Posted inଜାତୀୟ

ସାଇକେଲରେ ଗ୍ୟାସ ସିଲିଣ୍ଡର ନେଇ ଭୋଟ ଦେବାକୁ ପହଞ୍ଚିଲେ କଂଗ୍ରେସ ପ୍ରାର୍ଥୀ, ଭିଡ଼ିଓ ଭାଇରାଲ…

ଅମରେଲି,୧।୧୨ : ଗୁଜରାଟରେ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଗୁରୁବାର ଆରମ୍ଭ ହୋଇଛି। ଏହି ସମୟରେ ଆମରେଲିରେ କଂଗ୍ରେସ ପ୍ରାର୍ଥୀ ପରେଶ ଧନାନୀଙ୍କ ଏକ ଭିନ୍ନ ଶୈଳୀରେ ଭୋଟ ଦେବାକୁ ମତଦାନ କେନ୍ଦ୍ରରେ ପହଞ୍ଚିଥିବା ଦେଖିବାକୁ ମିଳିଛି।

ସେ ସାଇକେଲରେ ଏକ ଗ୍ୟାସ ସିଲିଣ୍ଡର ନେଇ ନିଜ ଭୋଟ ଦେବା ପାଇଁ ଘରୁ ବୁଥରେ ପହଞ୍ଚିଥିଲେ ଏବଂ ପରେ ଭୋଟ ଦେଇଥିଲେ। ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇବା ପାଇଁ ସେ ଏଭଳି ଭିନ୍ନ ପଦ୍ଧତି ଗ୍ରହଣ କରିଥିଲେ। ଏବେ ଏହାର ଭିଡିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।

ଭୋଟ ଦେବା ପରେ କଂଗ୍ରେସ ପ୍ରାର୍ଥୀ ପରେଶ ଧନାନି କହିଛନ୍ତି ଯେ ଗତ ୨୭ ବର୍ଷ ମଧ୍ୟରେ ଭାରତୀୟ ଜନତା ପାର୍ଟି ଭୟ ଏବଂ ସ୍ବାର୍ଥପର ମନୋଭାବ ମଧ୍ୟରେ ରାଜ୍ୟକୁ ଦାସତ୍ୱ କରିବା ପାଇଁ ଷଡଯନ୍ତ୍ର କରିଛି। ସରକାରୀ ବିଫଳତା କାରଣରୁ ଗୁଜରାଟରେ ମାନ୍ଦାାବସ୍ଥା, ମୁଦ୍ରାସ୍ଫୀତି, ବେକାରୀ ସମସ୍ୟା ଦିନକୁ ଦିନ ବୃଦ୍ଧି ପାଉଛି।

ଏହି ସମସ୍ୟାରୁ ମୁକ୍ତି ପାଇବା ପାଇଁ ମୁଁ ଆଜି ଭୋଟ ଦେଇଛି ଏବଂ ମୁଁ ନିଶ୍ଚିତ ଯେ ସମଗ୍ର ଗୁଜରାଟ ଭୋଟର ମଧ୍ୟ ଭୋଟ ଦେବେ । ରାଜ୍ୟରେ ସରକାର ପରିବର୍ତ୍ତନ ହେବ। କଂଗ୍ରେସ ଆସି ପୁଣି ରାଜ୍ୟ ସମୃଦ୍ଧ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁସ୍ଥ ହେଉଛନ୍ତି ଅଭିଜିତ୍‌ ମଜୁମଦାର: ମେଡିକାଲରୁ ହେବେ ଡିସ୍‌ଚାର୍ଜ

ଭୁବନେଶ୍ୱର, ୩୧।୧୨: ସୁସ୍ଥ ହେଉଛନ୍ତି ସଙ୍ଗୀତକାର ଅଭିଜିତ୍‌ ମଜୁମଦାର। ଆସନ୍ତା ୨/୩ ଦିନ ମଧ୍ୟରେ ଏମ୍ସରୁ ଡିସ୍‌ଚାର୍ଜ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଅଭିଜିତଙ୍କୁ ଚିକିତ୍ସା...

ବିଳିବିଳାଉଛନ୍ତି ହାଫିଜ ସଇଦ: ଭାରତକୁ ନେଇ ଏମିତି କହିଦେଲେ, ୫୦ ବର୍ଷ ପର୍ଯ୍ୟନ୍ତ…

ଇସଲାମାବାଦ୍‌,୩୧।୧୨: ଜମ୍ମୁ କଶ୍ମୀରରେ ସକ୍ରିୟ ଥିବା ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୋଇବା(LeT)ର ପ୍ରତିଷ୍ଠାତା ହାଫିଜ ସଇଦ ଏବଂ ତାଙ୍କର ନିକଟତର ସହଯୋଗୀମାନେ ପୁଣି ଥରେ ଭାରତର ଅପରେଶନ...

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri