Posted inଜାତୀୟ

କଂଗ୍ରେସ ଘୋଷଣା କଲା ରାଜ୍ୟ ସଭା ପ୍ରାର୍ଥୀ

ନୂଆଦିଲ୍ଲୀ,୩୦।୫: ରାଜ୍ୟ ସଭା ନିର୍ବାଚନ ଜୁନ୍‌ ୧୦ରେ ହେବାକୁ ଥିବା ବେଳେ ସୋମବାର କଂଗ୍ରେସ ପକ୍ଷରୁ ୧୦ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ପି. ଚିଦାମ୍ବରମ୍‌, ଜୟରାମ ରମେଶ, ଅଜୟ ମାକେନ ଏବଂ ଦଳର ମୁଖ୍ୟ ମୁଖପାତ୍ର ରଣଦୀପ୍‌ ସୁର୍ଜଓ୍ବୋଲାଙ୍କୁ ଟିକେଟ ମିଳିଛି। ଏତଦ୍‌ବ୍ୟତୀତ ଜି୨୩ ଅସନ୍ତୁଷ୍ଟ ନେତାଙ୍କ ମଧ୍ୟରୁ ପୂର୍ବତନ କେନ୍ଦ୍ରମନ୍ତ୍ରୀ ମୁକୁଲ ଓ୍ବାସନିକଙ୍କୁ ରାଜସ୍ଥାନରୁ ଏବଂ ବିବେକ ଟଙ୍ଖାଙ୍କୁ ମଧ୍ୟପ୍ରଦେଶରୁ ପ୍ରାର୍ଥୀ କରାଯାଇଛି। କଂଗ୍ରେସ ସଂଗଠନରେ ବଡ଼ ଧରଣର ପରିବର୍ତ୍ତନ ଲାଗି ୨୦୨୦ରେ ଦଳର ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ପତ୍ର ଲେଖିଥିବା ୨୩ନେତାଙ୍କ ମଧ୍ୟରେ ଏମାନେ ରହିଥିଲେ। ଜି-୨୩ ନେତା ଗୁଲାମ ନବୀ ଆଜାଦ ଏବଂ ଆନନ୍ଦ ଶର୍ମାଙ୍କୁ ରାଜ୍ୟ ସଭା ଟିକେଟ ମିଳିବା ନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଥିବା ବେଳେ ତାଲିକାରେ ସେମାନଙ୍କ ନାମ ନାହିଁ। ଚିଦାମ୍ବରମ ତାମିଲନାଡୁରୁ ରାଜ୍ୟ ସଭା ପାଇଁ ପ୍ରାର୍ଥୀ ହୋଇଥିବା ବେଳେ ରମେଶ କର୍ନାଟକରୁ, ମାକେନ ହରିୟାଣାରୁ ଏବଂ ସୁର୍ଜଓ୍ବୋଲା ରାଜସ୍ଥାନରୁ ପ୍ରାର୍ଥୀ ହୋଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ପ୍ରମୋଦ ତିଓ୍ବାରୀଙ୍କୁ ରାଜସ୍ଥାନରୁ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ରାଜୀବ ଶୁକ୍ଳା ଓ ରଞ୍ଜିତ ରଞ୍ଜନଙ୍କୁ ଛତିଶଗଡ଼ରୁ ଏବଂ ଇମ୍ରାନ୍‌ ପ୍ରତାପଗର୍ହିଙ୍କୁ ମହାରାଷ୍ଟ୍ରରୁ ପ୍ରାର୍ଥୀ କରାଯାଇଛି। ୧୦ କଂଗ୍ରେସ ପ୍ରାର୍ଥୀଙ୍କ ମଧ୍ୟରୁ ୫ ଜଣ ପୂର୍ବତନ କେନ୍ଦ୍ରମନ୍ତ୍ରୀ। ନିର୍ବାଚନରେ କଂଗ୍ରେସର ସମସ୍ତ ୧୦ ପ୍ରାର୍ଥୀ ଜିତିବା ସମ୍ଭାବନା ଥିବା କୁହାଯାଉଛି। ରାଜସ୍ଥାନରୁ ୩ ଆସନକୁ ଯଦି ଦଳ ଜିତିନିଏ, ତେବେ ଏହା ଉଚ୍ଚ ସଦନରେ ଅଧିକ ୩ଆସନ ପାଇବାକୁ ସକ୍ଷମ ହୋଇପାରିବ। ଛତିଶଗଡ଼ରୁ କଂଗ୍ରେସ ୨ଟି ଆସନ ଜିତିବାକୁ ଥିବା ବେଳେ ତାମିଲନାଡୁ ଓ ମହାରାଷ୍ଟ୍ରରୁ ଗୋଟିଏ ଲେଖାଏ ଆସନ ପାଇବ ବୋଲି କୁହାଯାଉଛି। ସେହିପରି ହରିୟାଣା, ମଧ୍ୟପ୍ରଦେଶ, କର୍ନାଟକରେ ଦଳୀୟ ବିଧାୟକଙ୍କ ସଂଖ୍ୟାକୁ ନେଇ କଂଗ୍ରେସ ଗୋଟିଏ ଲେଖାଏ ଆସନ ପାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri