କଂଗ୍ରେସ କ୍ୟାମ୍ପକୁ ପୋଡ଼ିଦେଲେ

ପିପିଲି,୨୨।୩(ସ୍ବ.ପ୍ର.): ପୌର ନିର୍ବାଚନକୁ ଆଉ ଦିନ କେଇଟା ପରେ ହେବାକୁ ଥିବାବେଳେ ପିପିଲିରେ ଦେଖାଦେଇଛି ନିର୍ବାଚନୀ ହିଂସା। ପିପିଲି ପୌରାଞ୍ଚଳର ୭ନଂ. ୱାର୍ଡରେ ନିର୍ବାଚନ ପ୍ରଚାର ପାଇଁ ହୋଇଥିବା କଂଗ୍ରେସ ଦଳର କ୍ୟାମ୍ପ ଅଫିସକୁ ରବିବାର ବିଳମ୍ବିତ ରାତିରେ କେହି ନିଆଁ ଲଗାଇ ପୋଡିଦେଇଛନ୍ତି। ତେବେ ସ୍ଥାନୀୟ ଲୋକମାନେ ସୋମବାର ଭୋରୁ ଉଠି କଂଗ୍ରେସ କ୍ୟାମ୍ପ ପୋଡିଥିବାର ଦେଖି ଏନ୍‌ଏସି କଂଗ୍ରେସର ପୌରାଧ୍ୟକ୍ଷ ପ୍ରାର୍ଥୀ ଗୁଣନିଧି ପ୍ରଧାନ ଓ ଅନ୍ୟ ବରିଷ୍ଠ କର୍ମୀମାନଙ୍କୁ ଜଣାଇଥିଲେ। ଖବରପାଇ ଗୁଣନିଧି ଘଟଣାସ୍ଥଳରେ ପହଞ୍ଚତ୍ କର୍ମୀମାନଙ୍କଠାରୁ ସବୁ ବୁଝିବା ପରେ ଏ ନେଇ ପିପିଲି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗକ୍ରମେ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଜାରି ରଖିଛି। ସେପଟେ ଏନ୍‌ଏସିରେ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଜୋରଦାର ପ୍ରଚାର ହେଉଥିବା ବେଳେ ଲୋକପ୍ରିୟତା ବଢୁଥିବାରୁ ବିରୋଧୀ ଦଳର କର୍ମୀମାନେ ଏଭଳି ହୀନ କାର୍ଯ୍ୟ ଭିଆଇଥିବା ଗୁଣନିଧି ଅଭିଯୋଗ କରିଛନ୍ତି। ତେବେ ଏହି ଘଟଣାକୁ ପିସିସି ମୁଖପାତ୍ର ନିଶିକାନ୍ତ ମିଶ୍ର ନିନ୍ଦା କରିବା ସହ ଉଚ୍ଚସ୍ତରୀୟ ତଦନ୍ତ କରି ଦୋଷୀମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri