Posted inଜାତୀୟ

ଦିଲ୍ଲୀ ଅଧ୍ୟାଦେଶ ବିରୋଧରେ ଏକାଠି ହେଲେ କଂଗ୍ରେସ-ଏଏପି

ନୂଆଦିଲ୍ଲୀ,୧୬।୭: ଦିଲ୍ଲୀ ଅଧ୍ୟାଦେଶ ସମ୍ପର୍କରେ କଂଗ୍ରେସ (କଂଗ୍ରେସ) ଏବଂ ଆମ ଆଦମୀ ପାର୍ଟି (ଏଏପି) ଏକାଠି ହୋଇଛନ୍ତି। କେନ୍ଦ୍ରର ନିୟମ ବିରୋଧରେ କଂଗ୍ରେସ ଏଏପିକୁ ସମର୍ଥନ କରିବ। ଅନ୍ୟପକ୍ଷରେ, ଏହି ପ୍ରସଙ୍ଗରେ କଂଗ୍ରେସ ସାଧାରଣ ସମ୍ପାଦକ କେ.ସି ଭେନୁଗୋପା, କେନ୍ଦ୍ର ସରକାରଙ୍କ ଅଧ୍ୟାଦେଶକୁ ବିରୋଧ କରୁଥିବା ସ୍ପଷ୍ଟ ଭାବେ କହିଛନ୍ତି। ସୋମବାର ବେଙ୍ଗାଲୁରୁରେ ବିରୋଧୀ ସଭା ଅନୁଷ୍ଠିତ ହେବାକୁ ଯାଉଛି ଏବଂ କେଜ୍‌ରିୱାଲ ବୋଧହୁଏ ଏହି ସଭାରେ ଯୋଗଦେବେ ବୋଲି ସେ କହିଛନ୍ତି। ଅନ୍ୟପକ୍ଷରେ, କେସି ଭେନୁଗୋପାଲଙ୍କ ବିବୃତ୍ତିରେ ଏଏପି ନେତା ରାଘବ ଚଢା କହିଛନ୍ତି, ଦିଲ୍ଲୀ ଅଧ୍ୟାଦେଶକୁ କଂଗ୍ରେସ ସ୍ପଷ୍ଟ ବିରୋଧ କରିଛି। ଏହା ଏକ ସକରାତ୍ମକ ପଦକ୍ଷେପ।
କେନ୍ଦ୍ର ଆଣିଥିବା ଅଧ୍ୟାଦେଶ ବିରୋଧରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍‌ରିୱାଲ ବିରୋଧୀ ଦଳର ସମର୍ଥନ ଲୋଡିଛନ୍ତି। ଯଦି ରାଜ୍ୟ ସଭାରେ କେଜ୍‌ରିୱାଲ ବିରୋଧୀ ଦଳର ସମର୍ଥନ ପାଆନ୍ତି, ତେବେ କେନ୍ଦ୍ରର ଏହି ଅଧ୍ୟଦେଶ ଆଇନ ହେବାରୁ ରୋକାଯାଇପାରିବ।
ସୂଚନାଯୋଗ୍ୟ, ଗତ ମାସରେ, ଡାନିକ୍ସ କ୍ୟାଡରର ଗ୍ରୁପ-ଏ ଅଧିକାରୀଙ୍କ ସ୍ଥାନାନ୍ତର ତଥା ସେମାନଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ଜାତୀୟ ରାଜଧାନୀ ଜନସେବା ପ୍ରାଧିକରଣ ଗଠନ ଲକ୍ଷ୍ୟ ନେଇ କେନ୍ଦ୍ର ସରକାର ଏକ ନିର୍ଦ୍ଦେଶନାମା ଜାରି କରିଥିଲେ। ଦିଲ୍ଲୀର ଏଏପି ସରକାର ଏହାକୁ ବିରୋଧ କରିଛନ୍ତି। ଏହା ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ବିରୋଧରେ ବୋଲି ସେମାନେ ଦାବି କରିଛନ୍ତି। ଏହି ନିୟମ ଆସିବା ପୂର୍ବରୁ ସୁପ୍ରିମକୋର୍ଟ ଦିଲ୍ଲୀର ପୋଲିସ, ଆଇନ ଶୃଙ୍ଖଳା ତଥା ଅନ୍ୟାନ୍ୟ ସେବା ନିୟନ୍ତ୍ରଣକୁ ଦିଲ୍ଲୀ ସରକାରଙ୍କୁ ହସ୍ତାନ୍ତର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ହେଲା ଯୁଦ୍ଧ! ପ୍ରଥମ ଥର ପାଇଁ ଆମେରିକାର ୮୦୦ କୋଟିର ଫାଇଟର ଜେଟ୍‌କୁ ଇରାନର ଟାର୍ଗେଟ, ବଢ଼ିଲା…

ୱାଶିଂଟନ, ୧୯।୩:ମଧ୍ୟ-ପ୍ରାଚ୍ୟ ରଣାଙ୍ଗନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆମେରିକାର ଏକ ଅତ୍ୟାଧୁନିକ F-୩୫ ଷ୍ଟେଲଥ ଫାଇଟର ଜେଟ୍‌ ଇରାନ ଉପରେ ଏକ ଯୁଦ୍ଧ ମିଶନରେ…

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri