Posted inଜାତୀୟ

ପୁତ୍ର ମୋହରେ ଅନ୍ଧ କଂଗ୍ରେସ: ଦଳରେ ବାଡ଼ ଡିଆଁ ଆଶଙ୍କା ଘନଉଛି !

ନୂଆଦିଲ୍ଲୀ, ୩୦।୮: କଂଗ୍ରେସରେ ଘର କନ୍ଦଳ ଏବେ ପଦାକୁ ଆସିବାରେ ଲାଗିଛି। ଗାନ୍ଧୀ ପରିବାର ଉପରେ ଆଶ୍ରିତ କଂଗ୍ରେସ ଦଳରେ ଚାଲିଥିବା କାମଚଳା ନୀତି ଯୋଗୁ ବହୁ ସଦସ୍ୟଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ଅସନ୍ତୋଷ ଲାଗି ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ଚିନ୍ତା ବଢ଼ିଚାଲିଛି। ରାହୁଲ ଗାନ୍ଧୀ ଅଧ୍ୟକ୍ଷ ପକ୍ଷ ଛାଡ଼ିବା ପରେ ସୋନିଆ କାମଚଳା ଅଧ୍ୟକ୍ଷା ଭାବେ କାର୍ଯ୍ୟ କରୁଛନ୍ତି। ତେବେ ଏହା ଦ୍ୱାରା ଦଳର କ୍ଷତି ହେଉଛି ବୋଲି ଗୁଲାମ ନବୀ ଆଜାଦ୍‌, କପିଲ ସିବଲ, ଆନନ୍ଦ ଶର୍ମା, ମୁକୁଲ ଓ୍ବାସନିକ, ମନୀଷ ତିଓ୍ବାରୀ ଆଦି ବରିଷ୍ଠ ନେତା ଅଭିଯୋଗ କରିଛନ୍ତି। ପୁତ୍ର ମୋହରେ ଅନ୍ଧ ହୋଇ କଂଗ୍ରେସ ଜାତୀୟସ୍ତରୀୟ ନିଷ୍ପତ୍ତି ଗ୍ରହଣ କରିବାକୁ ପଛାଇ ଯାଉଥିବା ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି। ରାହୁଲ ଦଳକୁ ଏକ ନୂତନ ଦିଗ ଦେବାରେ ଅସମର୍ଥ ଥିବା ମଧ୍ୟ ଚର୍ଚ୍ଚା ହେଉଛି। ରାହୁଲ କେବଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ୍‌ କରିବାରେ ଲାଗିଛନ୍ତି। ଏହାଦ୍ୱାରା ଲାଭ ପରିବର୍ତ୍ତେ ଦଳର କ୍ଷତି ହେବାରେ ଲାଗିଛି। ରାହୁଲଙ୍କ ଏଭଳି ଅଦୂରଦୃଷ୍ଟି ମନୋଭାବକୁ ଦଳର ବରିଷ୍ଠ ନେତା ପସନ୍ଦ କରୁ ନ ଥିବା କୁହାଯାଉଛି। ଫଳରେ ଦଳରେ ବାଡ଼ ଡିଆଁ ଆଶଙ୍କା ଘନଉଥିବା ଚର୍ଚ୍ଚା ହେଉଛି। ଦଳର ଏଭଳି ସ୍ଥିତି ଦେଖି ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ଭଳି ନେତା ବାଡ଼ ଡେଇଁ ଅନ୍ୟ ଦଳକୁ ଯାଇଛନ୍ତି। ଆଗାମୀ ଦିନରେ ଏହା ପୁଣି ହେବାର ଶଙ୍କା ବରିଷ୍ଠ ନେତାଙ୍କୁ ଘାରିଥିବା ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri