Posted inଜାତୀୟ

ନିଜ ଫିଟନେସର ରାଜ କହୁକହୁ ମୋଦିଙ୍କୁ ନକଲ କଲେ ରାହୁଲ

ନୂଆଦିଲ୍ଲୀ,୨୪ ।୧୧: କଂଗ୍ରେସର ଭାରତ ଯୋଡୋ ଯାତ୍ରା ଏବେ ମହାରାଷ୍ଟ୍ରରେ ଚାଲିଛି । ମହାରାଷ୍ଟ୍ରର ଜଲଗାଓଁ ଜାମୋଦର ଜସୌନ୍ଦି ଗାଁ ଦେଇ ବୁରହାନପୁର ରାସ୍ତାରେ ରାହୁଲ ଗାନ୍ଧୀଙ୍କ ଯାତ୍ରା ମଧ୍ୟପ୍ରଦେଶରେ ପ୍ରବେଶ କରିଛି । ଏଠାରେ ରାହୁଲଙ୍କ ସ୍ୱାଗତ ଲାଗି ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଥିଲା । ସ୍ୱାଗତ ପରେ ରାହୁଲ ସେଠାରେ ଉପସ୍ଥିତ ଜନତା ଓ କର୍ମୀଙ୍କୁ ସମ୍ବୋଧିତ କରିଥିଲେ ।
ଏବେ ଏହି ସମ୍ବୋଧନର କିଛି ମିନିଟର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଏହି ଭିଡଇଓରେ ରାହୁଲ ତାଙ୍କ ପଦଯାତ୍ରା ଆରମ୍ଭ କଥା କହୁଛନ୍ତି । ଏହାସହ ଶେଷକୁ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନକଲ କରୁଥିବା ଦେଖାଯାଇଛି ।
ଉକ୍ତ ଭିଡିଓରେ ରାହୁଲ ମଞ୍ଚ ଉପରେ ଥିବା ବେଳେ ଭାଇୟୋ ଓ ବେହେନୋରୁ ତାଙ୍କ ସମ୍ବୋଧନ ଆରମ୍ଭ କରୁଥିବା ଦେଖାଯାଇଛି । ଏହାସହ ସେ କହିଛନ୍ତି, କମଲନାଥ ମୋତେ ପ୍ରଶ୍ନ କରୁଛନ୍ତି ମୁଁ ୨୦୦୦ କିଲୋମିଟର ଚାଲିବା ପରେ ବି କାହିଁକି ଥକି ପଡିନାହିଁ । ଏହାସତ ମୋ ଚେହେରାରେ ଥକାପଣ ନାହିଁ । ମୁଁ ସକାଳ ୬ଟାରୁ ଯେମିତି ଯୋଶରେ ଚାଲୁଛି ରାତି ୮ଟାରେ ବି ସେମିତି ଚାଲି ପାରୁଛନ୍ତି । ମୁଁ ଥକି ପଡିନାହିଁ । ଏହା ଶୁଣିବା ପରେ ସେଠାରେ ଉପସ୍ଥିତ ଜନତା ରାହୁଲ ଗାନ୍ଧୀ ଜିନ୍ଦାବାଦ ବୋଲି ସ୍ଲୋଗାନ ଦେଇଛନ୍ତି । ଏମିତି କିଛି ମିନିଟ ଅଟକିଯିବା ପରେ ରାହୁଲ ପୁଣିଥରେ ବାଇୟୋଁ, ବେହେନୋ ଓ ମିତ୍ରୋ କହି ପୁଣି ସମ୍ବୋଧନ ଆରମ୍ଭ କରୁଛନ୍ତି । ଠିକ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭଳି । ଅବଶ୍ୟ ସେ ଏହା ଖୁସି ମୁଡରେ କହୁଥିବା ଦେଖାଯାଇଛି । ଏମିତି ଏକ ଭିଡିଓକୁ ନେଇ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚା ଧରିଛି । କେହି କେହି ଏହି ଭିଡିଓ ଉପରେ ରାହୁଲଙ୍କୁ ସପୋର୍ଟ କରୁଥିବା ବେଳେ ଆଉ କେହି ଏହାକୁ ବିରୋଧ ବି କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କ୍‌ ଷ୍ଟ୍ରାଇକ୍‌ ପୂର୍ବରୁ SBI କଲା ବଡ଼ ଘୋଷଣା, ସେପ୍ଟେମ୍ୱର ୨୮ରୁ ଏଟିଏମ୍‌ ଚାର୍ଜ…

ନୂଆଦିଲ୍ଲୀ,୨୬।୯: ଯଦି ଆପଣ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI)ର ଗ୍ରାହକ ଏବଂ ଆଗାମୀ ଦିନରେ ବ୍ୟାଙ୍କ ଧର୍ମଘଟ ଯୋଗୁଁ ଟଙ୍କାର ଅଭାବ ହେବା ଚିନ୍ତାରେ ବ୍ୟସ୍ତ…

ଆରପାରିରେ ଆଦର୍ଶ ଶିକ୍ଷକ ସନାତନ: ପାଟଣା ଅଞ୍ଚଳରେ ଶୋକର ଛାୟା

ପାଟଣା, ୨୬।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳୀ ଗ୍ରାମର ଆଦର୍ଶ ଶିକ୍ଷକ ତଥା ବିଶିଷ୍ଟ ସଂଗଠକ, ଶିକ୍ଷାବିତ୍‌ ତଥା…

କେଲୁଅ ନଦୀକୁ ଡେଇଁଲେ ଅଜୟ: ପଛରେ ଅଛି ଏମିତି କାରଣ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ଦେଓଦା ପଞ୍ଚାୟତର ଚଇନିହୁଡ଼ା ଗ୍ରାମର ଜଣେ ଯୁବକ କାଏମା କେଲୁଅ ନଦୀ ବ୍ରିଜ୍‌ରୁ ଡେଇଁ ନିଖୋଜ…

ପ୍ରଥମ ଦିନିକିଆ ପାଇଁ ଟିମ ଇଣ୍ଡିଆର ମାଷ୍ଟରପ୍ଲାନ ହେଲା ଲିକ୍‌’! ବଡ଼ କଥା କହିଲେ ଭାରତୀୟ କୋଚ

ନୂଆଦିଲ୍ଲୀ,୨୬।୯: ୨୦୨୭ ଦିନିକିଆ ବିଶ୍ୱକପକୁ ନଜରରେ ରଖି ଭାରତୀୟ କ୍ରିକେଟ ଦଳ ପାଇଁ ଆଗାମୀ ପ୍ରତ୍ୟେକ ସିରିଜ ଗୁରୁତ୍ୱପୂର୍ଣ୍ଣ ହେବ। ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ୩…

ନିର୍ବାଚିତ ହେବାର କିଛି ଘଣ୍ଟା ପରେ ଓମ ବିର୍ଲଙ୍କ ବାସଭବନ ସାମ୍ନାରେ ନତମସ୍ତକ ହେଲେ ମେୟର, ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୬।୯: ରାଜସ୍ଥାନର କୋଟା ନଗର ନିଗମର ନୂଆ ମେୟର ଭାବେ ଭାଜପାର ଅନୁସୂୟା ଗୋସ୍ବାମୀ ନିର୍ବାଚିତ ହେବାର କିଛି ଘଣ୍ଟା ପରେ ଏକ ଭିଡିଓ ସୋସିଆଲ ମିଡିଆରେ…

ରିପୋର୍ଟରେ ବଡ଼ ଖୁଲାସା: ଦଳ ବଦଳାଇଛନ୍ତି ୧୧୧ ଏମ୍‌ପି, ବିଧାୟକ

ନୂଆଦିଲ୍ଲୀ,୨୬ା୯: ୨୦୨୨ରୁ ୨୦୨୬ ମଧ୍ୟରେ ପାର୍ଲାମେଣ୍ଟ କିମ୍ବା ରାଜ୍ୟ ବିଧାନସଭା ନିର୍ବାଚନ ଜିତିବା ପରେ ୧୧୧ ଏମ୍‌ପି ଏବଂ ବିଧାୟକ ଦଳ ବଦାଇଛନ୍ତି। ସର୍ବାଧିକ ଦଳବଦଳ ନାଗାଲାଣ୍ଡ…

କାଜୁ ବୁଦାରେ ଝୁଲୁଛି ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ମୃତଦେହ: ଖେଳିଗଲା ଚାଞ୍ଚଲ୍ୟ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନା ଅନ୍ତର୍ଗତ ରାଉତରାପୁର ପଞ୍ଚାୟତର ନୂଆସାହି ଗ୍ରାମରେ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣାକୁ ନେଇ…

ରୁଷିକୁଲ୍ୟାରୁ କମୁଛି ଜଳସ୍ତର: ଟଳିଲା ବନ୍ୟା ଆଶଙ୍କା

ପୁରୁଷୋତ୍ତମପୁର, ୨୬।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତର ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ଗତ ଚାରିଦିନ ଧରି ଲଗାଣ ବର୍ଷା ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?