାରିବନି । ରାଜ୍ୟର ଘରୋଇ ହସ୍ପିଟାଲଗୁଡ଼ିକ ବିରୋଧରେ ସରକାରଙ୍କ ପକ୍ଷରୁ ଏଭଳି ପଦକ୍ଷେପ…

କୋଇଡ଼ାରେ ଚାଞ୍ଚଲ୍ୟ! ଜଗୁଆଳିଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ବଣାଇଁ,୧୩।୧୦(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ ସର୍ଗୀଗଡ଼ ଗାଁରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଘରୋଇ କମ୍ପାନୀର ଏକ କ୍ରସରକୁ ଜଗୁଥିବା ଜଗୁଆଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?