ଭାଜପାରେ ମିଶିଲେ କଂଗ୍ରେସ, ବିଜେଡି କର୍ମୀ

ମାଲକାନଗିରି,୪।୧୦(ଦୁର୍ଯ୍ୟୋଧନ ପାତ୍ର): ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶନିବାର ମାଲକାନଗିରି ଦିନିକିଆ ଗସ୍ତରେ ଆସିଛନ୍ତି। ଏହି ଅବସରରେ ଭାଜପା ଜିଲା ସଭାପତି ଅଶୋକ କୁମାର ପରିଡାଙ୍କ ଅଧ୍ୟକ୍ଷତାରେ ମାଲକାନଗିରି ଜିଲା ଭାଜପା କାର୍ଯ୍ୟାଳୟଠାରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଏଥିରେ କଂଗ୍ରେସ ଏବଂ ବିଜେଡିର ୮ଜଣ ସକ୍ରୀୟ କର୍ମୀ ଭାଜପାରେ ସାମିଲ ହୋଇଛନ୍ତି। ସେମାନେ ହେଲେ ବୀରଲଖ୍ମଣପୁର ସରପଞ୍ଚ ନିଳକଣ୍ଠ ଝୋଲା, ବିଜେଡି ସମର୍ଥୀତ ପୂର୍ବତନ ବ୍ଲକ ଅଧ୍ୟକ୍ଷ ଅକ୍ଷୟ ନାୟକ, ପୂର୍ବତର ବ୍ଲକ ସଭାପତି ବିଭାଂଶୁ ରଞ୍ଜନ ସାମଲ, ବ୍ଲକ ଉପସଭାବପତି ବିଦେଶୀ ପ୍ରହରାଜ, ସଞ୍ଜୟ ବୈରାଗୀ, ନାକାମାମୁଡି ଗ୍ରାମର ପୂର୍ବତନ ସମିତିସଭ୍ୟ ମହାଦେବ ଶିଶା ଏବଂ ପୂର୍ବତନ ସରପଞ୍ଚ ବିଶ୍ୱନାଥ ହନ୍ତାଳ।

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନଠାରୁ ଭାଜପା ସେବା ପକ୍ଷ କାର୍ଯ୍ୟକ୍ରମ ଚାଲୁଥିବା ବେଳେ ଏହି କାର୍ଯ୍ୟରେ ପ୍ରଭାବିତ ହୋଇ ବିଜେଡି ଓ କଂଗ୍ରେସ ଦଳର ୮ଜଣ ସକ୍ରୀୟ କର୍ମୀ ଭାଜପାରେ ସାମିଲ ହୋଇଥିବା ମନ୍ତ୍ରୀ ପ୍ରକାଶ କରିଛନ୍ତି।

ସେ କହିଛନ୍ତି, ଭାଜପା ଏକ ରାଷ୍ଟ୍ରୀୟ ଦଳ। ଭାଜପା କେବଳ ରାଜନୀତି କରୁନାହିଁ ଲୋକଙ୍କ ସେବାରେ ନିୟୋଜିତ ହୋଇ କାର୍ଯ୍ୟ କରୁଛି। ଫଳରେ ଦଳ ଦିନକୁ ଦିନ ଆହୁରି ସୁଦୃଢ ହେବାରେ ଲାଗିଛି। ଆଗାମୀ ଦିନରେ ଦଳ ଆହୁରି ଶସକ୍ତ ହେବ ବୋଲି ସେ ପ୍ରକାଶ କରିଛନ୍ତି। ଏହି ଅବସରରେ ନୂତନ ଭାବେ ସାମିଲ ହୋଇଥିବା କର୍ମୀଙ୍କୁ ମନ୍ତ୍ରୀ ଉପଡ଼ୌକନ ଏବଂ ଦଳୀୟ ଟୋପି ପିନ୍ଧାଇ ସ୍ବାଗତ କରିଥିଲେ। ପରେ କର୍ମୀଙ୍କୁ ଶପଥ ପାଠ କରାଯାଇଥିଲା।

ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ନବରଙ୍ଗପୁର ଏମ୍‌ପି ଇଂ.ବଳଭଦ୍ର ମାଝୀ, ମାଲକାନଗିରି ବିଧାୟକ ନରସିଂହ ମାଡକାମି, ପୂର୍ବତନ ବିଧାୟକ ଡମ୍ବରୁ ଶିଶା, ମଞ୍ଚାସୀନ ଥିବା ବେଳେ ଦଳୀୟ ସମ୍ପାଦକ ମାଣିକଲାଲ ଚକ୍ରବର୍ତ୍ତୀ, ଏମ୍‌ପିଙ୍କ ପ୍ରତିନିଧି ସଞ୍ଜୟ ସରକାର, ବିଧାୟକଙ୍କ ପ୍ରତିନିଧି ନିହାର ରାୟ, ନବଘନ ଲୋକେଇ, ଉତ୍ତମ ଓଝାଙ୍କ ସହ ସମସ୍ତ ମଣ୍ଡଳ ସଭାପତି ଏବଂ ସଦସ୍ୟ ଉପସ୍ଥିତ ରହିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ର ପୁଷ୍କରାଂଶ ଯୋଗରେ ମିଥୁନରୁ ତୁଳା ସମେତ ଏହି ୪ ରାଶିଙ୍କ ଲାଭ; ଇନକମ୍‌ ହେଇଯିବ ଡବଲ୍‌, ସୁଧୁରିବ ଭାଙ୍ଗିଯାଇଥିବା ସମ୍ପର୍କ…

ଜନ୍ମକୁଣ୍ଡଳୀରେ ଯେକୌଣସି ଗ୍ରହର ‘ପୁଷ୍କରାଂଶ’ ସ୍ଥିତିକୁ ଅତ୍ୟନ୍ତ ଶୁଭ ବୋଲି ମନେକରାଯାଏ, କାରଣ ଏହାର ପ୍ରଭାବ ସଦାସର୍ବଦା ସକାରାତ୍ମକ ଏବଂ ଫଳଦାୟୀ ହୋଇଥାଏ। ବିଶେଷକରି ଶୁକ୍ରଙ୍କର ପୁଷ୍କରାଂଶ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

‘ତୁମର ଜାତି କ’ଣ, ତୁମେ କୋଭିଡ ଟିକା କେଉଁଠାରୁ ନେଇଛ…’; ଜନଗଣନାରେ ପଚରାଯିବ ଏମିତି ୪୦ ପ୍ରଶ୍ନ, ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସରକାର ୨୦୨୭ ଜନଗଣନାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୪୦ଟି ପ୍ରଶ୍ନ ଚୂଡ଼ାନ୍ତ କରିଛନ୍ତି। ଏହି ପ୍ରକ୍ରିୟା ସମୟରେ, ଅନୁସୂଚିତ ଜାତି (SC), ଅନୁସୂଚିତ ଜନଜାତି…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

କାଲିଠୁ ୩ହଜାର ଟଙ୍କାରେ କିଣିବେ ସିଲିଣ୍ଡର! ଆଜି ରାତି ୧୨ଟା ପୂର୍ବରୁ କରନ୍ତୁ ଏହି କାମ; ନହେଲେ…

ଯଦି ଆପଣ ଏପର୍ଯ୍ୟନ୍ତ ନିଜର ଏଲ୍‌ପିଜି (LPG) କନେକ୍ସନର ଇ-କେୱାଇସି (e-KYC) କରିନାହାନ୍ତି, ତେବେ ୧୬ ଅଗଷ୍ଟ ୨୦୨୬ ପୂର୍ବରୁ ଏହି କାମ ନିଶ୍ଚୟ ଶେଷ କରିନିଅନ୍ତୁ।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

କମାଲ କଲେ ସନ୍ନି-ପ୍ରୀତି ଯୋଡ଼ି: ଦର୍ଶକଙ୍କୁ ଲୁହରେ ଭିଜାଇଲା ବିଭାଜନର ଯନ୍ତ୍ରଣା

ସ୍ବାଧୀନତା ଦିବସର ବିଶେଷ ଅବସରରେ ନିର୍ଦ୍ଦେଶକ ରାଜକୁମାର ସନ୍ତୋଷୀଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ବଣ୍ଟୱାରା ୧୯୪୭’ ସିନେମା ଘରେ ମୁକ୍ତିଲାଭ କରିଛି। ଭାରତ ବିଭାଜନର କଷ୍ଟକର ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri