Posted inଜାତୀୟ

ଓମାର ଅବଦୁଲ୍ଲା ସରକାରରୁ ନିଜକୁ କାହିଁକି ଦୂରେଇ ରଖିଲା କଂଗ୍ରେସ, ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ କାରଣ

ନୂଆଦିଲ୍ଲୀ,୧୬।୧୦: ଜମ୍ମୁ-କଶ୍ମୀରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଓମାର ଅବଦୁଲ୍ଲା ଶପଥ ନେବେ। ଲେଫ୍ଟନାଣ୍ଟ ଗଭର୍ନର ମନୋଜ ସିହ୍ନା ପୂର୍ବାହ୍ନ ୧୧ଟା ୩୦ରେ ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ମନ୍ତ୍ରୀମାନଙ୍କୁ ଶପଥ ଗ୍ରହଣ କରାଇବେ। ଏହା ପୂର୍ବରୁ କଂଗ୍ରେସ ବଡ଼ ନିଷ୍ପତ୍ତି ନେଇ କହିଛି ଯେ, ଓମାର ଅବଦୁଲ୍ଲା ସରକାରରେ କଂଗ୍ରେସ ସାମିଲ ହେବ ନାହିଁ। ହେଲେ ସମର୍ଥନ ଜାରି ରହିବ। ସୂଚନାଯୋଗ୍ୟ, ନ୍ୟାଶନାଲ କନଫରେନ୍ସ ଏବଂ କଂଗ୍ରେସ ବିଧାନସଭା ନିର୍ବାଚନରେ ମେଣ୍ଟ କରିଥିଲେ ଏବଂ ଏହି ମେଣ୍ଟ ଦଳ ବିଜୟ ହାସଲ କରିଥିଲା।

କଂଗ୍ରେସର ଜଣେ ବରିଷ୍ଠ ନେତା ମଙ୍ଗଳବାର ଗଣମାଧ୍ୟମକୁ କହିଛନ୍ତି ଯେ ଖାର୍ଗେ, ରାହୁଲ ଗାନ୍ଧୀ, ପ୍ରିୟଙ୍କା ଓମାର ଅବଦୁଲ୍ଲାଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗଦେବେ। ତେବେ ଶପଥ ଗ୍ରହଣ ସମାରୋହ ପୂର୍ବରୁ ସରକାରରେ ସାମିଲ ନ ହେବା ନିଷ୍ପତ୍ତି ନେଇ କଂଗ୍ରେସ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ତେବେ ରାଜନୈତିକ ଏକତାର ବାର୍ତ୍ତା ଦେବାକୁ ରାହୁଲ ଗାନ୍ଧୀ, କଂଗ୍ରେସ ସଭାପତି ଖାର୍ଗେ ଏବଂ ପ୍ରିୟଙ୍କା ଗାନ୍ଧୀ ଶପଥ ଗ୍ରହଣ ସମାରୋହରେ ଯୋଗଦେବେ।

ଶପଥ ଗ୍ରହଣ ସମାରୋହର ପ୍ରାୟ ୩ ଘଣ୍ଟା ପୂର୍ବରୁ ସରକାରରେ ଯୋଗ ନ ଦେବା କଂଗ୍ରେସର ନିଷ୍ପତ୍ତି ପରେ ଏବେ ସବୁ ପ୍ରକାର କଳ୍ପନାଜଳ୍ପନା ଚାଲିଛି। ସୂତ୍ରରୁ ପ୍ରକାଶ ଯେ ଓମାର ଅବଦୁଲ୍ଲା ସରକାରରେ କେବଳ ଗୋଟିଏ ମନ୍ତ୍ରୀ ପଦ ମିଳିବା ଉପରେ କଂଗ୍ରେସ ଅସନ୍ତୋଷ ବ୍ୟକ୍ତ କରିଛି। କଂଗ୍ରେସ ଅତିକମରେ ଦୁଇଟି ମନ୍ତ୍ରୀ ପଦ ଚାହୁଁଥିଲା, କିନ୍ତୁ ଅବଦୁଲ୍ଲା ଏଥିରେ ରାଜି ହୋଇ ନ ଥିଲେ। ବିଶେଷଜ୍ଞମାନେ କହିଛନ୍ତି ଯେ ଭାଜପା ଉପରେ ଚାପ ପକାଇବା ପାଇଁ କଂଗ୍ରେସ ଏହା କରିଥାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?