ପ୍ରଧାନମନ୍ତ୍ରୀ, ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି: କଂଗ୍ରେସ ପକ୍ଷରୁ କୁଶପୁତ୍ତଳିକା ଦାହ

ଭଞ୍ଜନଗର, ୨୬/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସର ପଶ୍ଚିମ ସାଂଗଠନିକ ଜିଲା  କମିଟି ପକ୍ଷରୁ ଶନିବାର ସନ୍ଧ୍ୟାରେ ଭଞ୍ଜନଗର ସହରରେ ଏକ ଶୋଭାଯାତ୍ରା ବାହାର କରାଯାଇଥିଲା। ପରେ ଭଞ୍ଜନଗର ବ୍ଲକ ଛକସ୍ଥିତ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହା ଏବଂ ପୂର୍ବତନ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା।

ଏହି ଅବସରରେ ପ୍ରଧାନମନ୍ତ୍ରୀ ଓ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି କରାଯିବା ସହ ସେମାନଙ୍କ କୁଶପୁତ୍ତଳିକା ଦାହ କରାଯାଇଥିଲା। ସେହିପରି କଂଗ୍ରେସ କର୍ମୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତ୍ତଳିକା ମଧ୍ୟ ଦାହ କରି ପ୍ରତିବାଦ ଜଣାଇଥିଲେ। ଜିଲା  ସଭାପତି ବି. ଦଣ୍ଡପାଣି ପାତ୍ରଙ୍କ ନେତୃତ୍ୱରେ ଏହି ଆନ୍ଦୋଳନ ଅନୁଷ୍ଠିତ ହୋଇଥିଲା।

ଏହି ଅବସରରେ ପୂର୍ବତନ ମନ୍ତ୍ରୀ ରାଘବ ପରିଡ଼ା, ଜିଲା ସାଧାରଣ ସମ୍ପାଦକ ବବି ଅନନ୍ତନାଗ ରଥ, ଭଞ୍ଜନଗର ନଗର ସଭାପତି ପ୍ରମୋଦ କୁମାର ଭୂୟାଁ, ଉପ ସଭାପତି ଅଶୋକ ଗୌଡ଼, ଜଗନ୍ନାଥ ଗୌଡ, ବିରେନ୍ଦ୍ର ଗୌଡ଼, ରମେଶ ରାଓ ପ୍ରମୁଖ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୨ରୁ ଭୁବନେଶ୍ୱରରୁ ବ୍ୟାଙ୍କକ୍‌କୁ ପୁଣି ଉଡ଼ିବ ବିମାନ, ସପ୍ତାହକୁ ଦୁଇଥର…

ଭୁବନେଶ୍ୱର,୧୦ା୯(ବନ୍ଦନା ସେଠୀ) – ଭୁବନେଶ୍ୱରରୁ ଥାଇଲାଣ୍ଡ ରାଜଧାନୀ ବ୍ୟାଙ୍କକ୍‌କୁ ସିଧାସଳଖ ବିମାନ ସେବା ପୁଣି ଆରମ୍ଭ ହେବ। ଅକ୍ଟୋବର ୨ରୁ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରୁ ବ୍ୟାଙ୍କକ୍‌…

ଘର ସାମ୍ନାରେ ଯୁବକଙ୍କୁ ଦଳି ଦେଲା ହାତୀ

ଜି.ଉଦୟଗିରି,୧୦ା୯(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଓ ଟିକାବାଲି ବ୍ଲକ୍‌ ସୀମାନ୍ତରେ ଜଣେ ଯୁବକଙ୍କୁ ଦନ୍ତାହାଦୀ ଦଳି ଦେଇଛି। ସେ ହେଲେ ପିକରଡ଼ି ପଞ୍ଚାୟତ କାମ୍ବାନାଯୁ…

ବଙ୍ଗୋପସାଗରରେ ଲଘୁଚାପ: ୧୦ ଜିଲାରେ ଝଡ଼ବର୍ଷା, ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୧୦ା୯(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଗୁରୁବାର ସକାଳ ୫ଟା ୩୦ରେ ଲଘୁଚାପର ରୂପ ନେଇଛି। ଏହା ଅପରାହ୍ନ ୨ଟା ୩୦ ସୁଦ୍ଧା ଉତ୍ତର…

୨୦୦ ବୁଥ୍‌ରେ BLA-2 ସଭ୍ୟଙ୍କୁ ତାଲିମ; ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ସାଙ୍ଗଠନିକ ମନ୍ଥନ

ଦିଗପହଣ୍ଡି, ୧୦।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ କଂଗ୍ରେସ ଦଳ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ସାଙ୍ଗଠନିକ ସଭା ଅନୁଷ୍ଠିତ…

ଲାଞ୍ଜିଗଡ଼-ଜଗନ୍ନାଥପୁର ରାସ୍ତା ମରଣଜନ୍ତା: ବଂଶଧାରା ପୋଲ ନିକଟରେ ବିରାଟ ଘାଇ, କେତେବେଳେ ବି ଘଟିପାରେ…

ଲାଞ୍ଜିଗଡ଼, ୧୦।୯ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ଲାଞ୍ଜିଗଡ଼-ଜଗନ୍ନାଥପୁର ମୁଖ୍ୟ ରାସ୍ତାର ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ହୋଇପଡ଼ିଛି। ବଂଶଧାରା ନଦୀ ପୋଲ ନିକଟରେ…

ଆମେରିକୀୟ ବାୟୁସେନା ଘାଟିରେ କ୍ଷେପଣାସ୍ତ୍ର ମାଡ଼

ତେହେରାନ,୧୦।୯: ଜୋର୍ଡାନସ୍ଥିତ ଏକ ଆମେରିକୀୟ ବାୟୁସେନା ଘାଟି ଉପରେ ଇରାନର ସାମରିକ ଆକ୍ରମଣରେ ଆମେରିକାର ଏକାଧିକ ଯୁଦ୍ଧ ବିମାନ କ୍ଷତିଗ୍ରସ୍ତ ହୋଇଛି। ସିବିଏସ୍‌ ରିପୋର୍ଟ ଅନୁଯାୟୀ ଆକ୍ରମଣରେ…

ଗଜପତି ଉପଜିଲାପାଳ ଭାବେ ଦାୟିତ୍ୱ ଗ୍ରହଣ କଲେ IAS ଭାଗବତ ସାମଲ କଲ୍ୟାଣ ରାଓ

ପାରଳାଖେମୁଣ୍ଡି, ୧୦।୯ (ଗିରିଧାରୀ ପରିଛା): ଗଜପତି ଜିଲାର ନୂତନ ଉପଜିଲାପାଳ (ସବ୍‌-କଲେକ୍ଟର) ଭାବେ ୨୦୨୪ ବ୍ୟାଚ୍‌ର ଆଇଏଏସ୍ (IAS) ଅଧିକାରୀ ଭାଗବତ ସାମଲ କଲ୍ୟାଣ ରାଓ ଦାୟିତ୍ୱ…

ଲୋହରାଖଣ୍ଡି ନଦୀ ପାର ହେବା ବେଳେ ବୁଡ଼ିଯାଇ ଚାଲିଗଲା ଚାଷୀଙ୍କ ଜୀବନ, ଶୋକରେ…

ଭଞ୍ଜନଗର, ୧୦।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଗୋହିରୀବାଡ଼ି ଗ୍ରାମର ଜଣେ ଚାଷୀ ଲୋହରାଖଣ୍ଡି ନଦୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ମୃତକ ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri