ପଞ୍ଚାୟତ ନିର୍ବାଚନ ପାଇଁ ସଂଗଠନ ସୁଦୃଢ଼ କରିବାକୁ କଂଗ୍ରେସର ଆହ୍ବାନ

ଥୁଆମୂଳ ରାମପୁର,୨୨ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ବରଙ୍ଗା ତୋଟାଠାରେ ଥୁଆମୂଳ ରାମପୁର ପଞ୍ଚାୟତ କଂଗ୍ରେସ କମିଟି ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ପଞ୍ଚାୟତ କଂଗ୍ରେସ କମିଟି ସଭାପତି ମହେଶ୍ୱର ନାଏକଙ୍କ ସଭାପତିତ୍ୱରେ ଆୟୋଜିତ ଏହି ସମ୍ମିଳନୀରେ ଆଗାମୀ ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ଗ୍ରାମସ୍ତରରେ ସାଙ୍ଗଠନିକ ଭିତ୍ତିଭୂମିକୁ ବ୍ୟାପକ ଭାବେ ମଜବୁତ କରିବା ସହ ଦଳୀୟ କର୍ମୀମାନଙ୍କୁ ଏକଜୁଟ ହୋଇ କାର୍ଯ୍ୟ କରିବାକୁ ଆହ୍ବାନ ଦିଆଯାଇଛି। କାର୍ଯ୍ୟକ୍ରମରେ ରାଜ୍ୟ ମହିଳା କଂଗ୍ରେସ ଉପସଭାନେତ୍ରୀ ଦ୍ରୌପଦୀ ମାଝୀ, ବରିଷ୍ଠ କଂଗ୍ରେସ ନେତା ତଥା ଆଇନଜୀବୀ ମନୋରଞ୍ଜନ ନାଏକ, ବ୍ଲକ କଂଗ୍ରେସ କମିଟି ଉପସଭାପତି ରାଧେକୃଷ୍ଣ ଧଙ୍ଗଡ଼ା ମାଝୀ, ସାଧାରଣ ସମ୍ପାଦକ କୁଞ୍ଜବିହାରୀ ନାଏକ, ବ୍ଲକ ଯୁବ କଂଗ୍ରେସ ସଭାପତି ରୁକ୍ତା ମାଝୀ ଏବଂ ଲାଞ୍ଜିଗଡ଼ ନିର୍ବାଚନମଣ୍ଡଳୀ ଯୁବ ସଭାପତି ଜଗାକାଳିଆ ନାଏକ ପ୍ରମୁଖ ଯୋଗଦେଇ ଦଳର ଆଗାମୀ କାର୍ଯ୍ୟପନ୍ଥା ଓ ନିର୍ବାଚନୀ ରଣନୀତି ସମ୍ପର୍କରେ କର୍ମୀମାନଙ୍କୁ ଅବଗତ କରାଇଥିଲେ। ଏହି ଅବସରରେ ସର୍ବସମ୍ମତିକ୍ରମେ ଥୁଆମୂଳ ରାମପୁର ପଞ୍ଚାୟତ କଂଗ୍ରେସର ଏକ ନୂତନ କମିଟି ଗଠନ କରାଯାଇଛି। ଏଥିରେ ରାମ ସିଂ ମାଝୀଙ୍କୁ ଉପସଭାପତି, ସୁଦର୍ଶନ ଗୌଡ଼ଙ୍କୁ ସାଧାରଣ ସମ୍ପାଦକ, ଖୁଜା ମାଝୀଙ୍କୁ ସହ ସମ୍ପାଦକ ଏବଂ ନବୀନ ନାଏକଙ୍କୁ କୋଷାଧ୍ୟକ୍ଷ ଭାବେ ମନୋନୀତ କରାଯାଇଛି। ସେହିପରି ମଧୁସୂଦନ ନାଏକଙ୍କୁ ଏସ୍‌ସି ସେଲ ସଭାପତି, ନରେନ୍ଦ୍ର ନାଏକଙ୍କୁ ଏସ୍‌ସି ସେଲ ଉପସଭାପତି, ନିକି ମାଝୀଙ୍କୁ ଏସ୍‌ଟି ସେଲ୍‌ ସଭାପତି ଏବଂ ମିଥିଲା ନାଏକଙ୍କୁ ମହିଳା ପଞ୍ଚାୟତ ସଭାନେତ୍ରୀ ଦାୟିତ୍ୱ ଅର୍ପଣ କରାଯାଇଛି।

ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସ କର୍ମୀ ଘାସି ମାଝୀ, ଘାସିରାମ ନାଏକ, ହେମନ୍ତ ନାଏକ, ପରମେଶ୍ୱର ନାଏକ, ବଳଭଦ୍ର ନାଏକ, ଦୁର୍ଯ୍ୟୋଧନ ନାଏକ, ଗଣେଶ ଚନ୍ଦ୍ର ନାଏକ, ରାଜକୁମାରୀ ଧ. ମାଝୀ, ଜନନୀ ବିଶି ଓ ଭାବନିକା ବାଗଙ୍କ ସମେତ ବହୁ ସଂଖ୍ୟକ ଦଳୀୟ କର୍ମୀ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକ ସର୍ଦ୍ଦାର ଦଣ୍ଡପାଣି ସ୍ବାଇଁ ଙ୍କ ଶ୍ରାଦ୍ଧ ଦିବସ: ଗଣ୍ୟମାନ୍ୟ ବ୍ୟକ୍ତିଙ୍କ ଶ୍ରଦ୍ଧାଞ୍ଜଳି         

ଦିଗପହଣ୍ଡି,୭|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମରେ ସ୍ଵାଧୀନତା ସଂଗ୍ରାମୀ ବିଶିଷ୍ଟ କମ୍ୟୁନିଷ୍ଟ ନେତା ପୂର୍ବତନ ବିଧାୟକ ସ୍ବର୍ଗତ ସର୍ଦ୍ଦାର ଦଣ୍ଡପାଣି ସ୍ବାଇଁ…

କେସିଙ୍ଗାର ଯୁବ ପ୍ରତିଭା, ସାମାଜିକ କର୍ମୀ ରମେଶ କୁମାର ଜେନାଙ୍କ ଅକାଳ ବିୟୋଗ: ଝୁରୁଛି ଗାଁ ମାଟି

କେସିଙ୍ଗା, ୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୧୧ ନମ୍ବର ୱାର୍ଡର ଅନନ୍ତ ରାମ ଜେନାଙ୍କ ପୁତ୍ର ତଥା ସଜନୀ ଜେନାଙ୍କ ସୁପୁତ୍ର ରମେଶ…

ରାକ୍ଷୀପୂର୍ଣ୍ଣିମାରେ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା: ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୭।୮ ରାକ୍ଷୀପୂର୍ଣ୍ଣିମା ଅବସରରେ ରାଜ୍ୟର ମହିଳାମାନଙ୍କୁ ‘ସୁଭଦ୍ରା’ ଯୋଜନାର ଟଙ୍କା ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ଜୁଲାଇ ୨୫…

ବୁଧ ଓ ମଙ୍ଗଳଙ୍କ ଶୁଭ ଯୋଗ! ଭାଗ୍ୟ ନେବ ମୋଡ଼, ୮ ଅଗଷ୍ଟରୁ ୪ ରାଶିକୁ ମିଳିବ ବଡ଼ ଲାଭ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ଅଗଷ୍ଟ ୮ ତାରିଖ ଅପରାହ୍ନରେ ଏକ ବିଶେଷ ମହାଜାଗତିକ ଘଟଣା ଘଟିବାକୁ ଯାଉଛି । ଏହି ଦିନ ବୁଧ ଏବଂ ମଙ୍ଗଳଙ୍କ…

କଷ୍ଟ ସହି ନ ପାରି କରିଥିଲେ ଆତ୍ମହତ୍ୟା: ୪ ବର୍ଷ ପରେ ଦୁଇ ଅଭିଯୁକ୍ତ ଗିରଫ

ବଞ୍ଚୋ, ୭।୮ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନା କେସ୍ ନଂ-୪୩, ତାରିଖ ୧୫.୦୩.୨୦୨୨ରେ ରୁଜୁ ହୋଇଥିବା ୪ ବର୍ଷ ପୁରୁଣା ଏକ ଚର୍ଚ୍ଚିତ ମାମଲାରେ ଘସିପୁରା ପୋଲିସ…

କ’ଣ ସାଧାରଣ ଲୋକ UPI ଟ୍ରାଞ୍ଜାକ୍ସନବେଳେ ଦେବେ ଏକ୍ସଟ୍ରା ଚାର୍ଜ? ଅର୍ଥମନ୍ତ୍ରୀ କଲେ ଖୁଲାସା

ନୂଆଦିଲ୍ଲୀ, ୭।୮: ଯଦି ଆପଣ ବି ନିତିଦିନ ଛୋଟ-ବଡ଼ କାମ ପାଇଁ UPI ବ୍ୟବହାର କରୁଛନ୍ତି ଏବଂ ମନରେ ଟ୍ରାଞ୍ଜାକ୍ସନ୍ ଚାର୍ଜ ଲାଗିବାର ଭୟ ଥିଲା, ତେବେ…

ପୂର୍ବରୁ ବାହା ହୋଇଥିବା କଥା ଲୁଚାଇ ପ୍ରଲୋଭନ ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ପରେ…

ବଞ୍ଚୋ, ୭।୮ (ପ୍ରଦୋଷ ବିଶ୍ୱାଳ): ବିବାହର ପ୍ରଲୋଭନ ଦେଇ ଶାରୀରିକ ସମ୍ପର୍କ ସ୍ଥାପନ ଏବଂ ପୂର୍ବରୁ ବିବାହିତ ଥିବା ସତ୍ୟ ଲୁଚାଇ ଠକେଇ କରିବା ଅଭିଯୋଗରେ ଆନନ୍ଦପୁର…

‘ମା’ କ୍ଷୀର ଶିଶୁର ଅଧିକାର, ସୁସ୍ଥ ଭବିଷ୍ୟତର ମୂଳଦୁଆ‘

କେସିଙ୍ଗା, ୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ଦୁର୍ଗାମଣ୍ଡପସ୍ଥିତ ୧୨ ନମ୍ବର ୱାର୍ଡର ଅଙ୍ଗନଓ୍ୱାଡ଼ି କେନ୍ଦ୍ରରେ ଶୁକ୍ରବାର ବିଶ୍ୱ ସ୍ତନ୍ୟପାନ ସପ୍ତାହ-୨୦୨୬ ପାଳନ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri