Posted inଜାତୀୟ

ଛତିଶଗଡରେ ଏହି ବିଧାୟକଙ୍କର କଟିବ ଟିକେଟ୍‌: ଭୂପେଶ ବାଘେଲ

ରାୟପୁର,୨୬।୮: ଚଳିତ ବର୍ଷ ଶେଷ ସୁଦ୍ଧା ଛତିଶଗଡରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ତେବେ ଲୋକସଭା ନିର୍ବାଚନ ନେଇ ଜାତୀୟ ରାଜନୀତି ସରଗରମ ଥିବାବେଳେ ରାଜ୍ୟ ରାଜନୀତି ମଧ୍ୟ ସରଗରମ ରହିଛି। ରାଜ୍ୟରେ ଶୀର୍ଷ ନେତା ଗୋଟିକ ପରେ ଗୋଟିଏ ଗସ୍ତ କରିବାବେଳେ ଦଳର ଅନ୍ୟ ନେତାମାନେ ରାଜ୍ୟରେ ଡେରା ପକାଇଛନ୍ତି। ସେହିପରି ନିର୍ବାଚନୀ ରାଲିରେ ଉଭୟ ଦଳ ପରସ୍ପରକୁ ଦୋଷାରୋପ କରିବାରେ ମଧ୍ୟ ଲାଗି ପଡିଛନ୍ତି। ଏଭିତରେ ରାଜ୍ୟର ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲଙ୍କ ଏକ ବୟାନକୁ ନେଇ ଚର୍ଚ୍ଚା ଜୋର ଧରିଛି। ଭୁପେଶ କହିଛନ୍ତି, ଆସନ୍ତା ବିଧାନସଭା ନିର୍ବାଚନରେ କଂଗ୍ରେସ କିଛି ଦୁର୍ବଳ ବିଧାୟକଙ୍କୁ ଛାଡି ନୂଆ ଚେହେରାଙ୍କୁ ଟିକେଟ୍‌ ଦେବ। ସେ ଭାଜପାକୁ ମଧ୍ୟ ଟାର୍ଗେଟ କରିଥିଲେ। ରାଜ୍ୟରେ କଂଗ୍ରେସ ପାଇଁ ବଡ ଆହ୍ବନ ହେଉଛି ଭାଜପା ପରିବର୍ତ୍ତେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଓ ଆୟକର ବିଭାଗ (ଆଇଟି) ସହିତ ଲଢିବା। ରାଜ୍ୟରେ ସେମାନେ ହେଉଛନ୍ତି ଦଳ ପାଇଁ ମୁଖ୍ୟ ଶତ୍ରୁ ବୋଲି ସେ କହିଛନ୍ତି।

କଂଗ୍ରେସ ଦଳର ଛତିଶଗଡ ଗୋଷ୍ଠୀରେ କୌଣସି ମତଭେଦ ନାହିଁ ବୋଲି ବାଘେଲ ଏକ ସାକ୍ଷାତକାରରେ କହିଛନ୍ତି। ଏଥି ସହ ଦଳର ହାଇକମାଣ୍ଡ ମୁଖ୍ୟମନ୍ତ୍ରୀଙ୍କ ପଦ ସ୍ଥିର କରିବେ ଏବଂ ସମସ୍ତେ ଏହାକୁ ଅନୁସରଣ କରିବେ ବୋଲି ସେ କହିଛନ୍ତି।

ରାଜ୍ୟରେ କେନ୍ଦ୍ରୀୟ ଏଜେନ୍ସିଗୁଡିକ ଯଥା ଇଡି ଏବଂ ଆଇଟି ବିଭାଗ ଭାଜପାର ଶକ୍ତିଶାଳୀ ଡେଣା ଏବଂ ସେମାନେ ଛତିଶଗଡ ବିଧାନସଭା ନିର୍ବାଚନ ପୂର୍ବରୁ ଭୟର ବାତାବରଣ ସୃଷ୍ଟି କରିବାକୁ ଚେଷ୍ଟା କରୁଛନ୍ତି, କିନ୍ତୁ ସେମାନେ ଉଦ୍ୟମରେ ସଫଳ ହେବେ ନାହିଁ। ସେ ଆହୁରି କହିଛନ୍ତି, ଛତିଶଗଡରେ ଭାଜପା ଆମର ଶତ୍ରୁ ନୁହେଁ, କିନ୍ତୁ ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟରେ ଏକ ଅଗଣତାନ୍ତ୍ରିକ କାର୍ଯ୍ୟ କରୁଥିବା ଇଡି ଏବଂ ଆଇଟି ବିଭାଗ ସହିତ ଯୁଦ୍ଧ କରିବା ଆମର ସବୁଠାରୁ ବଡ଼ ଚ୍ୟାଲେଞ୍ଜ ରହିବ।

କେତେକ ଆସନରେ ଆମର ପ୍ରାର୍ଥୀ ଦୁର୍ବଳ ଅଛନ୍ତି। ସେହି ଅନୁସାରେ ଆମେ ପ୍ରାର୍ଥୀଙ୍କୁ ପରିବର୍ତ୍ତନ କରିବୁ। ଏଥର କିଛି ନୂଆ ଚେହେରାଙ୍କୁ ଟିକେଟ୍‌ ଦିଆଯିବ। ପୁରୁଣାଙ୍କୁ ଅନ୍ୟ କାର୍ଯ୍ୟ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?