Posted inଫୁରସତ

ବଜାରରେ ଉପଲବ୍ଧ ହେଉଛି ତ୍ରିରଙ୍ଗା ମାସ୍କ: ବିକ୍ରି ନିଷିଦ୍ଧ କରିବାକୁ କଂଗ୍ରେସର ଦାବି

ଅଗଷ୍ଟ ୧୫ ତାରିଖ, ଶନିବାର ୭୪ତମ ସ୍ବାଧୀନତା ଦିବସ ପାଳନ କରାଯିବ। କରୋନା କଟକଣା ସତ୍ତ୍ୱେ ଏହି ଦିବସ ପାଳନ ଲାଗି ଉତ୍ସାହ ଦେଖିବାକୁ ମିଳୁଛି। ବଜାରରେ ମଧ୍ୟ ବିଭିନ୍ନ ପ୍ରକାରର ସାମଗ୍ରୀ ଉପଲବ୍ଧ ହେବାରେ ଲାଗୁଛି। ଛୋଟ ଛୋଟ ତ୍ରିରଙ୍ଗାଠାରୁ ଆରମ୍ଭ କରି ତ୍ରିରଙ୍ଗା ବ୍ୟାଚ୍‌, ପଗଡ଼ି, ଟୋପି ଆଦି ବିକ୍ରି ହେଉଛି। ଏହାଛଡ଼ା କରୋନାକୁ ନେଇ ତ୍ରିରଙ୍ଗା ମାସ୍କ ମଧ୍ୟ ଉପଲବ୍ଧ ହେଉଥିବା ଦେଖିବାକୁ ମିଳୁଛି। ଏନେଇ ଅନେକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ମାସ୍କକୁ ନ ବ୍ୟବହାର କରିବାକୁ ସ୍ବର ଉଠୁଛି। ଏପରିକି ରାଜନୈତିକ ମହଲରେ ମଧ୍ୟ ଏହାର ଚର୍ଚ୍ଚା ହେଉଛି।

କଂଗ୍ରେସ ନେତା ଦିଗମ୍ବର କାମାତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତ୍ରିରଙ୍ଗା ମାସ୍କକୁ ନିଷିଦ୍ଧ କରିବାକୁ ଅନୁରୋଧ କରିଛନ୍ତି। ସେ କହିଛନ୍ତି ବଜାରରେ ମିଳୁଥିବା ମାସ୍କରେ ଜାତୀୟ ପତାକାର ରଙ୍ଗ ସହ ଅଶୋକ ଚକ୍ର ଥିବା ଦେଖାଯାଉଛି। ଫଟୋ ଦେଖି ସେ ବହୁତ ଦୁଃଖି। ଏଭଳି ମାସ୍କକୁ ସମସ୍ତ ରାଜ୍ୟରେ ନିଷିଦ୍ଧ କରାଯାଉ ବୋଲି ସେ କହିଛନ୍ତି।

କହିରଖୁଛୁ, କେବଳ କଂଗ୍ରେସ ନୁହେଁ ଅନ୍ୟ ଦଳମାନେ ମଧ୍ୟ ଏହି ମାସ୍କର ବିକ୍ରିକୁ ବିରୋଧ କରୁଛନ୍ତି। ଝାରଖଣ୍ଡରେ ଏହାର ବିକ୍ରିକୁ ନିଷେଧ କରାଯାଇଛି। ହେଲେ ଅନ୍ୟାନ୍ୟ ଅଞ୍ଚଳରେ ଏହି ମାସ୍କ ୧୦ରୁ ୫୫୦ ଟଙ୍କା ଦରରେ ଉପଲବ୍ଧ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?