Posted inରାଜ୍ୟ

ଅଜୟ କୁମାର ଓଡ଼ିଶା ପ୍ରଦେଶ କଂଗ୍ରେସର ନୂଆ ପ୍ରଭାରୀ

ଭୁବନେଶ୍ୱର,୨୩।୧୨: ଓଡ଼ିଶା ପ୍ରଦେଶ କଂଗ୍ରେସ ପାଇଁ ନୂଆ ପ୍ରଭାରୀଙ୍କୁ ନିଯୁକ୍ତି ମିଳିଛି। ଆଗାମୀ ଲୋକସଭା ଏବଂ ଓଡ଼ିଶା ବିଧାନସଭା ନିର୍ବାଚନ ପୂର୍ବରୁ ଝାଡ଼ଖଣ୍ଡ ଜାମସେଦପୁରର ପୂର୍ବତନ ଏମପି ଡା. ଅଜୟ କୁମାରଙ୍କୁ ଏହି ଗୁରୁଦାୟିତ୍ୱ ମିଳିଛି। ଓଡ଼ିଶା ସହ ତାମିଲନାଡୁ ଏବଂ ପଡୁଚେରୀ ଦାୟିତ୍ୱ ମଧ୍ୟ ଅଜୟ କୁମାରଙ୍କୁ ମିଳିଛି।

ପୂର୍ବରୁ ଓଡ଼ିଶା ପ୍ରଭାରୀ ଥିବା ଚେଲ୍ଲା କୁମାରଙ୍କୁ ସେ ପରିବର୍ତ୍ତନ କରିବେ। ସେପଟେ ଚେଲ୍ଲା କୁମାରଙ୍କୁ ମେଘାଳୟ, ମିଜୋରାମ ଏବଂ ଅରୁଣାଚଳ ପ୍ରଭାରୀ ଦାୟିତ୍ୱ ମିଳିଛି। ସେହିପରି ଆଉ କିଛି ରାଜ୍ୟର ପ୍ରଭାରୀ ଅଦଳ ବଦଳ କରି ଏଆଇସିସି ଦଳର ଅନ୍ୟ ବରିଷ୍ଠ ନେତା ବିଭିନ୍ନ ରାଜ୍ୟ ପାଇଁ ଦାୟିତ୍ୱ ଦେଇଛି।

ଏହି କ୍ରମରେ ସଚିନ ପାଇଲଟଙ୍କୁ ଛତିଶଗଡ଼ କଂଗ୍ରେସ ପ୍ରଭାରୀ ଦାୟିତ୍ୱ ମିଳିଥିଲା ବେଳେ ରମେଶ ଚେନିଥାଲା ମହାରାଷ୍ଟ୍ର, ମୋହନ ପ୍ରକାଶ ବିହାର ପ୍ରଭାରୀ, ରାଜୀବ ଶୁକ୍ଳା ହିମାଚଳ ପ୍ରଦେଶ, ମୁକୁଲ ୱାସନିକ୍‌ ଗୁଜରାଟ ପ୍ରଭାରୀ, ଅଭିନାଶ ପାଣ୍ଡେଙ୍କୁ ଉତ୍ତରପ୍ରଦେଶ, କୁମାରୀ ସେଲଜାଙ୍କୁ ଉତ୍ତରାଖଣ୍ଡ, ରଣଦୀପ ସିଂହ ସୁରଜୱାଲାଙ୍କୁ କର୍ନାଟକ, ଦୀପକ ବବାରିଆଙ୍କୁ ଦିଲ୍ଲୀ ଏବଂ ହରିୟାଣା, ଜି.ଏ ମିରଙ୍କୁ ଝାଡ଼ଖଣ୍ଡ, ଦୀପା ଦେଶମୁଖଙ୍କୁ କେରଳା, ଲାକ୍ଷାଦ୍ଵୀପ ଏବଂ ତେଲଙ୍ଗାନା ଦାୟିତ୍ୱ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ପୁଣିଥରେ ଦେଶରେ ଲକଡାଉନ୍‌ ଲାଗୁ କରିପାରନ୍ତି’, ପ୍ରଧାନମନ୍ତ୍ରୀ ମୋଦିଙ୍କ ମୁଖ୍ୟମନ୍ତ୍ରୀମାନଙ୍କ ସହ ବୈଠକ ପରେ ଏମିତି କହିଲେ…

ନୂଆଦିଲ୍ଲୀ,୨୭।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣିଥରେ ମୋଦି ସରକାର ଏବଂ ନିର୍ବାଚନ କମିଶନଙ୍କ ବିରୋଧରେ ମୋର୍ଚ୍ଚା ଖୋଲିଛନ୍ତି। ପଶ୍ଚିମ ବର୍ଦ୍ଧମାନରେ…

ଇରାନ ସଂଘର୍ଷ ଭିତରେ ଭାରତ ପାଇଁ ଆଶ୍ବସ୍ତି, ଆସିଲା LPG ବୋଝେଇ ଟ୍ୟାଙ୍କର

ନୂଆଦିଲ୍ଲୀ,୨୭ା୩: ଭାଡିନାର ବନ୍ଦରରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ଖବର ମିଳିଛି । ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ପାଇଁ ଆଶ୍ୱସ୍ତିର ସଙ୍କେତ ଦେଖାଦେଇଛି । ଏଲପିଜି ବୋଝେଇ…

ପେଟ୍ରୋଲ-ଡିଜେଲ ଶସ୍ତା କଲେ ସରକାର, ହ୍ରାସ ହେଲା ଉତ୍ପାଦ ଶୁଳ୍କ, ଜାଣନ୍ତୁ ପ୍ରତି ଲିଟର କେତେ…

ନୂଆଦିଲ୍ଲୀ,୨୭ା୩: ଆମେରିକା-ଇରାନ ଯୁଦ୍ଧ ଯୋଗୁ ଦେଶବ୍ୟାପୀ ଇନ୍ଧନ ମୂଲ୍ୟ ବୃଦ୍ଧିର ଆଶଙ୍କାକୁ ଦୃଷ୍ଟିରେ ରଖି ଭାରତ ସରକାର ପେଟ୍ରୋଲ ଏବଂ ଡିଜେଲ ଉଭୟ ଉପରେ ଅତିରିକ୍ତ ଉତ୍ପାଦ…

ସିକ୍ରେଟ କ୍ୟାବିନରେ ଚାଲାଣ ହେଉଥିଲା ୧୮୭ କେଜି ଗଞ୍ଜେଇ, ମାଡ଼ିବସିଲା ସୁବଳୟା ପୋଲିସ

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ପୋଲିସ ଗୁରୁବାର ସୋନପୁର-ବୀରମହାରାଜପୁର ରାସ୍ତାର ଦୁରଦୁରା ନର୍ସରୀ ନିକଟରୁ ଏକ ପିକଅପରେ ଚାଲାଣ ହେଉଥିବା ୧୮୭ କେଜି ଗଞ୍ଜେଇ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ଗାଁଦାଣ୍ଡରେ ଯୁବକଙ୍କୁ ପିଟି ହତ୍ୟା

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ହୋଇଛନ୍ତି…

ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବଙ୍କ କୁଡ଼ିଆ ଉଚ୍ଛେଦ, ପ୍ରତିବାଦରେ ତାତିଲେ ଲୋକେ

ବରଗଡ଼,୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଅଭିଯାନ ଚାଲିଛି। ଏହି କ୍ରମରେ ବୁଲଡୋଜର ପର୍ଯ୍ୟାୟକ୍ରମେ ସହରର ଗୋଟିଏ ସ୍ଥାନରୁ ଅନ୍ୟ ଜବରଦଖଲ ସ୍ଥାନକୁ ମାଡ଼ି ବସିଛି।…

କାହିଁକି ପଛଘୁଞ୍ଚା ଦେଲେ ଟ୍ରମ୍ପ, କହିଦେଲେ ଏହି ବଡ଼ କାରଣ

ଓ୍ବାଶିଂଟନ,୨୭ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୧୦ ଦିନ ପାଇଁ ଯୁଦ୍ଧ ବିରତି ଘୋଷଣା କରିଛନ୍ତି। ତେବେ ଟ୍ରମ୍ପ କାହିଁକି ଏପରି ନିଷ୍ପତ୍ତି ନେଇଛନ୍ତି ସେନେଇ ସୋସିଆଲ…

ଭାରତ୍ତୋଳନରେ ଦୀପାରାଣୀଙ୍କୁ ରୌପ୍ୟ

ଚିକିଟି, ୨୭ା୩ (ପ୍ରକାଶ ଚନ୍ଦ୍ର ସାହୁ ): ଛତିଶଗଡ ରାଇପୁର ସ୍ଥିତ ପଣ୍ଡିତ ରବି ଶଙ୍କର ବିଶ୍ୱ ବିଦ୍ୟାଳୟର ଖେଳ ପଡ଼ିଆ ପରିସରରେ ଗୁରୁବାର ଜାତୀୟସ୍ତରୀୟ ଉଦ୍‌ଘାଟିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri