Posted inଜାତୀୟ

ସଂସଦକୁ ଅଚଳ କଲେ ସରକାର: ଖାର୍ଗେ

ନୂଆଦିଲ୍ଲୀ,୬।୪: ସଂସଦର ଶେଷ ଦିନରେ ଆଦାନୀ ପ୍ରସଙ୍ଗକୁ ନେଇ ବିରୋଧୀ ଦଳ ସହ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁରୁବାର ବିଜୟ ଚୌକରୁ ଏକ ତ୍ରିରଙ୍ଗା ପଦଯାତ୍ରା ବାହାର କରିଥିଲେ। ଏହାପରେ ଖାର୍ଗେ ଏକ ଖବରଦାତା ସମ୍ମିଳନୀ କରି କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ମୋଦି ସରକାର ଗଣତନ୍ତ୍ର ବିଷୟରେ ବହୁତ କଥା କହୁଛନ୍ତି କିନ୍ତୁ ଗଣତନ୍ତ୍ରକୁ ସେ କୌଣସି ଗୁରୁତ୍ୱ ଦେଉନାହାଁନ୍ତି। ଆମେ ଜାଣିବାକୁ ଚାହୁଁଛୁ ଯେ, ମାତ୍ର ଅଢ଼େଇ ବର୍ଷରେ ଆଦାନୀଙ୍କ ସମ୍ପତ୍ତି ୧୨ଲକ୍ଷ କୋଟିରେ କିପରି ପରିଣତ ହେଲା। ମାତ୍ର ୧୨ ମିନିଟରେ ୫୦ ଲକ୍ଷ କୋଟିର ବଜେଟ କିପରି ପାରିତ ହେଲା ବୋଲି କଂଗ୍ରେସ ଅଧ୍ୟକ୍ଷ ପ୍ରଶ୍ନ ଉଠାଇଛନ୍ତି। ଆମେ ଗୃହରେ ସବୁବେଳେ ତାଙ୍କୁ ଏହି ପ୍ରଶ୍ନ ପଚାରିଥିଲୁ, କିନ୍ତୁ ଯେତେବେଳେ ବି ଆମେ କହିବାକୁ ଉଠୁଥିଲୁ କି ନୋଟିସ ଦେଇଥିଲୁ କିମ୍ବା ଦାବି କଲୁ ସେହି ସମୟରେ ସେ ଆମକୁ କହିବାକୁ ଅନୁମତି ଦେଇ ନ ଥିଲେ। ୫୦-୫୨ ବର୍ଷ ଧରି ରାଜନୀତିରେ ମୁଁ କାର୍ଯ୍ୟ କରିଆସୁଛି କିନ୍ତୁ ଏହା ପୂର୍ବରୁ ଏଭଳି ସମୟ କେବେ ଦେଖିନାହିଁ ବୋଲି ଖାର୍ଗେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri