ଗୃହରେ ଅପ୍ରୀତିକର ପରିସ୍ଥିତି ପାଇଁ କଂଗ୍ରେସ,ବିଜେଡି କ୍ଷମା ପ୍ରାର୍ଥନା କରୁ: ଟଙ୍କଧର

ଭୁବନେଶ୍ୱର,୧୧।୩: ଗୃହରେ ଅପ୍ରୀତିକର ପରିସ୍ଥିତି ପାଇଁ ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରୀପାଠୀ ମଙ୍ଗଳବାର ବିରୋଧୀଙ୍କୁ ଟାର୍ଗେଟ୍‌ କରିଛନ୍ତି। ଗୃହରେ ହଟ୍ଟଗୋଳ ପାଇଁ କଂଗ୍ରେସ, ବିଜେଡି କ୍ଷମା ପ୍ରାର୍ଥନା କରନ୍ତୁ ବୋଲି ବିଧାୟକ ଟଙ୍କଧର କହିଛନ୍ତି। । ଗୃହରେ ବିରୋଧୀ ଭାବେ କିପରି କାର୍ଯ୍ୟ କରାଯାଏ କଂଗ୍ରେସ, ବିଜେଡି ଶିଖି ନ ଥିବା ତ୍ରୀପାଠୀ ଅଭିଯୋଗ କରିଛନ୍ତି।

ଗୃହରେ ବିରୋଧୀ ଅସୌଜନ୍ୟ ବ୍ୟବହାର କରୁଛନ୍ତି। ମହିଳା ବାଚସ୍ପତିଙ୍କୁ କାଗଜ ଫିଙ୍ଗି ଅପମାନିତ କରିଛନ୍ତି। ଏନେଇ ବିରୋଧୀ କ୍ଷମା ମାଗନ୍ତୁ ବୋଲି ଝାରସୁଗୁଡ଼ା ବିଧାୟକ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି।

ବିଧାନସଭାରେ ଚାଲିଛି ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ। ବଜେଟ ଅଧିବେଶନର ତୃତୀୟ ଦିନରେ ବିରୋଧୀଙ୍କ ହଙ୍ଗାମା ଦେଖିବାକୁ ମିଳିଛି। ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀ କଂଗ୍ରେସ ଏବଂ ବିଜେଡି ବିଧାୟକ ଗୃହର ମଧ୍ୟ ଭାଗକୁ ଆସି ହଟ୍ଟଗୋଳ କରିଛନ୍ତି ।

ନାରୀ ନିର୍ଯାତନା ପ୍ରସଙ୍ଗକୁ ନେଇ କଂଗ୍ରେସ ବିଧାୟକ ହାତରେ ପ୍ଲାକାର୍ଡ ଧରି ନାରାବାଜି କରିଛନ୍ତି । କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ବାଚସ୍ପତିଙ୍କ ପୋଡିୟମ ଉପରକୁ ଚଢିବାକୁ ଉଦ୍ୟମ କରିଥିଲେ। ଏଭଳି ସ୍ଥିତିରେ ଭାଜପା ବିଧାୟକ ଜୟନାରାୟଣ ମିଶ୍ର ଏବଂ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ହାତାହାତି ହୋଇଛନ୍ତି। ପ୍ରଥମେ ଜୟନାରାୟଣ ମୋ କଲର୍‌ ଧରିଥିଲେ ବୋଲି ତାରା ଅଭିଯୋଗ କରିଛନ୍ତି।

ଅନ୍ୟପକ୍ଷେ ରିପୋର୍ଟରଙ୍କ ଟେବୁଲ ଉପରକୁ ରୋମାଞ୍ଚ ବିଶାଳ, ତାରା, ଯୋଗେଶ ସିଂହ ଚଢିଯାଇ ବିରୋଧ ପ୍ରଦର୍ଶନ କରିଥିଲେ । ସାଗର ଦାସ, ଦେବୀ ତ୍ରିପାଠୀ, ମାଧବ ଧଡା, ଅଭିମନ୍ୟୁ ସେଠି ରିପୋର୍ଟର ଟେବୁଲ ଉପରେ ପ୍ରତିବାଦ କରିଥିଲେ। ଅନ୍ୟପକ୍ଷେ ଜୟନାରାୟଣ ପ୍ରସଙ୍ଗକୁ ନେଇ ବିଜେଡି ବିଧାୟକ କଳାପଟି ପିନ୍ଧି ଗୃହକୁ ଆସିଥିଲେ। ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳକୁ ଦୃଷ୍ଟିରେ ରଖି ବାଚସ୍ପତି ଗୃହକୁ ମୁଲତବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri