୩ ଲୋକ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ଆଉ ୩ ଲୋକ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସମ୍ବଲପୁରରୁ ଦୁଲାଲ ଚନ୍ଦ୍ର ପ୍ରଧାନଙ୍କୁ କଂଗ୍ରେସ ଲୋକ ସଭା ପ୍ରାର୍ଥୀ କରିଥିବା ବେଳେ କେନ୍ଦୁଝରରୁ ବିନୋଦ ବିହାରୀ ନାୟକ ଏବଂ ଆସିକାରୁ ଦେବକାନ୍ତ ଶର୍ମାଙ୍କୁ ପ୍ରାର୍ଥୀ କରିଛି।

ସୂଚନାଯୋଗ୍ୟ, ପୂର୍ବରୁ କଂଗ୍ରେସ ବରଗଡ଼ରୁ ସଂଜୟ ଭୋଇ, ସୁନ୍ଦରଗଡ଼ରୁ ଜନାର୍ଦ୍ଦନ ଦେହୁରୀ, ବଲାଙ୍ଗୀରରୁ ମନୋଜ ମିଶ୍ର, କଳାହାଣ୍ଡିରୁ ଦ୍ରୌପଦୀ ମାଝୀଙ୍କୁ କଂଗ୍ରେସ ଟିକେଟ୍‌ ଦେଇଛି। ସେହିପରି କୋରାପୁଟରୁ ସପ୍ତଗିରି ଉଲ୍ଲାକା, ବ୍ରହ୍ମପୁରରୁ ରଶ୍ମୀରଞ୍ଜନ ପଟ୍ଟନାୟକ, କନ୍ଧମାଳରୁ ଅମିର ଚାନ୍ଦ ନାୟକ, ନବରଙ୍ଗପୁରରୁ ଭୁଜବଳ ମାଝୀଙ୍କୁ ଟିକେଟ୍‌ ମିଳିଛି।